PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ: କଟକରୁ ଧରାପଡ଼ିଥିବା ନକଲି କରୋନା ଔଷଧ ଝାରସୁଗୁଡ଼ାର ଏକ ମେଡିକାଲ ଷ୍ଟୋରରୁ ଠାବ, ଜବତ କଲେ ଝାରସୁଗୁଡ଼ା ଡ୍ରଗ୍ ଇନ୍ସପେକ୍ଟର
  • ||
  • କୋକସରା: ଶୌଚ ପାଇଁ ଯାଇ ଘରକୁ ଫେରିନଥିଲେ, ପୋଖରୀରୁ ଉଦ୍ଧାର ହେଲା ମୃତଦେହ
  • ||
  • କଳାହାଣ୍ଡି : ହିମାଚଳ ପ୍ରଦେଶରୁ କରୋନା ସଂପର୍କିତ ନକଲି ଔଷଧ ଆଣି ବିତରଣ ଅଭିଯୋଗରେ କେସିଙ୍ଗା ସ୍ଥିତ ବିଜୟ ଫାର୍ମାସିଟିକାଲ ଓ ଧର୍ମଗଡ ସ୍ଥିତ ଜୟହୀନ୍ଦ ଟ୍ରେଡର୍ସ ଉପରେ ଚଢ଼ାଉ
  • ||
  • ନବରଙ୍ଗପୁର: ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର, ତଳେ ଚାପି ହୋଇଚାଲିଗଲା ଡ୍ରାଇଭରଙ୍କ ଜୀବନ
  • ||
  • ଭୁବନେଶ୍ୱର: ଜୁନ୍ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ : ଗଣଶିକ୍ଷା ମନ୍ତ୍ରୀ
  • ||
  • ସମ୍ବଲପୁର: ପୁଣି ଚର୍ଚ୍ଚାରେ ସମ୍ବଲପୁର ଜେଲ, କଏଦୀକୁ ଗଞ୍ଜେଇ ବିକି ଧରାପଡିଲେ ଜେଲ୍ ଓ୍ବାର୍ଡର୍, ବଣେଇଗଡ ଜେଲକୁ ହେଲେ ବଦଳି
  • ||
  • ରାଜସୁନାଖଳା: ଜାଗା ବାଡ଼ି ମଧ୍ୟସ୍ଥତାକୁ ନେଇ ରକ୍ତାକ୍ତ ସଂଘର୍ଷ, ଜଣେ ଗୁରୁତର
  • ||
  • କଣ୍ଟାବାଞ୍ଜି : ବର୍ଷା ଦାଉରୁ ଆଶ୍ରୟ ପାଇଁ ଦୋକାନ ପିଣ୍ଡାକୁ ଯାଇ ଷଣ୍ଢକୁ ଲାଗିଲା ବିଜୁଳି ଝଟକା, ଘଟଣାସ୍ଥଳରେ ଟଳିପଡିଲା…
  • ||
  • ନୀଳଗିରି: ଯୁବକର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ସନ୍ଦେହ, ପୁଲିସ ତଦନ୍ତ ଆରମ୍ଭ
  • ||
  • ପୁରୀ : ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା ପ୍ରସ୍ତୁତି, ଭୋର ୪ଟା ସୁଦ୍ଧା ପହଣ୍ଡ ବିଜେ ନୀତି, ସାମାଜିକ ଦୂରତାକୁ ଗୁରୁତ୍ୱ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ମଧ୍ୟରେ ୪୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୩ଶହ ଟପିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୪ ହଜାର ୪୬୯ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୫୧ ହଜାର ପାର୍
  • ||
  • ପୁରୀ : ରଥଖଳା ହାଲ୍‌ଚାଲ, ୨୧ ଅଖରେ ଲାଗିଲା ୪୨ ଚକ, ପ୍ରଭା ଅପସରା କାମ ଆରମ୍ଭ
  • ||
  • ଭୁବନେଶ୍ୱର : ବର୍ଷାରେ ଧୋଇଯିବ ରଜ ମଉଜ, ୪୮ ଘଣ୍ଟା ଭିତରେ ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ, ଉପକୂଳରେ ବର୍ଷା ଜାରି-ଆଭ୍ୟନ୍ତରୀଣରେ ବଢ଼ିବ
  • ||
  • ବାମରା : ପରିବାରର ୬ ଜଣଙ୍କୁ ହାଣି ଆତ୍ମହତ୍ୟା କଲା ସଂକ୍ରମିତ ବାପା, ଝିଅ ମୃତ, ପୁଅ- ୩ ଝିଅ ଓ ମା’ ଆହତ
  • ||
  • କଟକ : ଲକ୍‌ଡାଉନ୍‌ ବେଳେ କଟକରେ ବେଧଡ଼କ ଚାଲିଛି ଦେହ ବ୍ୟବସାୟ, ଦୁଇଟି ସ୍ଥାନରେ ଚଢ଼ଉ ବେଳେ ୫ ଯୁବତୀ ଉଦ୍ଧାର, ର‌୍ୟାକେଟ୍‌ର ମୁଖ୍ୟ ଓ ଜଣେ ଗ୍ରାହକ ଗିରଫ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସୁଧୁରୁଛି ସ୍ଥିତି, ୨୬ ଜିଲ୍ଲାରେ ହୋଇପାରେ ଅନଲକ, ୪ ଜିଲ୍ଲା ପାଇଁ ସ୍ୱତନ୍ତ୍ର ଷ୍ଟ୍ରାଟେଜି
  • ||

