ପ୍ରମୁଖ ଖବର
  • ବଡ଼ବିଲ : ବାଇକରୁ ୭ ଲକ୍ଷ ଟଙ୍କା ଜବତ, ଜଣକୁ ଅଟକ ରଖିଛି ପୋଲିସ
  • ||
  • ଜି ଉଦୟଗିରି ଅଞ୍ଚଳରେ ହାତୀପଲ,ଫସଲ ନଷ୍ଟ ଭୟରେ ଚାଷୀ ଆଗୁଆ ଧାନ କାଟିଲେ
  • ||
  • ଗଞ୍ଜାମରେ ପୋଲିସ ହେପାଜତରୁ ହତ୍ୟାକାଣ୍ଡର ଆସାମୀକୁ ଖସାଇ ନେବାକୁ ଉଦ୍ୟମ, ପୋଲିସ ସହ ଧସ୍ତାଧସ୍ତି
  • ||
  • ଲାଞ୍ଚ ନେବା ଅଭିଯୋଗରେ ଅବସରପ୍ରାପ୍ତ ASO ରେଣୁକା ଦେବୀଙ୍କୁ ୨ ବର୍ଷ କାରାଦଣ୍ଡାଦେଶ
  • ||
  • ବାରିପଦାରେ ବୁଲୁଥିଲା ଶିମିଳିପାଳର ବାଘ; କାବୁ କରିନେଲା ବନ ବିଭାଗ
  • ||
  • ଭୁବନେଶ୍ୱରରେ ପହଞ୍ଚିଲେ ଡ୍ରିମ୍‌ଗାର୍ଲ, ସାଲିଆ ସାହିରେ ଜନସଭା କରିବେ ହେମାମାଳିନୀ
  • ||
  • ଭାରସାମ୍ୟ ହରାଇ ଡିଭାଇଡରକୁ ପିଟିଲା ବୋଲେରୋ: ୨ ମୃତ, ୮ ଗୁରୁତର
  • ||
  • ସୁନା ଦର ୭୪ ହଜାର ଟଙ୍କା ପାର୍, ବର୍ଷକରେ ୮୫,୦୦୦କୁ ଯିବ
  • ||
  • ରାଜଧାନୀରେ ରାଜନୈତିକ ହିଂସା, ବିଜେଡି କାର୍ଯାଳୟ ଉପରେ ବୋମା ମାଡ଼
  • ||
  • ମେ’ ୨୦ରେ ବଡ଼ଦାଣ୍ଡରେ ମୋଦିଙ୍କ ମେଗା ରୋଡ୍‌ ସୋ’, ମହାପ୍ରଭୁଙ୍କୁ କରିବେ ଦର୍ଶନ
  • ||
  • ରଥଖଳା ହାଲ୍‌ଚାଲ୍‌..ତୁମ୍ବରେ ସୁତା ବାଡ଼ିଆ ପରେ ବିନ୍ଧ ଅନୁକୂଳ, ଖଳାରେ ପହଞ୍ଚିଲା ତୁମ୍ବ ଖୋଦେଇ ଯନ୍ତ୍ର
  • ||
  • ଆଇପିଏଲ୍ ମହାସମର ମୁମ୍ବାଇକୁ ଭେଟିବ ଲକ୍ଷ୍ନୌ, ସମ୍ମାନ ପାଇଁ ଶେଷ ଲଢ଼େଇ
  • ||
  • ଶୁକ୍ରବାର ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଜେଡି ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ
  • ||
  • ରାଜ୍ୟରେ ପୁଣି ତାତି ଲେଉଟିବ: ୪ରୁ ୫ ଡିଗ୍ରୀ ବଢ଼ିବ ତାପମାତ୍ରା, ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ ପାରଦ ୪୪ ଡେଇଁବ
  • ||

ହିଞ୍ଜିଳି ଆସନ ପାଇଁ ନାମାଙ୍କନ ଦାଖଲ କଲେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ

ଗଞ୍ଜାମ, ୩୦।୪: ଷଷ୍ଠ ଥର ପାଇଁ ହିଞ୍ଜିଳି ଆସନରୁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅତିରିକ୍ତ ଉପଜିଲ୍ଲାପାଳ ତଥା ରିଟନିଂ ଅଫିସର ପାର୍ଥ ସାରଥୀ ହଂସଦାଙ୍କ ନିକଟରେ ନାମାଙ୍କନ ପତ୍ର ଭରିଥିଲେ । ଉପସ୍ଥିତ ଅଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍ । ଭି.କେ.ପାଣ୍ଡିଆନଙ୍କ ସମେତ ମନ୍ତ୍ରୀ ବିକ୍ରମ କୁମାର ଆରୁଖ, ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର, ଆସିକା ସାଂସଦ ପ୍ରାର୍ଥୀ ରଂଜିତା ସାହୁ, କବିସୂର୍ଯ୍ୟନଗର ପ୍ରାର୍ଥୀ ଲତିକା ପ୍ରଧାନ, ଛତ୍ରପୁର ପ୍ରାର୍ଥୀ ସୁବାସ ଚନ୍ଦ୍ର ବେହେରା, ପୋଲସରା ପ୍ରାର୍ଥୀ ଶ୍ରୀକାନ୍ତ ସାହୁ, ସୋରଡା ବିଧାୟକ ପୂର୍ଣ୍ଣ ସ୍ବାଇଁ, ସୋରଡା ପ୍ରାର୍ଥୀ ସଂଘମିତ୍ର ସ୍ବାଇଁ, ସାନଖେମୁଣ୍ଡି ପ୍ରାର୍ଥୀ ସୁଲକ୍ଷଣା ଗୀତାଞ୍ଜଳି ଦେବୀ, ବିଜେଡି ରାଜ୍ୟ ସମ୍ପାଦକ ନିର୍ମଳ ସାହୁ, ବିଜେଡି ନେତା ହର ସାହୁଙ୍କ ଓ ବିଜେଡିର ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ । 

ନାମାଙ୍କନ ପୂର୍ବରୁ ମା’ ତାରାତାରିଣୀଙ୍କ ପୀଠରେ ମା’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ । ପୂଜାର୍ଚ୍ଚନା ସାରି ଛତ୍ରପୁର ଅଭିମୁଖେ ଗସ୍ତ କରିଥିଲେ ମୁଖ୍ୟମନ୍ତ୍ରୀ । ମା’ଙ୍କ ନିକଟରେ ପୂଜାର୍ଚ୍ଚନା କରି ମୁଖ୍ୟମନ୍ତ୍ରୀ ମା’ଙ୍କ ଆଶିଷ ଲାଭ କରିଥିବା କହିଛନ୍ତି ପୂଜକ ବାପୁଜୀ ରଣା । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି ପୋଲିସ ଓ ପ୍ରଶାସନ  ।

  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.