ଆଜି ଅପରାହ୍ନ ୩ଟାରେ ପ୍ରଧାନମନ୍ତ୍ରୀ ମୋଦୀ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କରିବେ ବୈଠକ, ଲକଡାଉନ୍ ଉପରେ ହେବ ଆଲୋଚନା

ନୂଆଦିଲ୍ଲୀ ୧୧।୫ : ଦେଶରେ କରୋନା ଭାଇରସ ସଙ୍କଟକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (ସୋମବାର) ଅପରାହ୍ନ ୩ ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ। ଏହି ବୈଠକରେ କରୋନା ସଙ୍କଟ ଏବଂ ଲକ୍ ଡାଉନ୍‌ ଉପରେ ଆଲୋଚନା କରାଯିବ ଏବଂ ମୁଖ୍ୟମନ୍ତ୍ରୀଙ୍କଠାରୁ ପରାମର୍ଶ ନିଆଯାଇପାରିବ।

ସୂଚନାଯୋଗ୍ୟ,  ଏପ୍ରିଲ ୨୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସ ମାଧ୍ୟମରେ ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ ବାର୍ତ୍ତାଳାପ କରିଥିଲେ। ଆଲୋଚନା ପରେ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ବୈଠକ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ ଆମକୁ ଅର୍ଥନୀତିକୁ ଗୁରୁତ୍ୱ ଦେବାକୁ ପଡିବ ଏବଂ କୋଭିଡ -୧୯ ବିରୋଧରେ ଲଢ଼େଇ ମଧ୍ୟ ଜାରି ରହିବ।

ସେ ଆହୁରି କହିଛନ୍ତି ଯେ, କୋଭିଡ -୧୯ ବିରୋଧରେ ଲଢ଼େଇରେ ଦେଶର ଉଦ୍ୟମକୁ ବଢ଼ାଇବା ପାଇଁ ଅଧିକରୁ ଅଧିକ ଲୋକ ଆରୋଗ୍ୟ ସେତୁ ଆପ୍ ଡାଉନଲୋଡ୍ କରିବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ସେ ହଟସ୍ପଟ୍ ଅର୍ଥାତ୍ ରେଡ୍ ଜୋନ୍ ଅଞ୍ଚଳରେ ରାଜ୍ୟଗୁଡିକ ପାଇଁ ନିର୍ଦ୍ଦେଶାବଳୀକୁ କଡାକଡି କାର୍ଯ୍ୟକାରୀ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ।

   ସମ୍ବନ୍ଧିତ ଖବର


ବିହାର ନିର୍ବାଚନ: ଦ୍ବିତୀୟ ପର୍ଯ୍ୟାୟରେ ବହୁ ମହାରଥୀ ଦେବେ ଅଗ୍ନି ପରୀକ୍ଷା, ଉତ୍ତର ବିହାର ଉପରେ ସମସଙ୍କ ନଜର

ତୁର୍କୀରେ ସୁନାମି, ଇଜ୍‌ମିର୍‌ ସହର ଭିତରେ ପଶିଲା ପାଣି

ଫ୍ରାନ୍ସରେ ଅବସ୍ଥାପିତ ପାକିସ୍ତାନ ରାଷ୍ଟ୍ରଦୂତଙ୍କ ଅପସାରଣ ନିଷ‌୍ପତ୍ତିରେ ମୋହର ମାରିଲା ପାକ୍‌ ପାର୍ଲିଆମେଣ୍ଟ, ହେଲେ ୩ ମାସ ହେଲାଣି ନାହାନ୍ତି ରାଷ୍ଟ‌୍ରଦୂତ

ସ୍ବାବ ପରେ ଏବେ ପରିସ୍ରାରୁ ଜାଣିପାରିବେ କରୋନା ରିପୋର୍ଟ!

ଭାରତ ବିପକ୍ଷରେ କିଛି ମ୍ୟାଚ ଖେଳିବେନି ଏହି ଅଷ୍ଟ୍ରେଲିଆ କ୍ରିକେଟର, କ’ଣ ପାଇଁ ଜାଣନ୍ତୁ

ମିସ୍ ଇଣ୍ଡିଆ ୟୁନିଭର୍ସ -୨୦୨୦ ମୁକୁଟ ଜିତିଲେ ବୈଷ୍ଣବୀ ସିଂ, ମେଧାବୀ ଛାତ୍ରୀ ସହ ଜଣେ ଭଲ ମଡେଲର