PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟାଙ୍ଗୀରେ ୧୭ଟିକିଆ ହାତୀପଲ ଆତଙ୍କ, ଗାଁରେ ପଶିଲେ, ଫସଲ ନଷ୍ଟ କଲେ
  • ||
  • ଢେଙ୍କାନାଳ : ୧ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ
  • ||
  • କଳାହାଣ୍ଡି : ଜଙ୍ଗଲକୁ କାଠ ସଂଗ୍ରହ ପାଇଁ ଯାଇଥିଲେ ଯୁବକ, ଫାସରେ ପଡି ଜୀବନ ଗଲା
  • ||
  • ଚାନ୍ଦବାଲି : ମୁଖ୍ୟ ବଜାରରେ ହଠାତ୍ ଭୁଶୁଡିଲା ବିଦ୍ୟୁତ୍ ଖୁଣ୍ଟି, ଅଳ୍ପକେ ବର୍ତ୍ତିଲେ ପଥଚାରୀ
  • ||
  • ଭୁବନେଶ୍ୱର : ଏ ବର୍ଷ ଥରାଇବ ଶୀତ ଲହରୀ, ଜବର ଜାଡ଼ରେ ଥରିବ ଓଡ଼ିଶା, ଲମ୍ବିବ ଶୀତ ଅବଧି
  • ||
  • ଲାଞ୍ଜିଗଡ଼ : ବେଦାନ୍ତର ଏଲଏନଟି କଲୋନୀକୁ ପଶିଲା କରୋନା, ୩ ଶ୍ରମିକ ପଜିଟିଭ୍ ଚିହ୍ନଟ
  • ||
  • ସମ୍ବଲପୁର : ଆଜି ସମ୍ବଲପୁର ୧୨ ଘଣ୍ଟିଆ ବନ୍ଦ, ମମିତା ମେହେର୍ ହତ୍ୟା ପ୍ରସଙ୍ଗକୁ ନେଇ ରାସ୍ତାକୁ ଓହ୍ଲାଇଛି ବିଜେପି
  • ||

ମନୋଜ ସିହ୍ନା ହେବେ ଜାମ୍ମୁ କାଶ୍ମୀରର ନୂଆ ଲେଫ୍ଟନାଣ୍ଟ ଗଭର୍ଣ୍ଣର, ମୁର୍ମୁଙ୍କ ଇସ୍ତଫା ଗ୍ରହଣ କଲେ ରାଷ୍ଟ୍ରପତି

businessworld.in

ନୂଆଦିଲ୍ଲୀ ୦୬।୦୮: ଜାମ୍ମୁ କାଶ୍ମୀରର ନୂଆ ଉପ ରାଜ୍ୟପାଳ ହେବେ ମନୋଜ ସିହ୍ନା। ରାଷ୍ଟ୍ରପତି କୋବିନ୍ଦ ଗିରିଶ ଚନ୍ଦ୍ର ମୁର୍ମୁଙ୍କ ଇସ୍ତଫା ଗ୍ରହଣ କରୁଥିବାରୁ ମନୋଜ ସିହ୍ନା ଏବେ ଜାମ୍ମୁ କାଶ୍ମୀରର ନୂଆ ଲେଫ୍ଟନାଣ୍ଟ ଗଭର୍ଣ୍ଣର ହେବେ । ଗତକାଲି ଜମ୍ମୁ କାଶ୍ମୀର ଉପରାଜ୍ୟପାଳ ଗିରିଶ ଚନ୍ଦ୍ର ମୁର୍ମୁ ନିଜ ପଦରୁ ଇସ୍ତଫା ଦେଇଥିଲେ ।

ଗତବର୍ଷ ଅକ୍ଟୋବର ୩୧ରେ ଓଡିଶାର ମୁର୍ମୁ ଜମ୍ମୁ କାଶ୍ଣୀରର ପ୍ରଥମ ଉପରାଜ୍ୟପାଳ ଭାବେ ନିଯୁକ୍ତ ହୋଇଥିଲେ। ଜମ୍ମୁ କାଶ୍ମୀର ଉପରାଜ୍ୟପାଳ ଗିରିଶ ଚନ୍ଦ୍ର ମୁର୍ମୁ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫା ପତ୍ର ରାଷ୍ଟ୍ରପତିଙ୍କ ନିକଟକୁ ପଠାଇଥିଲେ । ତେବେ ରାଷ୍ଟ୍ରପତି ଏହାକୁ ଗ୍ରହଣ କରିଛନ୍ତି। 

ସୂଚନା ମୁତାବିକ, ୨୦୧୯ ଅଗଷ୍ଟରେ ଧାରା ୩୭୦ ଉଚ୍ଛେଦ ପରେ ଜମ୍ମୁ କାଶ୍ମୀର ରାଜ୍ୟ ମାନ୍ୟତା ହରାଇଥିଲା। ଏହାପରେ ଜମ୍ମୁ କାଶ୍ମୀରର ପୁନର୍ଗଠନ ହୋଇଥିଲା। ଗତବର୍ଷ ଅକ୍ଟୋବର ୩୧ରେ ଓଡିଶାର ଗିରିଶ ଚନ୍ଦ୍ର ମୁର୍ମୁ ଜମ୍ମୁ କାଶ୍ଣୀରର ପ୍ରଥମ ଉପରାଜ୍ୟପାଳଭାବେ ନିଯୁକ୍ତ ହୋଇଥିଲେ । ଅନ୍ୟପକ୍ଷରେ ମୁର୍ମୁଙ୍କୁ ଭାରତୀୟ ମହାଲେଖା ନିୟନ୍ତ୍ରକ ତଥା ମହାସମୀକ୍ଷକ (ସିଏଜି) ଭାବେ ନିଯୁକ୍ତି ମିଳିପାରେ ବୋଲି ଚର୍ଚ୍ଚା ହେଉଛି । ଚଳିତ ସପ୍ତାହରେ ରାଜୀବ ମହର୍ଷି ଅବସର ଗ୍ରହଣ କରିବାକୁ ଥିବାରୁ ତାଙ୍କ ସ୍ଥାନରେ ମୁର୍ମୁଙ୍କୁ ନିଯୁକ୍ତି ମିଳିପାରେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଥିଲାବେଳେ ୧୯୮୫ ବ୍ୟାଚ୍‌ ଗୁଜରାଟ କ୍ୟାଡର ଆଇଏଏସ୍‌ ଅଧିକାରୀ ମୁର୍ମୁ ତାଙ୍କର ପ୍ରଧାନ ସଚିବ ଥିଲେ।