PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

ମୁମ୍ବାଇ ଆଶିଆନା ଟାଓ୍ବାରରେ ଭୟାବହ ଅଗ୍ନିକାଣ୍ଡ : ଘଟଣାସ୍ଥଳରେ ୮ ଦମକଳ ଗାଡ଼ି ନିୟୋଜିତ

ମୁମ୍ବାଇ ୪।୬: ମୁମ୍ବାଇ ଓସିୱାରା ଅଞ୍ଚଳର ଆଶିଆନା ଟାୱାରରେ ଅଗ୍ନିକାଣ୍ଡ ଘଟିଛି । ଶୁକ୍ରବାର ସକାଳ ୮ଟାରେ ଏହି ଭୟାନକ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଅନେକ ଅଗ୍ନିଶମ ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ନିୟୋଜିତ ହୋଇଛନ୍ତି । ଅଗ୍ନିଶମ ବିଭାଗର ଜଣେ ଅଧିକାରୀ ଏ ସମ୍ପର୍କରେ କହିଛନ୍ତି । ଅଗ୍ନିକାଣ୍ଡରେ କେହି ଆହତ ହୋଇନାହାଁନ୍ତି ବୋଲି ସେ କହିଛନ୍ତି। ତେବେ ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ଜଣାପଡିନାହିଁ ।

ଅଧିକାରୀ କହିଛନ୍ତି ଯେ, ଦମକଳର ଆଠଟି ଗାଡ଼ି ଏବଂ ଅନେକ ୱାଟର ଟ୍ୟାଙ୍କର୍ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ଆରମ୍ଭ କରିଥିଲେ। ନିଆଁ ଲିଭାଇବା କାମ ଏବେବି ଜାରି ରହିଛି। ଯଦି ଶୀଘ୍ର ନିଆଁକୁ ଆୟତ୍ତ କରା ନଯାଏ ତେବେ ଆହୁରି ଭୟାବହ ସ୍ଥିତି ହେବ ବୋଲି କୁହାଯାଉଛି ।