PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ
  • ||
  • ଏସିଏଫ୍‌ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା – ଭୁବନେଶ୍ୱର ଫରେନସିକ୍‌ ଲ୍ୟାବ୍‌ରେ ଡିଏଫ୍‌ଓ , ରୋଷେୟାଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି
  • ||
  • କେନ୍ଦୁଝର: ମହିଳାଙ୍କୁ ନିର୍ଯାତନା ଦେବା କାରଣରୁ ସ୍ୱାମୀ, ଶାଶୁ, ଶଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ୍
  • ||
  • ଲୋଇସିଂହା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡି : ସଂରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ବେଳେ କାଠପଟା ଜବତ, ଜଣେ ଗିରଫ
  • ||
  • ଲୋଇସିଂହା : ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
  • ||
  • କେନ୍ଦୁଝର : ମହିଳାଙ୍କୁ ନିର୍ଯାତନା ଦେବାରୁ ସ୍ୱାମୀ, ଶାଶୁ, ଶ୍ଵଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ ଦଣ୍ଡ
  • ||
  • ପଦ୍ମପୁର: ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
  • ||
  • ବ୍ରହ୍ମପୁର: ଗଞ୍ଜାମରେ ୧୦୧୦ଗାଁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲା ପ୍ରଶାସନ
  • ||
  • ବଲାଙ୍ଗୀର: ରାତିରେ ପରିବାର ଲୋକଙ୍କ ସହ ଶୋଇଥିଲା ବେଳେ ମହିଳାଙ୍କୁ କାମୁଡି ଦେଲା ବିଷାକ୍ତ ସାପ, ଆଖିବୁଜଲେ ମହିଳା
  • ||
  • ପାଟଣା: ପୂର୍ବତନ ପାଟଣା ବିଧାୟକ ରାମରାଇ ମୁଣ୍ଡାଙ୍କ ପରଲୋକ
  • ||
  • ସମ୍ବଲପୁର: ହୀରାକୁଦର ପୁଣି ବନ୍ଦ ହେଲା ୬ ଗେଟ୍, ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବାଙ୍କୀ : ହୁଳୁହୁଳା ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ବାଙ୍କୀର ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ
  • ||
  • ସଠିପୁର : ଦୁଇ କଣ୍ଟେନର ମୁହାଁମୁହିଁ ଧକ୍କା, ଉଭୟ ଡ୍ରାଇଭର ଆହତ
  • ||
  • ଜଗତସିଂହପୁ : ହଂସୁଆ ନଈରେ ଘାଇ, ୧୦ରୁ ଅଧିକ ଗାଁ ଜଳମଗ୍ନ
  • ||
  • ସମ୍ବଲପୁର : ସୁଧୁରୁଛି ଉପରମୁଣ୍ଡର ବନ୍ୟା ସ୍ଥିତି, ହୀରାକୁଦରେ ବନ୍ଦ ହେଲା ୪ ଗେଟ୍‌, ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି
  • ||
  • କାମାକ୍ଷାନଗର : ଚାଷୀଙ୍କୁ ଦଳି ମାରିଲା ଦନ୍ତା
  • ||
  • ରାଉରକେଲା : ବିମାନଘାଟି ପରିସରରେ ଜଣେ ମହିଳା ଶ୍ରମିକଙ୍କୁ ଦୁଷ୍କର୍ମ ଉଦ୍ୟମ, ଠିକା କର୍ମଚାରୀ ଅଟକ
  • ||

କାଲିଠୁ ମାଟ୍ରିକ୍‌ ଅଫ୍‌ଲାଇନ୍‌ ପରୀକ୍ଷା, ଅଗଷ୍ଟ ୫ ଯାଏଁ ଚାଲିବ: ନିରୀକ୍ଷକଙ୍କ କୋଭିଡ୍‌ ଟେଷ୍ଟ୍‌ ବାଧ୍ୟତାମୂଳକ

କଟକ,୨୯/୦୭: ଆସନ୍ତାକାଲି ମାଟ୍ରିକ୍‌ ଅଫ୍‌ଲାଇନ୍‌ ପରୀକ୍ଷା । ଜୁଲାଇ ୩୦ରୁ ଅଗଷ୍ଟ ୫ ଯାଏ ଅଫ୍‌ଲାଇନ୍ ପରୀକ୍ଷା ଅନୁଷ୍ଠିତ ହେବ। ଷ୍ଟେଟ ଓପନ୍‌ ସ୍କୁଲ୍‌, କରେସ୍‌ପଣ୍ଡେଣ୍ଟ୍‌ ଏବଂ ମଧ୍ୟମା ଅଫ୍‌ଲାଇନ୍‌ ପରୀକ୍ଷା ଲାଗି ସେଣ୍ଟର୍‌ଗୁଡ଼ିକରେ କୋଭିଡ୍‌ ଗାଇଡ୍‌ଲାଇନ୍‌କୁ କଡ଼ାକଡ଼ି ପାଳନ କରାଯିବ । ଶୁକ୍ରବାର ଦିନ ମୋଟ୍ ୬ ହଜାର ୫ ଶହ ୯୭ ପରୀକ୍ଷାର୍ଥୀ ଦେବେ ରେଗୁଲାର ପରୀକ୍ଷା । ମଧ୍ୟମା ଏବଂ ଓପନ୍ ସ୍କୁଲକୁ ମିଶାଇ ୧୫ ହଜାର ୧୧୫ ଜଣ ଦେବେ ପରୀକ୍ଷା ଦେବେ । ମାଟ୍ରିକ୍ ପରୀକ୍ଷା ପାଇଁ ବୋର୍ଡ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ । ପରୀକ୍ଷା ପାଇଁ ସ୍ବତନ୍ତ୍ର କୋଭିଡ୍ ସ୍କ୍ଵାଡ୍ ଗଠନ ହୋଇଥିବା ସୂଚନା ଦେଲେ ବୋର୍ଡ ସଭାପତି ।

