PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର: ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ନେଇ ସନ୍ଦେହ
  • ||
  • ବଲାଙ୍ଗୀର: କପଡ଼ା ବ୍ୟବସାୟୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର, ପରିବାର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ଲମତାପୁଟରେ ଅଟୋ ସହ ୨ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ରାଜ୍ୟରେ ସାମନ୍ୟ ହ୍ରାସ ପାଇଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୭୫୭ ଜଣ ପଜିଟିଭ, ୨୨ ଜୀବନ ନେଲା କରୋନା
  • ||
  • ଚୌଦ୍ଵାର : ଟ୍ରକକୁ ପଛ ପଟୁ ପିଟିଲା ସ୍କୁଟି, ମହିଳା ଗୁରୁତର
  • ||
  • ରେଙ୍ଗାଲି : ହାଇୱାରେ ପିଟିହେଲା କାର୍‌ : ମା’ ଝିଅ ମୃତ, ପୁଅ ଗୁରୁତର
  • ||
  • ଭୁବନେଶ୍ୱର : ଆଜି ବସିବ ସର୍ବଦଳୀୟ ବୈଠକ, କୋଭିଡ୍‌ ମୁକାବିଲା ପାଇଁ ସହଯୋଗ ଲୋଡ଼ିବେ ସରକାର
  • ||
  • ଭୁବନେଶ୍ୱର : ଆସନ୍ତା ୪ରୁ ୫ଦିନ ପାଗ ଶୁଖିଲା, ବଢ଼ିବ ତାତି, ଆଜି କାଁ ଭାଁ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ସମ୍ଭାବନା
  • ||
  • ପୁରୀ : ଜୁନ ୧୫ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ, ପ୍ରଭାବିତ ହେବ ତିନିପର୍ବ
  • ||

ଦୁଇ ମହଲା ବିଲ୍ଡିଂରେ ପିଟି ହୋଇ ବିମାନ ଦୁର୍ଘଟଣା ଗସ୍ତ, ୯ ମୃତ, ୩୫ ଗୁରୁତର

ନୂଆଦିଲ୍ଲୀ ୨୭/୧୨: ଆଜି ସକାଳେ ୧୦୦ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବିମାନ କାଜାକିସ୍ତାନ ଅଲମାଟୀରେ ଦୁର୍ଘଟଣା ଗସ୍ତ ହୋଇଛି । ଏହି ଦୁର୍ଘଟଣାରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୫ଜଣ ଗୁରୁତର ଥିବା ସୂଚନା ମିଳିଛି।

ସୂଚନା ଯୋଗ୍ୟ ଯେ, ସେଠାକାର ସ୍ଥାନୀୟ ସମୟ ଅନୁସାରେ, ଆଜି ସକାଳ ୭ଟା ୨୨ ମିନିଟ୍‌ରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନଟି ଉଡ଼ାଣ ଭରିବାର କିଛି ସମୟ ମଧ୍ୟରେ ହିଁ ଦୁର୍ଘଟଣାଗସ୍ତ ହୋଇଛି । ବିମାନଟି ଏକ ଦୁଇ ମହଲା ବିଶିଷ୍ଟ ଏକ କୋଠାରେ ମାଡ଼ ହୋଇ କ୍ରାସ୍ ହୋଇଛି । ଯାତ୍ରା ସମୟରେ ଦୁର୍ଘଟଣାଗ୍ରସ୍ତ ବିମାନଟିରେ ୯୫ ଜଣ ଯାତ୍ରୀ ଓ ୫ ଜଣ କ୍ରୁ ମେମ୍ବର ଥିଲେ । ବିମାନଟି ଅଲମାଟୀ ସହରରୁ ରାଜଧାନୀ ନୁରସୁଲତାନ ଯିବା ପାଇଁ ଉଡାଣ ଭରିଥିଲା । ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣାଗ୍ରସ୍ତ ବିମାନଟି ବେକ୍ ଏୟାରଲାଇନ୍ସର ବୋଲି ଜଣାପଡିଛି ।