PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଜୁନ୍ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ : ଗଣଶିକ୍ଷା ମନ୍ତ୍ରୀ
  • ||
  • ସମ୍ବଲପୁର: ପୁଣି ଚର୍ଚ୍ଚାରେ ସମ୍ବଲପୁର ଜେଲ, କଏଦୀକୁ ଗଞ୍ଜେଇ ବିକି ଧରାପଡିଲେ ଜେଲ୍ ଓ୍ବାର୍ଡର୍, ବଣେଇଗଡ ଜେଲକୁ ହେଲେ ବଦଳି
  • ||
  • ରାଜସୁନାଖଳା: ଜାଗା ବାଡ଼ି ମଧ୍ୟସ୍ଥତାକୁ ନେଇ ରକ୍ତାକ୍ତ ସଂଘର୍ଷ, ଜଣେ ଗୁରୁତର
  • ||
  • କଣ୍ଟାବାଞ୍ଜି : ବର୍ଷା ଦାଉରୁ ଆଶ୍ରୟ ପାଇଁ ଦୋକାନ ପିଣ୍ଡାକୁ ଯାଇ ଷଣ୍ଢକୁ ଲାଗିଲା ବିଜୁଳି ଝଟକା, ଘଟଣାସ୍ଥଳରେ ଟଳିପଡିଲା…
  • ||
  • ନୀଳଗିରି: ଯୁବକର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ସନ୍ଦେହ, ପୁଲିସ ତଦନ୍ତ ଆରମ୍ଭ
  • ||
  • ପୁରୀ : ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା ପ୍ରସ୍ତୁତି, ଭୋର ୪ଟା ସୁଦ୍ଧା ପହଣ୍ଡ ବିଜେ ନୀତି, ସାମାଜିକ ଦୂରତାକୁ ଗୁରୁତ୍ୱ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ମଧ୍ୟରେ ୪୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୩ଶହ ଟପିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୪ ହଜାର ୪୬୯ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୫୧ ହଜାର ପାର୍
  • ||
  • ପୁରୀ : ରଥଖଳା ହାଲ୍‌ଚାଲ, ୨୧ ଅଖରେ ଲାଗିଲା ୪୨ ଚକ, ପ୍ରଭା ଅପସରା କାମ ଆରମ୍ଭ
  • ||
  • ଭୁବନେଶ୍ୱର : ବର୍ଷାରେ ଧୋଇଯିବ ରଜ ମଉଜ, ୪୮ ଘଣ୍ଟା ଭିତରେ ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ, ଉପକୂଳରେ ବର୍ଷା ଜାରି-ଆଭ୍ୟନ୍ତରୀଣରେ ବଢ଼ିବ
  • ||
  • ବାମରା : ପରିବାରର ୬ ଜଣଙ୍କୁ ହାଣି ଆତ୍ମହତ୍ୟା କଲା ସଂକ୍ରମିତ ବାପା, ଝିଅ ମୃତ, ପୁଅ- ୩ ଝିଅ ଓ ମା’ ଆହତ
  • ||
  • କଟକ : ଲକ୍‌ଡାଉନ୍‌ ବେଳେ କଟକରେ ବେଧଡ଼କ ଚାଲିଛି ଦେହ ବ୍ୟବସାୟ, ଦୁଇଟି ସ୍ଥାନରେ ଚଢ଼ଉ ବେଳେ ୫ ଯୁବତୀ ଉଦ୍ଧାର, ର‌୍ୟାକେଟ୍‌ର ମୁଖ୍ୟ ଓ ଜଣେ ଗ୍ରାହକ ଗିରଫ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସୁଧୁରୁଛି ସ୍ଥିତି, ୨୬ ଜିଲ୍ଲାରେ ହୋଇପାରେ ଅନଲକ, ୪ ଜିଲ୍ଲା ପାଇଁ ସ୍ୱତନ୍ତ୍ର ଷ୍ଟ୍ରାଟେଜି
  • ||

ଚାନ୍ଦା ନ ଦେବା ବ୍ୟବସାୟୀଙ୍କୁ ମାଡ଼

ଭୁବନେଶ୍ୱର ୭/୯ : ଗଣେଶ ପୂଜା ଚାନ୍ଦା ନ ଦେବା ମହଙ୍ଗା ପଡ଼ିଛି ଜଣେ ବ୍ୟବସାୟୀଙ୍କୁ । ଯୁବକମାନେ ତାଙ୍କୁ ଆକ୍ରମଣ କରିଛନ୍ତି । ଆକ୍ରମଣର ଶିକାର ହୋଇଛନ୍ତି ଅଶୋକ ନଗରର ବ୍ୟବସାୟୀ ଚିନ୍ତାମଣି ନାୟକ । ଏନେଇ ସେ କ୍ୟାପିଟାଲ୍‌ ଥାନାରେ ଏତଲା ଦେଇଛନ୍ତି । ତାଙ୍କ ପରିବାର ଲୋକ ତାଙ୍କୁ ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସିତ କରାଉଛନ୍ତି । ଚିନ୍ତାମଣିଙ୍କର ଆଶୋକ ନଗରରେ ଏକ ଦୋକାନ ରହିଛି ।

ଗଣେଶ ପୂଜା ପୂର୍ବରୁ ସ୍ଥାନୀୟ କିଛି ଯୁବକ ତାଙ୍କୁ ୨୦ ହଜାର ଟଙ୍କା ଚାନ୍ଦା ମାଗିଥିଲେ । ହେଲେ ୫ ହଜାର ଟଙ୍କା ଦେବାକୁ ରାଜି ହୋଇଥିଲେ । ଏମାନେ ୨୦ ହଜାର ଟଙ୍କା ନେବା ପାଇଁ ଜିଦ୍‌ ଧରିଥିଲେ । ହେଲେ ଚିନ୍ତାମଣି କହିଥିଲେ, ୫ ହଜାରରୁ ମୁଁ ଅଧିକ ଦେଇ ପାରିବି ନାହିଁ । ଏହାକୁ ନେଇ ପାଟି ତୁଣ୍ଡ ହୋଇଥିଲା । ଯୁବକମାନେ କହିଥିଲେ, ଗଣେଶ ପୂଜା ପରେ ତମ ସହ କଥା ହେବୁ ।

ଗୁରୁବାର ରାତି ୧୦ ଟା ବେଳେ ଦୋକାନ ବନ୍ଦ କରୁଥିବା ସମୟରେ ଯୁବକମାନେ ପହଞ୍ଚି ମାଡ଼ ମାରି ମୁହଁ ଫଟେଇ ଦେଲେ ଓ ଘଟଣା ସ୍ଥଳରୁ ଚମ୍ପଟ ମାରିଲେ । ତା’ପରେ ଚିନ୍ତାମଣି ତାଙ୍କ ସମ୍ପର୍କୀୟଙ୍କୁ ଡାକିଥିଲେ । ସେ ଆସିବା ପରେ ଥାନାକୁ ଯାଇଥିଲେ । ପୁଲିସ୍‌ ତଦନ୍ତ କରୁଛି ।

ସମ୍ବନ୍ଧିତ ଖବର