PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

ଋଷରେ ସୁଧୁରୁଛି କରୋନା ସ୍ଥିତି, ଗତ ୨୪ ଘଣ୍ଟା ମଧ୍ୟରେ ୯ ହଜାର ୫୦୦ କରୋନା ସଂକ୍ରମିତ ଚିହ୍ନଟ

representational image

ମସ୍କୋ, ୦୨/୦୬ : ଋଷରେ ସୁଧୁରୁଛି କରୋନା ସ୍ଥିତି। ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯ ହଜାର ୫୦୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାପରେ ଋଷରେ ସମୁଦାୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫,୦୮୧,୪୧୭ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ୩୭୨ ଜଣଙ୍କ ଜୀବନ ନେଇଛି କରୋନା। ଏହି କ୍ରମରେ ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୧୨୧,୮୭୩କୁ ବୃଦ୍ଧି ହୋଇଛି। ସେହିପରି ଦେଶରେ ୪,୬୯୩,୫୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଋଷରେ ସବୁଠୁ ଅଧିକ ପ୍ରଭାବିତ ହୋଇଛି ମସ୍କୋ। ଏଠାରେ ୩ ହଜାର ୬୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ମସ୍କୋରେ ଏବେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୧୮୩,୬୩୯ରେ ପହଞ୍ଚିଛି। ସେପଟେ ଋଷ ଏବେ ବ୍ରିଟେନ ସହ ପୁଣି ଥରେ ବିମାନ ଚଳାଚଳ କରିବ। ମହାମାରୀ ବିରୋଧୀ ଲଢେଇ ପାଇଁ ବିମାନ ଚଳାଚଳ ସ୍ଥଗିତାଦେଶକୁ ଆଉ ବୃଦ୍ଧି କରିବ ନାହିଁ ବୋଲି ଋଷ ନିଷ୍ପତ୍ତି ନେଇଛି।