PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ତୁମୁଡିବନ୍ଧ: ଗାଈକୁ ବଞ୍ଚାଇଲା, ଛେଳି ପଲ ଉପରେ ଚଢିଗଲା ମାଲ୍ ବୋଝେଇ ଟ୍ରକ୍, ଓଲଟିବାରୁ କ୍ୟାବିନ୍‌ରେ ପଶିଗଲେ ଡ୍ରାଇଭର ଓ ହେଲ୍ପର୍
  • ||
  • ନରସିଂହପୁର: ଅଗ୍ନିକାଣ୍ଡରେ ଜଳିଗଲା ପାଞ୍ଚ ପରିବାରର ୫ ବଖରା ଘର, ପୋଡ଼ି ପାଉଁଶ ହୋଇଗଲା ଆସବାବପତ୍ର
  • ||
  • ଭୁବନେଶ୍ୱର: ଓଜେଇଇର ଏମ୍‌ବିବିଏସ୍, ବିଡ଼ିଏସ୍ କାଉନସେଲିଂ ସ୍ଥଗିତ
  • ||
  • ନୂଆଦିଲ୍ଲୀ: ଲୋକସଭାରେ ୩ କୃଷି ଆଇନ ଉଚ୍ଛେଦ ବିଲ୍ ପାରିତ
  • ||
  • କେନ୍ଦୁଝର: କାନଝରୀ ଡ୍ୟାମରୁ ଯୁବକଙ୍କ ମୃତଦେହ ଉଦ୍ଧାର, ଗତକାଲି ଗାଧୋଇଲା ବେଳେ ବୁଡି ଯାଇଥିଲେ…
  • ||
  • ରାୟଗଡ଼: ନିୟମଗିରି ପାହାଡର ବିଭିନ୍ନ ସ୍ଥାନରେ ମାଓବାଦୀଙ୍କ ବ୍ୟାନର ଓ ପୋଷ୍ଟର, ଡିସେମ୍ବର ୨ ରୁ ୮ ତାରିଖ ପର୍ଯ୍ୟନ୍ତ ପିଏଲଜିଏ ସପ୍ତାହ ପାଳନ
  • ||
  • ବ୍ରହ୍ମପୁର: ସପ୍ତାହେ ହେଲା ଶାଶୂ ଘର ଆଗରେ ତପସ୍ୱିନୀ: ସ୍ୱାମୀ ଘରକୁ ଯିବେ କି ନାହିଁ ଆଜି କୋର୍ଟରେ ଶୁଣାଣି
  • ||
  • ଯାଜପୁର: ପଦ୍ମଶ୍ରୀ ନନ୍ଦ ସାରଙ୍କୁ ହତ୍ୟା ଧମକ, ବଡ଼ ପୁଅକୁ ଲହୁ ଲୁହାଣ କଲେ ଗାଁର ଅସାମାଜିକ ଯୁବକ
  • ||
  • ଭୁବନେଶ୍ୱର : ୪/୫ରେ ଆନ୍ଧ୍ର କିମ୍ବା ଓଡ଼ିଶା ଉପକୂଳ ଛୁଇଁପାରେ ସମ୍ଭାବ୍ୟ ବାତ୍ୟା, ୩ରୁ ପଡ଼ିବ ପ୍ରଭାବ,
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଏକକାଳୀନ ୩ଟି ସ୍ଥାନରେ ରେଡ୍‌, ବର୍ତ୍ତମାନ ସୁଦ୍ଧା ୫ ଲକ୍ଷ ଟଙ୍କା ଜବତ
  • ||
  • ପୁରୀ : ଦାରୁଦିଅଁଙ୍କ ପଇତାଲାଗି ନୀତି, ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ମନା
  • ||
  • ଭୋଗରାଇ : ବାବା ଚନ୍ଦନେଶ୍ଵରଙ୍କ ମନ୍ଦିର ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ଟି ଅସ୍ଥାୟୀ ଦୋକାନ
  • ||
  • ଯାଜପୁର : ପଦ୍ମଶ୍ରୀ ନନ୍ଦ ସାରଙ୍କୁ ଆକ୍ରମଣ ଧମକ, ବଡ଼ ପୁଅକୁ ଲହୁ ଲୁହାଣ କଲେ ଗାଁର ଅସାମାଜିକ ଯୁବକ
  • ||

ସେପ୍‌ଟେମ୍ବର ୧୪ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ, ଗୋଟିଏ ସିଟିଂରେ ପରୀକ୍ଷା

କଟକ,୧୧/୦୮: ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ରେଗୁଲାର ଓ ଏକ୍ସ-ରେଗୁଲାର ପରୀକ୍ଷା ଆସନ୍ତା ସେପ୍ଟେମ୍ବର ୧୪ରୁ ଆରମ୍ଭ ହୋଇ ୨୨ ତାରିଖଯାଏ ଚାଲିବ । ଏଥିସହ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ (ଏସ୍‌ଓଏସ୍‌ସି) ପରୀକ୍ଷା ମଧ୍ୟ ସେପ୍‌ଟେମ୍ବର ୧୪ରୁ ଆରମ୍ଭ ହୋଇ ୨୪ ତାରିଖରେ ଶେଷ ହେବ । ଉଭୟ ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟାରେ ଶେଷ ହେବ । ପରୀକ୍ଷା ଗୋଟିଏ ସିଟିଂ ଓ ଗୋଟିଏ ପ୍ରଶ୍ନପତ୍ରରେ କରାଯିବ । ସକାଳ ୯ଟା ୪୫ରେ ଉଭୟ ସଂକ୍ଷିପ୍ତ ଉତ୍ତରମୂଳକ (ଅବ୍‌ଜେକ୍‌ଟିଭ୍‌) ଓ ଦୀର୍ଘ ଉତ୍ତରମୂଳକ (ସବ୍‌ଜେକ୍‌ଟିଭ୍‌) ପ୍ରଶ୍ନପତ୍ର ପରୀକ୍ଷାର୍ଥୀଙ୍କୁ ଦିଆଯିବ।

ଅବ୍‌ଜେକ୍‌ଟିଭ୍‌ ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହୋଇ ୧୧ଟାରେ ଶେଷ ହେବ । ୧୧ଟାରୁ ସବ୍‌ଜେକ୍‌ଟିଭ୍‌ ପରୀକ୍ଷା ଆରମ୍ଭ ହୋଇ ୧୨ଟାରେ ଶେଷ ହେବ । ପରୀକ୍ଷାର୍ଥୀମାନେ ଅବ୍‌ଜେକ୍‌ଟିଭ୍‌ ପରୀକ୍ଷା ଓଏମ୍‌ଆର୍‌ (ଅପ୍‌ଟିକାଲ୍‌ ମାର୍କ ରେକଗ୍‌ନିସନ୍‌) ସିଟ୍‌ରେ ଦେବେ ଓ ସବ୍‌ଜେକ୍‌ଟିଭ୍‌ ପରୀକ୍ଷା ପ୍ରଶ୍ନ କମ୍‌ ଉତ୍ତର ବୁକ୍‌ଲେଟ୍‌ରେ ଦେବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଆଜି ସୂଚନା ଦିଆଯାଇଛି ।

ସେପ୍ଟେମ୍ବର ୧୪ରେ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷାର୍ଥୀଙ୍କ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା ରହିଥିବାବେଳେ ୧୫ରେ ଇଂରାଜୀ ଓ ମୂକ ବଧିର ପରୀକ୍ଷାର୍ଥୀଙ୍କ ପରିବେଶ, ଜନସଂଖ୍ୟା ପରୀକ୍ଷା ରହିଛି । ସେହିପରି ୧୬ ଓ ୧୮ ତାରିଖରେ ତୃତୀୟ ଭାଷା ଯଥାକ୍ରମେ ହିନ୍ଦୀ ଓ ସଂସ୍କୃତ ପରୀକ୍ଷା ରହିଛି । ୧୯ରେ ଗଣିତ, ୨୦ରେ ଭିଜୁଆଲ ଆର୍ଟର ପ୍ରାକ୍ଟିକାଲ ପରୀକ୍ଷା, ୨୧ରେ ସାଧାରଣ ବିଜ୍ଞାନ ପରୀକ୍ଷା, ୨୨ରେ ସାମାଜିକ ବିଜ୍ଞାନ ପରୀକ୍ଷା ରହିଛି । ଏସ୍‌ଓଏସ୍‌ସିର ଅଲଗା ପରୀକ୍ଷା ସୂଚୀ ରହିଛି ବୋଲି ବୋର୍ଡ ସମ୍ପାଦକ ଶ୍ରୀକାନ୍ତ ତରାଇ କହିଛନ୍ତି ।