PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ପୁଣି ପୁଲିସ ଟିମ୍ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ; ସର୍ଚ୍ଚ ଅପରେସନ ଜାରୀ

pic-india today

ଶ୍ରୀନଗର: କଶ୍ମୀରରେ ପୁଣି ପୁଲିସ ଟିମ୍ ଉପରେ ଆତଙ୍କବାଦୀ ଆକ୍ରମଣ। ଶନିବାର ପୁଲିସ ଟିମ୍‌ ଶ୍ରୀନଗର ନୂରବାଗରେ କର୍ଡନ କରି ସର୍ଚ୍ଚ ଅପରେସନ କରୁଥିବା ବେଳେ ପୁଲିସ ଉପରେ ଆକ୍ରମଣ କରିଛନ୍ତି ଆତଙ୍କବାଦୀ।

ମିଳିଥିବା ରିପୋର୍ଟ ଅନୁସାରେ, ଉକ୍ତ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ନେଇ ଖବର ମିଳିବା ପରେ ସିଆର୍‌ପିଏଫ୍‌ ଓ ସୁରକ୍ଷାବାହିନୀଙ୍କ ଦ୍ୱାରା ସେହି ଅଞ୍ଚଳକୁ କର୍ଡନ କରି ସର୍ଚ୍ଚ ଅପରେସନ କରାଯାଇଥିଲା। ମିଳିତ ଟିମ୍ ସଫକଦଲ ପୁଲିସ୍ ଷ୍ଟେସନ୍ ବଗୱାନପୁରା ଅଞ୍ଚଳରେ ସର୍ଚ୍ଚ ଅପରେସନ କରୁଥିବା ବେଳେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ।

ଏହାପରେ ସେନା ପକ୍ଷରୁ ମଧ୍ୟ ପାଲଟା ଆକ୍ରମଣ କରାଯାଇଥିଲା। ହେଲେ ଏଥିରେ ଆତଙ୍କବାଦୀମାନେ ସେମାନଙ୍କ ଅସ୍ତ୍ରଶସ୍ତ୍ର ଫିଙ୍ଗି ଦେଇ ଖସି ପଳାଇବାକୁ ସକ୍ଷମ ହୋଇଥିଲେ। ଏନେଇ କଶ୍ମୀର ପୁଲିସ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ଘଟଣା ସ୍ଥଳରେ ଅଧିକ ପୁଲିସ ମୁତୟନ କରାଯାଇଥିବା ବେଳେ ସର୍ଚ୍ଚ ଅପରେସନକୁ ଆହୁରି ତୀବ୍ର କରାଯାଇଛି ବୋଲି କଶ୍ମୀର ପୁଲିସ ଟ୍ୱିଟ୍ କରି କହିଛି। ଘଟଣା ସ୍ଥଳରୁ AK-47 ବନ୍ଧୁକ ଜବତ କରାଯାଇଛି ବୋଲି କଶ୍ମୀର ପୁଲିସ ସୂଚନା ଦେଇଛି।

ସମ୍ବନ୍ଧିତ ଖବର