PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶିଶୁ ଅପହରଣ ଉଦ୍ୟମ ପଣ୍ଡ, ବାଇକ ରୁ ଲମ୍ଫ ମାରି ଦୁର୍ବୃତ୍ତଙ୍କ କବଳରୁ ମୁକୁଳିଲା ୧୨ ବର୍ଷର ଶିଶୁ ପୁତ୍ର, ଜଗତସିଂହପୁର ଥାନାରେ ମାମଲା।
  • ||
  • ଢେଙ୍କାନାଳ: ସାଇକୃପା ଆବାସିକ ମହାବିଦ୍ୟାଳୟରୁ ୪ଜଣ ଛାତ୍ର କୋଭିଡ ପଜିଟିଭ ଚିହ୍ନଟ, ଆରଟିପିସିଆର ଟେଷ୍ଟ ପାଇଁ ୨୬୦ ଜଣଙ୍କର ସାମ୍ପଲ ପାଠାଗଲା
  • ||
  • କମ୍ପିବ ବିଧାନସଭା: ମମିତା ମେହେର ହତ୍ୟା ଘଟଣା, ଧାନମଣ୍ଡି ଅବ୍ୟବସ୍ଥା, ଦୁର୍ନୀତି ପ୍ରସଙ୍ଗରେ ସରକାରଙ୍କୁ ଘେରିବ ବିଜେପି
  • ||
  • ନରସିଂହପୁର: ପିଉସୀ ଘରକୁ ବୁଲିବାକୁ ଆସିଥିବା ବେଳେ କୂଅରେ ପଡ଼ି ଚାଲିଗଲା ବାଳକ ଜୀବନ
  • ||
  • ନରସିଂହପୁର: ନରସିଂହପୁରରେ ମାତିଲେ ଦୁର୍ବୁତ୍ତ, ସ୍କାଏ ଲାଇଟ ଭାଙ୍ଗି ଲୁଟିନେଲେ ଟଙ୍କା ଆସବାବପତ୍ର
  • ||
  • ଜଗତସିଂହପୁର : ଆରମ୍ଭ ହେଲା ୨ଦିନିଆ ସାଗର କବଚ ଓଡି -୨୧ ସମରାଭ୍ୟାସ
  • ||
  • ଚନ୍ଦ୍ରଶେଖରପୁର : ଜଣଙ୍କ ପାଇଁ ଦୁଇ ପ୍ରେମିକ ମଧ୍ୟରେ ହଣାମରା, ବିଚ୍ ରାସ୍ତାରେ ଚାଲିଲା ଖଣ୍ଡଯୁଦ୍ଧ
  • ||
  • ସୋନପୁର : ସୋନପୁରରେ ଇଷ୍ଟଦେବୀ ସୁରେଶ୍ଵରୀ ମନ୍ଦିରରୁ ଚୋରି
  • ||
  • ଭୁବନେଶ୍ୱର : ଆଜି ଅଭିନେତ୍ରୀ ଗୁନ୍‌ଗୁନ୍‌ଙ୍କ ବିବାହ, ଅଭିସ୍ମିତଙ୍କ ସହ ପଡିବ ହାତଗଣ୍ଠି
  • ||
  • ଭୁବନେଶ୍ୱର : ଆସୁଛି ସମ୍ଭାବ୍ୟ ବାତ୍ୟା ‘ଜୱାଦ୍‌’, ୩ ତାରିଖ ଯାଏଁ ଥରାଇବ ଶୀତ, ୪ରେ ନିର୍ଧୁମ ବର୍ଷା ସମ୍ଭାବନା
  • ||
  • ସୁକିନ୍ଦା : ଶତାୟୁ ପଦ୍ମଶ୍ରୀ ନନ୍ଦ ସାର୍ କରୋନା ସଂକ୍ରମିତ, ଘରୋଇ ହସ୍ପିଟାଲରେ ଭର୍ତ୍ତି
  • ||

ଧରାପଡ଼ିଲେ ଗୋବିନ୍ଦ ସାହୁ

କଳାହାଣ୍ଡି – କଳାହାଣ୍ଡି ସନ୍‌ସାଇନ୍‌ ସ୍କୁଲ୍‌ ସଭାପତି ଗୋବିନ୍ଦ ସାହୁ ଗିରଫ। ମମିତା ମର୍ଡର ମିଷ୍ଟ୍ରିର ମୋଷ୍ଟ ୱାଣ୍ଟେଡ୍‌ ଥିଲେ ଗୋବିନ୍ଦ ସାହୁ । ବଙ୍ଗମୁଣ୍ଡା ବ୍ଲକ୍‌ ବୁଢିପଦର ଗାଁରେ ଲୁଚିଥିଲେ ଗୋବିନ୍ଦ ସାହୁ । ସେ ନିଜ ଭଉଣୀ ଘରେ ଆଖୁ ବାଡ଼ିରେ ଲୁଚି ଥିବା ବେଳେ ତାଙ୍କୁ ଧରିଲା ପୁଲିସ୍ ।