ସେହି କ୍ରମରେ ୫୦୪ଟି ଯାକ ସେଣ୍ଟରରେ ନିୟୋଜିତ ହେବାକୁ ଥିବା ନିରୀକ୍ଷକ ବା ଇନ୍‌ଭିଜିଲେଟର୍‌ମାନଙ୍କ କୋଭିଡ୍‌ ଟେଷ୍ଟ ବାଧ୍ୟତାମୂଳକ ରଖାଯାଇଛି । କୋଭିଡ୍‌ ଟେଷ୍ଟ ପରେ ନେଗେଟିଭ୍‌ ରିପୋର୍ଟ ଥିବା ଶିକ୍ଷକମାନେ ହିଁ କେନ୍ଦ୍ରଗୁଡ଼ିକରେ ନିରୀକ୍ଷକ ଦାୟିତ୍ୱରେ ରହିପାରିବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ସୂଚନା ଦିଆଯାଇଛି । ଥଣ୍ଡା, ଛିଙ୍କ ଏବଂ ଜ୍ୱର ଆଦି ଲକ୍ଷଣ ଥିବା ପରୀକ୍ଷାର୍ଥୀଙ୍କୁ ଅନ୍ୟ ପରୀକ୍ଷାର୍ଥୀମାନଙ୍କଠାରୁ ଦୂରେଇ ରଖି ପରୀକ୍ଷା ଦେବା ଲାଗି ପ୍ରତି ସେଣ୍ଟରରେ ଆଇସୋଲେସନ୍‌ ରୁମ୍‌ ରଖିବା ଲାଗି ଜିଲ୍ଲା ଶିକ୍ଷାଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । କେନ୍ଦ୍ରଗୁଡ଼ିକରେ ପରୀକ୍ଷାର୍ଥୀମାନେ ପ୍ରବେଶ କରିବା ପୂର୍ବରୁ ଗେଟ୍‌ରେ ଥର୍ମାଲ୍‌ ସ୍କ୍ରିନିଂ କରିବା ସହ ହାତ ସାନିଟାଇଜ୍‌କୁ ଗୁରୁତ୍ୱ ଦିଆଯାଇଛି ବୋଲି ବୋର୍ଡ କର୍ତ୍ତୃପକ୍ଷ କହିଛନ୍ତି ।

ସୂଚନାଯୋଗ୍ୟ, ବୋର୍ଡ ପକ୍ଷରୁ ସମସ୍ତ ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର, ଓଏମ୍‌ଆର୍‌ ସିଟ୍‌ ଓ ପରୀକ୍ଷା ସମ୍ପର୍କିତ ଅନ୍ୟ ସମସ୍ତ କାଗଜପତ୍ର ପହଞ୍ଚି ସାରିଛି । ପ୍ରଶ୍ନପତ୍ର ସୁରକ୍ଷା ଲାଗି କେନ୍ଦ୍ରଗୁଡ଼ିକରେ ପୁଲିସ୍‌ କର୍ମଚାରୀଙ୍କୁ ସିଫ୍ଟ ଅନୁସାରେ ମୁତୟନ ସହ କର୍ମଚାରୀଙ୍କୁ ସୁରକ୍ଷାରେ ନିୟୋଜିତ କରିବା ଲାଗି ଶିକ୍ଷାଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଉଲ୍ଳେଖ ଯୋଗ୍ୟ ଯେ, ମାଟ୍ରିକ୍‌ ଅଫ୍‌ଲାଇନ୍‌ ପରୀକ୍ଷା ଦେବାକୁ ୧୫,୧୧୫ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଛନ୍ତି । ଶୁକ୍ରବାରଠୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହେଉଥିବା ବେଳେ ପରୀକ୍ଷା ସରିବା ପରେ ୧୦ରୁ ୧୫ ଦିନ ଭିତରେ ଖାତା ମୂଲ୍ୟାୟନ କରାଯିବ । ଅଗଷ୍ଟ ୨୨ ସୁଦ୍ଧା ଫଳ ପ୍ରକାଶ ପାଇବ । ମୂଲ୍ୟାୟନ କେନ୍ଦ୍ରକୁ ସାନିଟାଇଜ କରାଯିବ । କେନ୍ଦ୍ରରେ ଥିବା ସମସ୍ତ କର୍ମଚାରୀଙ୍କ ଥର୍ମାଲ୍‌ ସ୍କ୍ରିନିଂ, ହ୍ୟାଣ୍ଡ ସାନିଟାଇଜ୍‌ ଓ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହେବ ।