ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ : ଜେଲ୍‌ରେ ଆଜୀବନ ସଜା କାଟୁଥିଲେ ଶିକ୍ଷୟିତ୍ରୀ ଇତିଶ୍ରୀ ହତ୍ୟା ମାମଲାର ଦୋଷୀ

ରାୟଗଡା ୧୭।୮ : ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ ଘଟିଛି। ରାୟଗଡ଼ାର ବହୁ ଚର୍ଚ୍ଚିତ ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ଘଟଣା ଆଜୀବନ କାରାଦଣ୍ଡାଦେଶ ଭୋଗୁଥିବା ମୁଖ୍ୟ ଦୋଷୀ ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। କୋରାପୁଟ ଜେଲ୍‌ ଅଧିକ୍ଷକ ଆର୍‌. କେ ସାହୁ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, ଦୋଷୀ ନେତ୍ରାନନ୍ଦ ଦଣ୍ଡସେନା ଜେଲ୍‌ରେ ଆଜୀବନ ସଜା କାଟୁଥିଲେ। ଗତ ୨ ଦିନ ଧରି ଅସୁସ୍ଥ ଅନୁଭବ କରୁଥିଲେ ନେତ୍ରାନନ୍ଦ ଦଣ୍ଡସେନା। ଗତକାଲି ରାତିରେ ତାଙ୍କୁ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ସ୍ବାସ୍ଥ୍ୟରେ କିଛି ସୁଧାର ଆସିନଥିଲା। ଫଳରେ ଚିକିତ୍ସିତ ଅବସ୍ଥାରେ ନେତ୍ରାନନ୍ଦ ଦଣ୍ଡସେନାଙ୍କର ଆଜି ସକାଳୁ ମୃତ୍ୟୁ ଘଟିଛି।

୨୦୧୩ ଅକ୍ଟୋବର ୨୭ରେ ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ୨୦୧୬ ଏପ୍ରିଲ ୨୬ରେ ନେତ୍ରାନନ୍ଦ ଦୋଷୀ ସାବ୍ୟସ୍ତ ହୋଇଥିଲେ। ୨୦୧୬ରୁ ଆଜୀବନ କାରାଦଣ୍ଡ ପାଇଁ କୋରାପୁଟ କାରାଗାରରେ ଥିଲେ ନେତ୍ରାନନ୍ଦ।

   ସମ୍ବନ୍ଧିତ ଖବର


କୂଳପତି ପଦ ପାଇଁ ଆଶାୟୀ ରାଜବନରେ ଦେଇଥିଲେ ଲିଖିତ ପରୀକ୍ଷା, ଏତିକିଟି ପ୍ରଶ୍ନର ଉତ୍ତର ରଖିଲେ ଆଶାୟୀ…

ଲିଭର ପ୍ରତ୍ୟାରୋପଣ ପାଇଁ ସମ ହସ୍ପିଟାଲ ଓ ଏସିଆନ ଇନ୍ଷ୍ଟିଚ୍ୟୁଟ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ

ରାଜ୍ୟ ସରକାର ଜାରି କଲେ ଡିସେମ୍ବର ଗାଇଡଲାଇନ୍

ଆଜି ବଡ଼ଓଷା: ଧବଳେଶ୍ୱର ପୀଠରେ ଲାଗି ହେବ ଧଳା ଗଜ ମଣ୍ଡା, ଅଟକାଳି ଭୋଗ

ଆରମ୍ଭ ହେଲା ବାହା ଋତୁ: ‘କାହା ମନରେ ଜୁଆର, କାହା ମନରେ ଭଟ୍ଟା’

ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ନିଛାଟିଆ ରାସ୍ତାରେ ଦୁଷ୍କର୍ମ ଉଦ୍ୟମ: ଅଭିଯୁକ୍ତକୁ ବାନ୍ଧିଲା ପୁଲିସ୍