PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ୨୪ ଘଣ୍ଟା ପ୍ରଚାର ବ୍ୟାନ୍ କଲେ ନିର୍ବାଚନ କମିଶନର , ନିର୍ବାଚନ ପ୍ରଚାରରେ ବିବାଦୀୟ ଭାଷଣ ପାଇଁ ଲାଗିଲା କଟକଣା
  • ||
  • ସୁଶିଲ ଚନ୍ଦ୍ରା ନୂଆ ମୁଖ୍ୟ ନିର୍ବାଚନ କମିଶନର ନିଯୁକ୍ତ
  • ||
  • ଆଜି ଭୁବନେଶ୍ୱରରୁ ୧୯୦ କରୋନା ପଜିଟିଭ ଟିହ୍ନଟ, କ୍ୱାରେଣ୍ଟାଇନ୍‌ରୁ ୩୮ ଓ ଲୋକାଲ କଣ୍ଟାକ୍ଟରୁ ୧୫୨ସଂକ୍ରମିତ
  • ||
  • ପିପିଲି ଉପନିର୍ବାଚନ ପାଇଁ ଭର୍ଚୁଆଲ ରାଲିରେ ନବୀନ ପଟ୍ଟନାୟକ କରୁଛନ୍ତି ପ୍ରଚାର , ୬ଟି ଜିଲ୍ଲା ପରିଷଦ ଜୋନ୍‌ ପାଇଁ ସିଧା ପ୍ରସାରଣ ବ୍ୟବସ୍ଥା
  • ||
  • କଟକ ଏସ୍‌ସିବିରୁ ହାଇଦର ଫେରାର ଘଟଣା – ହାଇଦର ଫେରାର ପଛରେ ତାର ପରିବାର ଲୋକଙ୍କ ହାତ ଅଛି, ମଙ୍ଗଳାବାଗ ଥାନାରେ ଏତଲା ଦେଲେ ଗ୍ୟାଙ୍ଗଷ୍ଟରକୁ ଜଗୁଥିବା ନିଲମ୍ୱିତ କନଷ୍ଟେବଲ ମହମ୍ମଦ ମୌସିମ୍,‌
  • ||
  • ଭାରତରେ ରୁଷ୍ ଟିକା ସ୍ପୁଟ୍‌ନିକ୍ –V କୁ ମଞ୍ଜୁରୀ , ବିଶେଷଜ୍ଞ କମିଟି ବୈଠକରେ ନିଆଗଲା ନିଷ୍ପତ୍ତି, ମାନବ ଦେହରେ ବ୍ୟବହାର ପାଇଁ ଅନୁମତି
  • ||
  • ବଲାଙ୍ଗୀର ଓ କଳାହାଣ୍ଡି ବିଶ୍ବବିଦ୍ୟାଳୟ ପାଇଁ ୨ ଜଣ ନୂଆ କୁଳପତିଙ୍କୁ ମିଳିଲା ନିଯୁକ୍ତି
  • ||
  • ଭୁବନେଶ୍ୱର: କ୍ୟାବିନେଟ୍ ବୈଠକରେ ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭଞ୍ଜନଗର: ଭାଲୁ ଆକ୍ରମଣରେ ବାଘୁଆପଲ୍ଲୀ ଗ୍ରାମର ୪ ଜଣ ଗୁରୁତର ଆହତ
  • ||
  • ଢେଙ୍କାନାଳ: ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଖୋଜାଖୋଜି ପରେ ଉଦ୍ଧାର ହେଲା ମୃତହେଦ
  • ||
  • କଟକ: ନିଆଳିର ଏକ ବିଲରୁ ଏକ ମୃତଦେହ ଉଦ୍ଧାର
  • ||
  • ଗଜପତି ଜିଲ୍ଲାର ସମସ୍ତ ସୀମା ସିଲ, ବାହାରୁ ଆସୁଥିବା ଲୋକଙ୍କ ଉପରେ କଡା ନଜର
  • ||
  • ଭୁବନେଶ୍ୱର: ଆଜି ପହଞ୍ଚିବ ୨ ଲକ୍ଷ ୭୧ ହଜାର ଟିକା
  • ||
  • ଜଗନ୍ନାଥପୁର ଛକ ପୁକୁଡ଼ିବନ୍ଧ ଜଙ୍ଗସନ୍ରୁ ୯୨୦ କିଲୋ ଗଞ୍ଜେଇ ଧରିଲା ଅବକାରୀ ବିଭାଗର ସ୍ଵତନ୍ତ୍ର ୱିଙ୍ଗ, ୮ ଗିରଫ, ଟ୍ରକ୍ ଓ ମ୍ୟାକ୍ସପିକ୍ପ ଜବତ
  • ||
  • ବୀରମହାରାଜପୁର: ଚନ୍ଦଲି ରାସ୍ତା କଡ଼ରୁ ନବଜାତ ଶିଶୁ ପୁତ୍ର ଉଦ୍ଧାର, ଡାକ୍ତରଖାନାରେ ଭର୍ତ୍ତି
  • ||
  • ନୀଳଗିରି: ଅଭୟାରଣ୍ୟ ଭିତରୁ ଜଣେ ଶିକାରୀ ଗିରଫ,ମାରଣାସ୍ତ୍ର ଜବତ, ଖସିଗଲେ ୩ଜଣ ଶିକାରୀ…
  • ||
  • କଟକ: ଚାଉଳିଆଗଞ୍ଜ ଥାନାରେଆତ୍ମସମର୍ପଣ କଲା ହାଇଦର ସହଯୋଗୀ ୟାକୁବର
  • ||
  • ନୀଳଗିରି: କୂଳଡିହା ଅଭୟାରଣ୍ୟ ସୀମାନ୍ତରୁ ବିରାଟକାୟ ହରିଣ କ୍ଷତବିକ୍ଷତ ଉଦ୍ଧାର କଲେ ଗ୍ରାମବାସୀ
  • ||
  • କଟକ: ହଷ୍ଟେଲ ଭିତରେ ପଶି ନର୍ସିଂ ଛାତ୍ରୀଙ୍କୁ ତଡୁଛି ପୁଲିସ, ଏସସିବି ବିଏସି ନର୍ସିଂ କଲେଜରେ ଉତ୍ତେଜନା
  • ||
  • ନୀଳଗିରି: ଅସନବଣି ଅଞ୍ଚଳରୁ ଉଦ୍ଧାର ହେଲା ୧୫ ଫୁଟ୍ ଲମ୍ବର ଅହିରାଜ ସାପ
  • ||

