PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର:ହାତୀଦାନ୍ତ ରାକେଟକୁ ମାଡିବସିଲା ଏସ୍ ଟି ଏଫ୍ ଟିମ୍, ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚୁରା ଜାରି, ବଲାଙ୍ଗୀର ରେଞ୍ଜ ଦେଓଗାଁ ଅଞ୍ଚଳରୁ ରାକେଟ ଧରାପଡ଼ିଥିବା ସୂଚନା
  • ||
  • ଭୁବନେଶ୍ୱର ନୟାପଲ୍ଲୀରୁ କଣ୍ଟ୍ରାକ୍ଟ କିଲର ଗିରଫ ମାମଲା , ଦ୍ୱିତୀୟ ପର୍ଯ୍ୟାୟରେ ୪ଦିନିଆ ରିମାଣ୍ଡରେ ଯିବେ ୨ କିଲର( ସମ୍ପଦ ସାହୁ , ପ୍ରଶାନତ ଦାସ), ରିମାଣ୍ଡ ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ସମ୍ବଲପୁର ସହରର ଟାଂଗରପାଲିରେ ଟ୍ରକ ଧକ୍କାରେ ଗୋଟିଏ ପରିବାରର ୪ ଗୁରୁତର
  • ||
  • ଆସନ୍ତାକାଲି ସକାଳ ୧୦.୩୦ ଯାଏ ବିଧାନସଭା ମୁଲତବୀ , ସର୍ବଦଳୀୟ ବୈଠକରେ ବାହାରିଲାନି କୌଣସି ନିଷ୍କର୍ଷ ବୋଲି କହିଲେ ବାଚସ୍ପତି
  • ||
  • ଗୃହ ସୁପରିଚାଳନା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି
  • ||
  • ୧୦ ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ନାକଟିଦେଉଳ: ବାରହା ମାଂସ ଜବତ, ଜନ୍ତୁ ଶିକାର ଅଭିଯୋଗରେ ଶିକାରୀ କୋର୍ଟ ଚାଲାଣ ।
  • ||
  • ଭବାନୀପାଟଣା: ବସ୍‌କୁ ସଜାଡୁଥିଲେ ଡ୍ରାଇଭର, ଅଚାନକ ଗାଡ଼ି ଜେକ ଖସି ଯିବାରୁ ଚକା ତଳେ ଚାପି ହୋଇ ଚାଲିଗଲା ଚାଳକଙ୍କ ଜୀବନ
  • ||
  • ପୁରୀ: ପୁରୀ ଅଜମେର ଟ୍ରେନରେ ଧୂଆଁ, ଗୋଟିଏ ଘଣ୍ଟା ବିଳମ୍ବ
  • ||
  • ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ଧରାପଡିଲେ ଖୋର୍ଦ୍ଧା ସହକାରୀ ଯନ୍ତ୍ରୀ, ଜଣେ ଠିକାଦରଙ୍କଠୁ ୧୦ ହଜାର ଲାଞ୍ଚ ନେବା ବେଳେ ଧରାପଡିଲେ
  • ||
  • ଭୁବନେଶ୍ଵର : ଷଷ୍ଠ ଦିନରେ ବିଧାନସଭା ଅଚଳ, ବିରୋଧୀଙ୍କ ଘଣ୍ଟ ମାଡ଼ରେ କମ୍ପିଲା ଗୃହ, ଗଙ୍ଗା ଜଳ ଛିଞ୍ଚିଲା ବିଜେଡି
  • ||
  • ତେଲକୋଇ : ତେଲକୋଇ ଫରେଷ୍ଟ ବିଟ୍‌ରେ ହାତୀ ଉପଦ୍ରବ, ନଷ୍ଟକଲେ ଏକର ଏକର ଧାନ ଫସଲ
  • ||
  • ବାଲିକୁଦା : ବିଦ୍ୟୁତ୍ ଟ୍ରାନ୍ସଫର୍ମର ଲୁଟ୍ କରିବା ବେଳେ ଧରାପଡ଼ିଲେ ୩ ଚୋର, ଖୋର୍ଦ୍ଧାରେ ବିକ୍ରି କରୁଥିଲେ ଚୋରି ଯନ୍ତ୍ରାଂଶ
  • ||
  • କଟକ : ଭିଜିଲାନ୍ସ ଜାଲରେ OSAP ସିପାହୀ, ନଗଦ ୨ ଲକ୍ଷ ୯୪ ହଜାର ଟଙ୍କା ଜବତ
  • ||
  • କଳାହାଣ୍ଡି : ରୋଗୀ ଆଣିବାକୁ ଯିବାବେଳେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଆମ୍ବୁଲାନ୍ସ
  • ||
  • ଭୁବନେଶ୍ଵର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୫୧ ଜଣ କରୋନା ପଜିଟିଭ ଚିହ୍ନଟ, ଆଉ ଜଣଙ୍କ ଜୀବନ ନେଲା କୋଭିଡ୍
  • ||
  • ଗଜପତି: ଏଟିଏମ୍ ଲୁଟ୍ ଉଦ୍ୟମ ପଣ୍ଡ, ୩ ଲୁଟେରାଙ୍କୁ ଗୋଡାଇ ଗୋଡାଇ କାବୁ କଲା ପୋଲିସ
  • ||
  • ଚାନ୍ଦବାଲି: ସ୍ଥାୟୀ ଘରଡିହ ପଟା ପାଇଁ ଦାବି କରିବାରୁ ବାସହରା ହେଲେ ୧୧ ପରିବାର, ରାଜରାସ୍ତାରେ ଶୀତ କାକରରେ କଟୁଛି ଜୀବନ
  • ||
  • ବୁର୍ଲା: ଭିମସାରରେ ୨ ଛାତ୍ରଛାତ୍ରୀଙ୍କ ଠାରେ ଡେଲ୍ଟା ଭାରିଆଣ୍ଟ ଚିହ୍ନଟ
  • ||
  • ପାରଳାଖେମୁଣ୍ଡି: ଭିଜିଲାନ୍ସ ପଞ୍ଝାରେ ଫରେଷ୍ଟର, ଏକକାଳୀନ ୪ଟି ସ୍ଥାନରେ ରେଡ୍
  • ||