ୟୁଏଇରେ ପ୍ରଧାନମନ୍ତ୍ରୀ ମୋଦି: ଆବୁଧାବି ସରକାର ରେଡ୍ କାର୍ପେଟରେ କଲେ ସ୍ୱାଗତ, ରୁପେ କାର୍ଡର କରିବେ ଶୁଭାରମ୍ଭ

ଦୁବାଇ ୨୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଫ୍ରାନ୍ସ ଗସ୍ତ ଶେଷ କରି ୟୁଏଇରେ ପହଞ୍ଚିଛନ୍ତି। ମୋଦିଙ୍କ ତ୍ରିରାଷ୍ଟ୍ରୀୟ ଗସ୍ତର ଏହା ଦ୍ୱିତୀୟ ଦେଶ। ୟୁଏଇରେ ପ୍ରଧାନମନ୍ତ୍ରୀ ମୋଦି ପହଞ୍ଚିବା ପରେ ତାଙ୍କୁ ରେଡ୍ କାର୍ପେଟରେ ଆବୁଧାବି ସରକାର ସ୍ୱାଗତ କରିଥିଲେ। ଏହି ସମୟରେ ଆବୁଧାବିର ରାଜା କ୍ରାଉନ ପ୍ରିନ୍ସ ଶେଖ୍ ମହମ୍ମଦ ବିନ୍ ଜୟେଦ୍ ଅଲ୍ ନହୟନ ଉପସ୍ଥିତ ଥିଲେ।

ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ଆବୁଧାବିର କ୍ରାଉନ୍ ପ୍ରିନ୍ସ ଶେଖ୍ ମହମ୍ମଦ ବିନ୍ ଜୟେଦ୍ ଅଲ୍ ନହୟନଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଦ୍ୱିପାକ୍ଷିକ ଚୁକ୍ତି କରିବା ସହିତ ଆଞ୍ଚଳିକ ପ୍ରସଙ୍ଗର ଆଲୋଚନା କରିବେ। ଏଥିସହିତ ରୁପେ କାର୍ଡର ମଧ୍ୟ ଶୁଭାରମ୍ଭ କରିବେ ବୋଲି ସୂଚନା ମିଳିଛି।

ଏହି ଗସ୍ତ ସମୟରେ ୟୁଏଇ ସରକାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ଦେଶର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍ ଜୟେଦ୍’ରେ ସମ୍ମାନିତ କରିବେ।

ଏହାପରେ ପ୍ରଧାନମନ୍ତ୍ରୀ ବାହାରି ଯିବାର କାର୍ଯ୍ୟକ୍ରମ ରହିଛି। ପ୍ରଥମ ଥର ପାଇଁ ଭାରତର କୌଣସି ପ୍ରଧାନମନ୍ତ୍ରୀ ବାହାରିନ୍ ଯାଉଛନ୍ତି। ଯାହାକୁ ନେଇ ବାହାରିନ୍ ବାସୀ ଉତ୍ସାହିତ ଥିବା ଜଣାପଡ଼ିଛି।