PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ବହୁ ଚର୍ଚ୍ଚିତ ବୁଲିବାଇ ଆପ୍ ମାମଲା, ଭୁବନେଶ୍ଵରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ମାଲକାନଗିରି : ଦାନ୍ତେୱାଡାରେ ଏନକାଉଣ୍ଟର, ହାର୍ଡକୋର୍ ମାଓନେତା ମୁଇଆ ମାଡକାମ ନିହତ
  • ||
  • ବାଲିପାଟଣା : କଟନି ଛଟନୀକୁ ବିରୋଧ କରି ଚାଷୀଙ୍କ ରାସ୍ତାରୋକ
  • ||
  • ରାୟଗଡ଼ା : ବିଷାକ୍ତ ମଦ୍ୟପାନ କରି ଦୁଇ ଭାଇଙ୍କ ମୃତ୍ୟୁ ଅଭିଯୋଗ
  • ||
  • କାମାକ୍ଷାନଗର : ସାହି ଭିତରେ ପଶି ଆକ୍ରମଣ କଲା ଜଙ୍ଗଲୀ ବାରହା, ୬ ଆହତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର: ଆଇସିୟୁରେ ରୋଗୀ ନାହାଁନ୍ତି, ଅକ୍ସିଜେନ୍‌ର ଆବଶ୍ୟକତା ନାହିଁ, ସ୍ଥିତି ନିୟନ୍ତ୍ରଣାଧୀନ : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • କଟକ : ଲିଙ୍ଗ ନିରୂପଣ ମାମଲାରେ ଦୁଇ ଦଲାଲ୍‌ ଗିରଫ, ଦେଢ଼ ହଜାର କମିସନ୍‌ ରଖି ମହିଳାଙ୍କୁ ପଠାଉଥିଲେ
  • ||
  • ଚୌଦ୍ଵାର : ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼, ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟିନେଲେ ୩ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୦,୩୬୮ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର : ବଦଳିଲା ପାଗ, ଆସନ୍ତାକାଲିଠୁ ପୁଣି ବର୍ଷିବ
  • ||

ଶିକ୍ଷା ସାଧକ ପଦ୍ମଶ୍ରୀ ନନ୍ଦ ସାର୍‌ଙ୍କ ପରଲୋକ, ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ

ଭୁବନେଶ୍ଵର, ୦୭/୧୨ : ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ଓରଫ ନନ୍ଦ ସାର୍‌ଙ୍କ ପରଲୋକ। ୧୦୪ ବର୍ଷ ବୟସରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି। ଏନେଇ ନନ୍ଦ ସାର୍‌ଙ୍କ ନାତି ଖଗେଶ୍ଵର ପୃଷ୍ଟି ସୂଚନା ଦେଇଛନ୍ତି।

ସୂଚନାନୁଯାୟୀ, ନନ୍ଦ ସାର୍ କରୋନାରେ ଆକ୍ରାନ୍ତ ହୋଇ କଳିଙ୍ଗନଗର ଡୁବୁରୀ ସ୍ଥିତ ଘରୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ପରେ ତାଙ୍କ ସ୍ଵାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ସ୍ଥାନ୍ତାନ୍ତର ହୋଇଥିଲେ । କିଛି ଦିନ ତଳେ ନନ୍ଦ ସାର ଅସୁସ୍ଥ ଅନୁଭବ କରି ତଳେ ପଡ଼ି ଯାଇଥିଲେ । ଏହା ପରେ ତାଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ତା’ପରେ ତାଙ୍କୁ କୋଭିଡ୍‌ ହସ୍‌ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା ।

ପ୍ରକାଶ ଥାଉକି, ନଭେମ୍ବର ୯ ତାରିଖରେ ନନ୍ଦ କିଶୋର ପୃଷ୍ଟି ଆଜୀବନ ଶିକ୍ଷକତା ପାଇଁ ନୂଆଦିଲ୍ଲୀରେ ରାଷ୍ଟ୍ରପତିଙ୍କ ଦ୍ୱାରା ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ । ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଳକ୍‌ର କନ୍ତିରା ଗାଁର ନନ୍ଦ ସାର୍ ୭୫ ବର୍ଷ ହେଲାଣି ନିସ୍ଵାର୍ଥପର ଭାବେ ଗାଁ ଛୁଆଙ୍କୁ ପାଠ ପଢ଼ାଇ ଆସୁଥିଲେ । ଏଥିପାଇଁ ସେ କୌଣସି ପାରିଶ୍ରମିକ ନେଉନଥିଲେ । ଯେଉଁଥିପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା।

ସମ୍ବନ୍ଧିତ ଖବର