ଭଦ୍ରକ ମେଡିକାଲ କଲେଜ ପ୍ରତିଷ୍ଠା ଦାବି ନେଇ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଭେଟିଲେ ବିଧାୟକ

ଭୁବନେଶ୍ୱର ୩୦/୧୧: ଭଦ୍ରକରେ ଶୀଘ୍ର ମେଡିକାଲ କଲେଜ ନିର୍ମାଣ ହେଉ । ଗତକାଲି ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କୁ ଭେଟି ଜିଲ୍ଲାର ବିଧାୟକମାନେ ଏହି ଦାବି ଜଣାଇଛନ୍ତି । ଏହାକୁ ବିଚାର କରିବେ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।

ଭଦ୍ରକ ଜିଲ୍ଲାରେ ସ୍ୱାସ୍ଥ୍ୟ ସେବା ଓ ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା । ଭଦ୍ରକରେ ଥିବା ଏମସିଏଚ୍‌କୁ ସଂପ୍ରସାରଣ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା । ଏହାକୁ ୧୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ଦାସ କହିଥିଲେ । ଏଥିସହ ଜିଲ୍ଲା ହସ୍ପିଟାଲର ଚାରି ପାଖରେ ପାଚେରୀ ଓ ରାସ୍ତା ନିର୍ମାଣ ପାଇଁ ୬ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ସେ କହିଥିଲେ । ଜିଲ୍ଲାରେ ଖାଲି ପଡ଼ିଥିବା ଡାକ୍ତରୀ ପଦବି ତୁରନ୍ତ ପୂରଣ କରିବାକୁ ବିଧାୟକମାନେ ଦାବି କରିଥିଲେ ।

ବୈଠକରେ ବିରୋଧୀ ଦଳର ଉପନେତା ବିଷ୍ଣୁଚରଣ ସେଠୀ, ବିଧାୟକ ପ୍ରଫୁଲ୍ଲ ସାମଲ, ବ୍ୟୋମକେଶ ରାୟ, ସଞ୍ଜୀବ କୁମାର ମଲ୍ଲିକ, ବିଷ୍ଣୁବ୍ରତ ରାଉତରାୟ, ଡିଏମ୍‌ଇଟି ପ୍ରଫେସର ସିବିକେ ମହାନ୍ତି, ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ଡା. ଦିଲ୍ଲୀପ କୁମାର ଷଡ଼ଙ୍ଗୀଙ୍କ ସମେତ ସ୍ୱାସ୍ଥ୍ୟ ଓ ପୂର୍ତ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ ।

   ସମ୍ବନ୍ଧିତ ଖବର


ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ : ଭିଜିଲାନ୍ସ ଜାଲରେ କୋଟିପତି ଆକାଉଣ୍ଟାଣ୍ଟ

୭ ବର୍ଷର ଝିଅକୁ ଧରି ପ୍ରେମିକ ସହ ଚମ୍ପଟ ମାରିଲେ ମହିଳା, ବିଚରା ସ୍ୱାମୀ ଥାନାରେ କରୁଛି ଗୁହାରୀ

କରୋନା ସହ ୧୨ଦିନର ଲଢେଇ ପରେ ଆଖିବୁଜିଲେ କଳାକାର: ବିଶିଷ୍ଟ ଚିତ୍ରଶିଳ୍ପୀ ଶ୍ୟାମ ପ୍ରସାଦ ପଟ୍ଟନାୟକଙ୍କ ଦେହାନ୍ତ

ନାବାଳିକା ଗଣଦୁଷ୍କର୍ମ ମାମଲାରେ ଆସିଲା ରାୟ: ପ୍ରେମିକ ସମେତ ୨ ଅଭିଯୁକ୍ତଙ୍କୁ ଆଜୀବନ ଜେଲ୍‌ ଦଣ୍ଡ ସହ ୧୦ ହଜାର ଟଙ୍କା ଲେଖାଏଁ ଜରିମାନା

ସାମାନ୍ୟ କଥାରୁ ବୀଭତ୍ସ ହତ୍ୟାକାଣ୍ଡ: ପତ୍ନୀର ମୁଣ୍ଡ ଗଣ୍ଡି ଅଲଗା କରିଦେଲା ସ୍ୱାମୀ, ଅଭିଯୁକ୍ତକୁ ବାନ୍ଧିଲା ପୁଲିସ

ଆଦିବାସୀ ନାବାଳିକା ଦୁଷ୍କର୍ମ ମାମଲା: ୩ ସପ୍ତାହ ପରେ ଜେଲ୍‌ ଗଲେ ଓଏଏସ୍‌ଙ୍କ ଶ୍ୱଶୁର