PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଓଡ଼ିଶା: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୮୦୫ ଜଣ କରୋନା ପଜିଟିଭ, ୨୧ ଜଣଙ୍କ ଜୀବନ ନେଲା ମହାମାରୀ
  • ||
  • ବାଲେଶ୍ଵର : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା କାର୍, ୩ ମୃତ ୨ ଗୁରୁତର
  • ||
  • OJEE: ଜୁନ୍‌ ୧୫ ଯାଏ ଛାତ୍ରଛାତ୍ରୀମାନେ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ, ଜୁନ୍‌ ୧୭ତାରିଖ ସୁଦ୍ଧା ଅନ୍‌ଲାଇନ୍‌ରେ ଫି’ଦାଖଲ କରିପାରିବେ
  • ||
  • ପୁରୀ:ଏ ବର୍ଷ ବି ବିନା ଭକ୍ତରେ ହେବ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା, କେବଳ ସେବାୟତ ଟାଣିବେ ରଥ
  • ||
  • ପୁରୀ: ଆଜି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା, ମେ ୧୫ରୁ ଜୁନ୍‌ ୬ ଯାଏଁ ୧୪୪ ଧାରା ଜାରି
  • ||
  • ଚାଷୀ କୂଳ ପାଇଁ ଖୁସି ଖବର: ମେ’ ୩୧ରେ କେରଳ ଛୁଇଁବ ମୌସୁମୀ,ଜୁନ୍ ୧୦ରୁ ୧୨ ସୁଦ୍ଧା ଓଡ଼ିଶା
  • ||
  • ଆଜି ପବିତ୍ର ଅକ୍ଷୟ ତୃତୀୟା, ମାଟି ମା’କୁ ପୂଜା କରି ଚାଷ କାମ ଅନୁୁକୂଳ କରିବେ ଚଷା ପୁଅ
  • ||

ଓଡ଼ିଆ ଅଫିସର ଏସ୍ଏନ୍ ପ୍ରଧାନ ନୂଆ ଏନଡିଆରଏଫ ଡିଜି

ନୂଆଦିଲ୍ଲୀ,୧୭ ।୧(ଏଜେନ୍ସି): ଜଣେ ଓଡ଼ିଆ ଆଇପିଏସ ଅଧିକାରୀ ସତ୍ୟନାରାୟଣ ପ୍ରଧାନଙ୍କୁ ଗୁରୁବାର ନ୍ୟାସନାଲ ଡିଜାଷ୍ଟର ରେସପନ୍ସ ଫୋର୍ସ (ଜାତୀୟ ବିପର୍ଯ୍ୟୟ ପ୍ରଶମନ ବାହିନୀ ଅଥବା ଏନଡିଆରଏଫ)ର ମହାନିର୍ଦ୍ଦେଶକ ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି । ଆଜି ଅନୁଷ୍ଠିତ ନିଯୁକ୍ତି ସଂକ୍ରାନ୍ତୀୟ କ୍ୟାବିନେଟ କମିଟି ଏହି ନିଷ୍ପତ୍ତି ନେଇଛି । ୧୯୮୮ ବ୍ୟାଚର ଆଇପିଏସ ଅଧିକାରୀ ପ୍ରଧାନ ଝାଡ଼ଖଣ୍ଡ କ୍ୟାଡରରୁ ନିଜର କ୍ୟାରିଅର ଆରମ୍ଭ କରିଥିଲେ । ସେ ଝାଡ଼ଖଣ୍ଡରେ ନକ୍ସଲ ବିରୋଧୀ ଅପରେସନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ । ରାଜଧାନୀ ଭୁବନେଶ୍ୱରର ମୂଳ ବାସିନ୍ଦା ପ୍ରଧାନ ପରେ କେନ୍ଦ୍ରକୁ ଡେପୁଟେସନରେ ଯାଇ ଉତ୍ତର-ପୂର୍ବାଞ୍ଚଳ ବିକାଶ ମନ୍ତ୍ରଣାଳୟରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରିଥିଲେ । କିନ୍ତୁ ଆଜି କେନ୍ଦ୍ର ସରକାର ତାଙ୍କୁ ଉକ୍ତ ପଦରୁ ହଟାଇ ଦେଇ ଏନଡିଆରଏଫର ମହାନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରିଛନ୍ତି । ଏହି ପଦ ଅକ୍ତିଆର କରିବାରେ ସେ ହେଉଛନ୍ତି ଦ୍ୱିତୀୟ ଓଡ଼ିଆ । ତାଙ୍କ ପୂର୍ବରୁ ଆଉ ଜଣେ ଆଇପିଏସ ଅଧିକାରୀ ପ୍ରକାଶ ମିଶ୍ର ଏହି ପଦରେ କାମ କରିସାରିଛନ୍ତି ।