ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ, ଶବ ଉଦ୍ଧାର କଲା ଅଗ୍ନିଶମ ବିଭାଗ

ଦିଗପହଣ୍ଡି ୩୦।୯ : ପୋଖରୀରେ ବୁଡି ଦିଗପହଣ୍ଡି ଆଠଗଡ଼ିଆ ସାହିର ଦିନା ଓରଫ ବି. ଦିନବନ୍ଧୁଙ୍କ ମୃତ୍ୟୁ। ଦିନା ମଙ୍ଗଳବାର ମଧ୍ୟାହ୍ନରୁ ନିଖୋଜ ଥିଲେ। ବସଷ୍ଟାଣ୍ଡ ନିକଟ ପେଣ୍ଡରା ବନ୍ଧରୁ ମୃତଦେହକୁ ଅଗ୍ନିଶମ ବିଭାଗ ଦ୍ଵାରା ଉଦ୍ଧାର କରାଯାଇଛି।

ଦିନା ମାଛ ବ୍ୟବସାୟୀଙ୍କ ନିକଟରେ କାମ କରୁଥିଲେ। ସେ ଜଣେ ମେଳାପି ଓ ସହରର ସମସ୍ତଙ୍କ ପ୍ରିୟ ପାତ୍ର ଥିଲେ। କ୍ରିକେଟ୍ କମେଣ୍ଟ ଟ୍ରି କରି ସମସ୍ତଙ୍କୁ ରାସ୍ତା ଘାଟରେ ହସାଉଥିଲେ। ରାତି ସାଢ଼େ ୧୦ ଟାରେ ପୋଖରୀ ଭିତରୁ ମୃତଦେହ ଉଦ୍ଧାର କରାଯାଇଛି। ଆଜି ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ବ୍ୟବଚ୍ଛେଦ କରାଯିବ। ଦିନାଙ୍କ ଆକସ୍ମିକ ବିୟୋଗରେ ଉକ୍ତ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

   ସମ୍ବନ୍ଧିତ ଖବର


ଛାତ୍ରବୃତ୍ତି ପୋର୍ଟାଲ ଓ ସୁମଙ୍ଗଳ ପୋର୍ଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଉତ୍କଳୀୟ କଳା ଶୈଳୀ ଅନୁସାରେ ହେବ ଶ୍ରୀମନ୍ଦିର ଦ୍ୱାର ନିର୍ମାଣ କାର୍ଯ୍ୟ- ରୂପା ଛାଉଣୀ କାର୍ଯ୍ୟ ଆଗାମୀ ୧୦ ଦିନ ଭିତରେ ଆରମ୍ଭ ହେବ

ନଭେମ୍ବର ଏକ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ

ଓଟିଭିର ଆଉ ଏକ ଜମି କେଳେଙ୍କାରୀ, ରାଜଧାନୀରେ ମାଡ଼ି ବସିଛି ୧୨ ହଜାର ବର୍ଗଫୁଟରୁ ଅଧିକ ଜାଗା

ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳବଦଳ, କାହାକୁ କେଉଁ ଦାୟିତ୍ବ ମିଳିଲା ଜାଣନ୍ତୁ

ପୁରୀ ବ୍ଲୁ ଫ୍ଲାଗ୍ ବିଚ୍‌ରେ ଭାସିଗଲେ ପର୍ଯ୍ୟଟକ, ଉଦ୍ଧାର କାର୍ଯ୍ୟ ଜାରି