ପ୍ରମୁଖ ଖବର
  • ଭୁବନେଶ୍ୱର: ୪୦ ଡେଇଁଲା ତାପମାତ୍ରା, ଆଗାମୀ ୫ ଦିନ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମ ପ୍ରବାହ
  • ||
  • ବିଜେପି ନୀଳଗିରି ବିଧାୟକ ଇଂ ସୁକାନ୍ତ ନାୟକ
  • ||
  • ଏପ୍ରିଲ୍‌ ୨ରୁ ନୂଆ ଶ୍ରେଣୀରେ ପଢ଼ିବେ ପିଲା, ନିର୍ଦ୍ଧାରିତ ସମୟରେ ବଣ୍ଟନ ହେବ ପାଠ୍ୟପୁସ୍ତକ
  • ||
  • ବିଜେଡିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ, ବଲାଙ୍ଗୀର ଲୋକସଭା ପ୍ରାର୍ଥୀ ନେଇ ଚର୍ଚ୍ଚା
  • ||
  • ବିଶ୍ୱରେ ୩୦% ହାରରେ ବଢ଼ୁଛି ଏଆଇ ନିଯୁକ୍ତି, ମେଶିନ ଲଣ୍ଣିଂ ସହ ଜଡିତ ପ୍ରଫେସନାଲଙ୍କ ବଢ଼ୁଛି ଚାହିଦା
  • ||
  • ବିଜେପି ଛାଡିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା
  • ||

ନକ୍ସଲଙ୍କ ବର୍ବର କାଣ୍ଡ: ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ଉଡ଼ାଇଦେଲେ ବୋଲେରୋ, ୨ ମୃତ

ମାଲକାନଗିରି, ୦୫/୦୮ : ମାଲକାନଗିରି ଛତିଶଗଡ ସିମାନ୍ତ ଦନ୍ତେୱାଡା ଜିଲ୍ଲାରେ ନକ୍ସଲଙ୍କର ବର୍ବର କାଣ୍ଡ। ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ଉଡାଇଦେଲେ ଏକ ରାତ୍ରୀବାହି ବୋଲେରୋ। ଏହି ବିସ୍ଫୋରଣରେ ୨ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି।

ସୂଚନାନୁଯାୟୀ, ମାଲକାନଗିରି ଛତିଶଗଡ ସିମାନ୍ତ ଦନ୍ତେୱାଡା ଜିଲ୍ଲାରେ ନକ୍ସଲମାନେ ଏକ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରିଛନ୍ତି। ନକ୍ସଲମାନେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ଏକ ରାତ୍ରୀବାହି ବସ୍ ଉଡ଼ାଇଦେଇଛନ୍ତି। ଏଥିରେ ଥିବା ୨ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଦନ୍ତେୱାଡା ଏସପି ଅଭିଷେକ ପଲ୍ଲଭଙ୍କ ସହ ଡିଆରଜି ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି । ଆହତମାନଙ୍କୁ ଦନ୍ତେୱାଡା ମେଡିକାଲ ପଠାଯାଇଛି । ଘଟିଆ ରାସ୍ତାରେ ଯବାନଙ୍କୁ ଟାର୍ଗେଟ କରି ନକ୍ସଲମାନେ ଏହି ଲ୍ୟାଣ୍ଡମାଇନ୍ ଲଗାଇଥିଲେ । ଏହି ବିସ୍ଫୋରଣ ପରେ ଘଟଣାସ୍ଥଳରେ କୁମ୍ଵିଂ ଅପରେସନ ଜୋରଦାର କରାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.