PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

କେରଳ ଛୁଇଁଲା ମୌସୂମୀ, ୧୫ ସୁଦ୍ଧା ଓଡିଶାକୁ ଛୁଇଁପାରେ


ଭୁବନେଶ୍ୱର, ୩ ।୬ କେରଳ ଛୁଇଁଲା ମୌସୂମୀ । ତେବେ ୨ ଦିନ ବିଳମ୍ବରେ ମୌସୂମୀ କେରଳ ଛୁଇଁଛି । ଆସନ୍ତା ୧୫ ସୁଦ୍ଧା ଓଡିଶାକୁ ମୌସୂମୀ ଛୁଇଁପାରେ ବୋଲି ଆଇଏମଡି ଆକଳନ କରିଛି ।ଦକ୍ଷିଣ-ପଶ୍ଚିମ ମୌସୂମୀ ବାୟୁ ଆଜି କେରଳ ଛୁଇଁଛି । ଏହାର ପ୍ରଭାବରେ କେରଳରେ ବର୍ଷା ଆରମ୍ଭ ହୋଇଛି । ମୌସୂମୀ ଆଜି କେରଳ ଛୁଇଁବ ବୋଲି ପୂର୍ବାନୁମାନ କରିଥିଲା ପାଣିପାଗ ବିଭାଗ ।

ଅନ୍ୟ ପକ୍ଷରେ ଜୁନ ୧୩ରୁ ୧୭ ତାରିଖ ମଧ୍ୟରେ ମୌସୂମୀ ଆସିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ରଜ ଆଡକୁ ରାଜ୍ୟରେ ମୌସୂମୀ ବର୍ଷା ଆରମ୍ଭ ହୋଇପାରେ । ଅନ୍ୟପକ୍ଷରେ ଆସନ୍ତା ୧୧ ତାରିଖ ଭିତରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହାର ପ୍ରଭାବରେ ବର୍ଷା ହେବ ।