ଡେରିରେ ଗଲା, କମ୍ ବର୍ଷିଲା: ଓଡ଼ିଶା ଛାଡ଼ିଲା ଦକ୍ଷିଣ ପଶ୍ଚିମ ମୌସୁମୀ

ଭୁବନେଶ୍ୱର ୨୩/୧୧: ଓଡିଶାରୁ ସଂପୂର୍ଣ୍ଣ ବିଦାୟ ନେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ପୂର୍ବ ଆକଳନ ଅନୁଶାରେ ଓଡିଶାରୁ ମୌସୁମୀ ବାୟୁ ଫେରିଯାଇଛି। ଏନେଇ ସ୍ପଷ୍ଟ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୨୬ ତାରିଖରେ ସାରା ଦେଶରୁ ମୌସୁମୀ ଫେରିବ।

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ବର୍ତ୍ତମାନ କଳିଙ୍ଗପଟ୍ଟନମ୍, ନନ୍ଦିଗ୍ରମ, କୁର୍ନୁଲ, ଗାଦାଗ, ମଜଲି ଉପରେ ରହିଛି। ଏହା ଆସନ୍ତା ୨୬ ତାରିଖ ସୁଦ୍ଧା ଫେରିଯିବ।ଜୁନ ପହିଲାରୁ ଆଜି ସୁଦ୍ଧା ରାଜ୍ୟରେ ୧୧୨୨.୫ ମିମି ବର୍ଷା ହୋଇଛି। ୧୨୪୩.୮ ମିମି ବର୍ଷା ହେବା କଥା, ୧୦% କମ ବର୍ଷା କରାଇ ଫେରିଲା ମୌସୁମୀ।

ସେହିଭଳି ରାଜ୍ୟରେ ଆସନ୍ତା ୪-୫ ଦିନ ପାଗ ଶୁଖିଲା ରହିବ । ହେଲେ ଧୀରେ ଧୀରେ ତାପମାତ୍ରା କମିବ । ଓଡ଼ିଶାରେ ଡିସେମ୍ବର ୧୫ରୁ ଜାନୁଆରୀ ୧୫ ମଧ୍ୟରେ ସର୍ବାଧିକ ଶୀତର ପ୍ରକୋପ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ।

ସେହିପରି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି, ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ରାତି ବେଳେ ତାପମାତ୍ରା କମିବ । ସକାଳ ସମୟରେ ବି ଥଣ୍ଡା ରହିବ । ଏବେ ଆଭ୍ୟନ୍ତରୀଣ ଓଡ଼ିଶାର ୨ ଡିଗ୍ରୀ ତାପମାତ୍ରା କମିଥିବା ବେଳେ ୨୮ରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ପରେ ଉପକୂଳରେ ବି ତାପମାତ୍ରା କମିବ ବୋଲି ଡ. ସାହୁ ଆକଳନ କରିଛନ୍ତି ।

ଅପରପକ୍ଷେ, ଶୁକ୍ରବାର ଦାରିଙ୍ଗିବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ସେଲସିୟସ୍‌କୁ ଖସିଛି । ସେହିପରି କେନ୍ଦୁଝର ଓ ଝାରସୁଗୁଡ଼ାରେ ୧୮ ଡିଗ୍ରୀ ଏବଂ ହୀରାକୁଦ ଓ ସମ୍ବଲପୁରରେ ସର୍ବନିମ୍ନ ତାପମାତ୍ରା ୧୯ ଡିଗ୍ରୀ ସେଲସିୟସ୍‌କୁ ଖସିଛି ।