ଉଲ୍ଲେଖନୀୟଯେ, ମହାଲିଙ୍ଗ ସନସାଇନ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାରେ ପୁଲିସକୁ ବଡ଼ ସୁରାକ୍‌ ମିଳିଥିଲା। ଖେଳ ପଡିଆର ମାଟି ଖୋଳା ସ୍ଥାନରୁ କିଛି ପୋଡ଼ା ଅଂଶ ଠାବ କରାଯାଇଥିଲା। ଷ୍ଟାଡିୟମ୍‌କୁ ଖନନ କରି ଏକ ଗଳିତ ମୃତଦେହ ଜବତ କରିଥିଲା ପୁଲିସ। ଏହି ପୋଡ଼ା ଅଂଶ ସଂଗ୍ରହ କରି ସାଇଣ୍ଟିଫିକ ଟିମ ତଦନ୍ତ ଆରମ୍ଭ କରିଥିଲା। ଏହି ଘଟଣାରେ ପୁଲିସ ଦୁଇ ଜଣଙ୍କୁ ଅଟକ ରଖିଥିଲା। ପଡ଼ିଆ ସିଲ୍‌ କରି ପୁଲିସ ଉପସ୍ଥିତିରେ ଖୋଳା କାର୍ଯ୍ୟ ଜାରି ରହିଥିଲା। ଖୋଲିବ ରହସ୍ୟ : ଶିକ୍ଷୟିତ୍ରୀ ମମିତା ମେହେରଙ୍କ ମୃତଦେହ ଉଦ୍ଧାର, ଘଟଣାସ୍ଥଳରେ ସାଇଣ୍ଟିଫିକ୍‌ ଟିମ୍‌ର ଛାନଭିନ୍‌

ସ୍କୁଲ ଅଧ୍ୟକ୍ଷା ମମିତା ମେହେର ଗତ ୮ ତାରିଖ ଠାରୁ ନିଖୋଜ ଥିଲେ । ପରିବାର ଲୋକ ୧୨ ତାରିଖରେ ବଲାଙ୍ଗୀର ଜିଲ୍ଲା ସିନ୍ଦକେଲା ଥାନାରେ ମାମଲା ରୁଜୁ କଲେ ।  ୧୪ ତାରିଖ ଦିନ ପୁଲିସ ସ୍କୁଲର ପରିଚାଳନା ସଭାପତି ଗୋବିନ୍ଦ ସାହୁଙ୍କୁ ଅଟକ ରଖିଥିଲା । ହେଲେ ହଠାତ ୧୬ ତାରିଖ ଗୋବିନ୍ଦ ସାହୁ ଟିଟିଲାଗଡ ପୁଲିସ ହେପାଜତରୁ ଫେରାର ପରେ ତନାଘନା ଆରମ୍ଭ ହୋଇଥିଲା ।  

ଗତ ୧୮ ତାରିଖରେ ନିଜେ ବଲାଙ୍ଗୀର ଓ କଳାହାଣ୍ଡି ଆରକ୍ଷୀ ଅଧିକ୍ଷକ ତଦନ୍ତ ଭାର ନେଇଥିଲେ । କଳାହାଣ୍ଡିରେ ତିନି ଗୋଟି ପୁଲିସ ଟିମ୍ ଚଢାଉ କରିଥିଲା । ମହାଲିଙ୍ଗ ସ୍ଥିତ ଖେଳ ପଡିଆର ରାତ୍ରୀ ଜଗୁଆଳି ଗୁପ୍ତେ ତାଣ୍ଡି ୧୨ ତାରିଖ ରାତିରେ ଖେଳ ପଡିଆରେ କିଛି କାମ ହୋଇଥିବା ସୂଚନା ଦେଇଥିଲେ । ତାଙ୍କ ସୂଚନା ଆଧାରରେ ଜେସିବି ଡ୍ରାଇଭର ପୁଷ୍କର ଭୋଇଙ୍କୁ ସିନ୍ଦକେଲା ଥାନାରେ ଜେରା କରାଯାଇଥିଲା । ଫେରାର ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ମୋଷ୍ଟ ଓ୍ବାଣ୍ଟେଡ ଘୋଷଣା କରି ୨୦ ହଜାର ଟଙ୍କା ପୁରସ୍କାର ରାଶି ଘୋଷଣା କରିଥିଲା । ପରେ ସଂପୃକ୍ତ ଗୋବିନ୍ଦ ସାହୁଙ୍କ ନାଁରେ ୧ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଥିଲା ପୁଲିସ୍‌ ।

ସମ୍ବନ୍ଧିତ ଖବର