PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର: ୨ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ରାଜଭବନରେ କରିବେ ରାତ୍ରିଯାପନ
  • ||
  • ଫ୍ରାନ୍ସ: ଫାଇଟର ଜେଟ୍ ରାଫେଲ ତିଆରି କରୁଥିବା କମ୍ପାନୀର ମାଲିକ ଓଲିଭର ଡାସଲ୍ଟଙ୍କ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ
  • ||
  • ଭବାନୀପାଟଣା: ଏକ ତରଫା ପ୍ରେମରୁ ହତ୍ୟା, ଯୁବତୀଙ୍କୁ ଛୁରି ଭୁସି ଦେଲା ପ୍ରେମିକ, ଆକ୍ରମଣରେ ଯୁବତୀଙ୍କ ମାଆ ମୃତ
  • ||
  • ପାରାଦୀପ : ଅଠରବାଙ୍କୀ ରେଳବାଇ କଲୋନୀ ପଛପଟ ଟ୍ରେନ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ
  • ||
  • ନୀଳଗିରି : ନୀଳଗିରି ବ୍ଲକ ଅଧିନ ମଛୁଆ ଗ୍ରାମର ଉମାକାନ୍ତ ସିଂ ଓ ଲକ୍ଷ୍ମୀ ସିଂଙ୍କ ଝିଅ ସୌଭାଗ୍ୟବତୀଙ୍କ ମୁଣ୍ଡ ଅସ୍ଵାଭାବିକ ଭାବରେ ବୃଦ୍ଧି ପାଉଛି, ଚିକିତ୍ସା ପାଇଁ ପରିବାର ନିକଟରେ ନାହିଁ ସମ୍ବଳ, ଝିଅ ପାଇଁ ହାତୁଡି ଧରି ପଥର ସହ ସଙ୍ଘର୍ଷ କରୁଛି ମାଆ
  • ||
  • ସୋର : ସୋର ଅଞ୍ଚଳରେ ୨ଟି ସ୍ଥାନରେ ଭୟାବହ ଅଗ୍ନିକାଣ୍ଡ, ୩ ଗୁରୁତର, ୭ ଏକର ଜମିର ଧାନ ଜଳିଗଲା ୧୦ ବଖରା ପୋଡି ପାଉଁଶ
  • ||
  • ବାଲେଶ୍ବର: ଖଇରା ଓ ନୀଳଗିରି ଅଞ୍ଚଳରେ ଅଚାନକ ଚଢ଼ାଉ କଲେ ନୀଳଗିରି ଏସଡିପିଓ, ୩ ବେଆଇନ ପଥର ବୋଝେଇ ଡ଼ମ୍ଫର ଜବତ,୪ ଅଟକ
  • ||

ଟିକା ନେଇ ଆଖି ବୁଜିଲେ ଅଙ୍ଗନୱାଡି କର୍ମୀ, ୧୨ ତାରିଖରେ ନେଇଥିଲେ ପ୍ରଥମ ଡୋଜ୍‌

https://zeenews.india.com/

ଇମ୍ଫାଲ,୨୧/୦୨: ମଣିପୁରରେ ଜଣେ ଅଙ୍ଗନୱାଡି କର୍ମୀ କରୋନା ପ୍ରତିଷେଧକ ଟିକା ନେବାର ସପ୍ତାହକ ପରେ ପ୍ରାଣ ହରାଇଛନ୍ତି । ୪୮ ବର୍ଷୀୟା ଡବଲ୍ୟୁ ସୁନ୍ଦରୀ ଦେବୀ ରାଜ୍ୟର ବିଷ୍ଣୁପୁର ଜିଲାର ବାସିନ୍ଦା ଥିଲେ । ସେ ଚଳିତ ମାସ ୧୨ ତାରିଖରେ ଟିକାର ପ୍ରଥମ ଡୋଜ୍‌ ନେଇଥିଲେ । ଗୁରୁବାର ସେ ନିଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ । ଏହାପରେ ତାଙ୍କୁ ଏକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଶୁକ୍ରବାର ତାଙ୍କର ମୃତ୍ୟୁ ହୋଇଛି ।

ରାଜ୍ୟର ସ୍ୱାସ୍ଥ୍ୟ ବିଭାଗ କହିଛି କି ଏକ ସ୍ୱତନ୍ତ୍ର ଟିମ୍‌ ତାଙ୍କର ମୃତଦେହ ବ୍ୟବଚ୍ଛେଦ କରିବ ଏବଂ ମୃତ୍ୟୁର କାରଣ ଯାଞ୍ଚ କରିବ । ମୁଖ୍ୟମନ୍ତ୍ରୀ ଏନ ବୀରେନ ସିଂ ଇତିମଧ୍ୟରେ ସୁନ୍ଦରୀ ଦେବୀଙ୍କ ପରିବାର ସଦସ୍ୟଙ୍କୁ ଭେଟିବା ସହିତ ଟିକା ନେଇଥିବା କାରଣରୁ ତାଙ୍କର ମୃତ୍ୟୁ ହୋଇଥିବାର ପ୍ରମାଣିତ ହେଲେ ସେମାନଙ୍କୁ ସମୁଚିତ କ୍ଷତିପୂରଣ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।

ସମ୍ବନ୍ଧିତ ଖବର