ନୀଳଗିରି କଲେଜର ପର୍ଯ୍ୟଟନ ଓ ଆତିଥ୍ୟତା ବିଭାଗ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧାର, ଦୁଇବର୍ଷ ଧରି ବାହାରୁନି ପରୀକ୍ଷା ଫଳ, ପ୍ରତିକାର ନହେଲେ ଆତ୍ମାହୁତି ଚେତାବନୀ

ନୀଳଗିରି, ୦୨/୦୩ : ବାଲେଶ୍ଵର ଜିଲ୍ଲା ନୀଳଗିରି ମହାବିଦ୍ୟାଳୟରେ ପର୍ଯ୍ୟଟନ ଓ ଆତିଥ୍ୟତା ବିଭାଗର ଧନ୍ଦାମୂଳକ ଶିକ୍ଷା ନେଇ ଏକ ବିଭାଗ ୨୦୧୮/୧୯ ବର୍ଷରେ ନୂଆକରି ଖୋଲିଥିଲା। କେନ୍ଦ୍ର ସରକାରଙ୍କ ଏହି ଯୋଜନା ଛାତ୍ରଛାତ୍ରୀଙ୍କ ପାଇଁ ନିଯୁକ୍ତିର ଏକ ସୁଯୋଗ ସୃଷ୍ଟି କରୁଥିଲା। ଛାତ୍ରଛାତ୍ରୀମାନେ ଆଗ୍ରହ ସହକାରେ ଆଡମିଶନ ହୋଇ ପରୀକ୍ଷା ଦେଇଥିଲେ। ହେଲେ ୨୦୧୯ରେ ଦେଇଥିବା ପ୍ରଥମ ସେମିଷ୍ଟାର ରେଜଲ୍ଟ ଆଜି ପର୍ଯ୍ୟନ୍ତ ବାହାରି ନାହିଁ। ଇତି ମଧ୍ୟରେ ଦକ୍ଷତା ବିକାଶ, ଭାରତ ସରକାର ଦୁଇଟି ସେମିଷ୍ଟାର ପରୀକ୍ଷାର ଫଳ ପ୍ରକାଶିତ କରାଯାଇଥିବା ବେଳେ ଫକୀର ମୋହନ ବିଶ୍ୱବିଦ୍ୟାଳୟ ପ୍ରଥମ ସେମିଷ୍ଟାରର ଫଳ ପ୍ରକାଶ କରିବାରେ ଅହେତୁକ ବିଳମ୍ବ ପ୍ରକାଶ କରିଛି। ଜିଲ୍ଲାରେ ନୀଳଗିରି କଲେଜରଏହି ଶିକ୍ଷା ବିଭାଗ ଏକମାତ୍ର ହୋଇଥିବା ବେଳେ ଫକୀରମୋହନ ବିଶ୍ୱବିଦ୍ୟାଳୟ ଅଧୀନରେ ଯାଉଥିବାରୁ ଛାତ୍ରଛାତ୍ରୀଙ୍କ ଜୀବନ ସହ ଏଭଳି ଖେଳ ଖେଳିବାକୁ ନେଇ କଲେଜରେ ଅସନ୍ତୋଷ ପ୍ରକାଶ ପାଇଛି। ବାରମ୍ବାର କଲେଜର ଅଧ୍ୟକ୍ଷ ଓ ବିଭାଗର ମୁଖ୍ୟ ବିଶ୍ୱବିଦ୍ୟାଳୟକୁ ଦୌଡ଼ି ଦୌଡ଼ି ପ୍ରତିଶ୍ରୁତି ପାଇବା ଛଡା କୌଣସି ସୁଫଳ ପାଇ ନାହାଁନ୍ତି।

ସେପଟେ ଅନ୍ୟ ସ୍ଥାନରେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଛାତ୍ରଛାତ୍ରୀମାନେ ଚାକିରୀ ପାଇଥିବା ବେଳେ ଏଠି ଡିଗ୍ରୀରେ ପିଲାମାନଙ୍କ ପରୀକ୍ଷା ଫଳ ନବାହାରିବାରୁ ଭବିଷ୍ୟତ ଅନ୍ଧାର ଆଡ଼କୁ ଠେଲି ହୋଇଯାଇଛି। ତେବେ ଆସନ୍ତା ୭ ଦିନ ଭିତରେ ଯଦି କୌଣସି କାର୍ଯ୍ୟାନୁଷ୍ଠାନ ନନିଆଯାଏ ତାହେଲେ ବାଧ୍ୟହୋଇ ଧାରଣା ଦେବା ସହ ସମୂହ ଅତ୍ମାହୁତି ଚେତାବନୀ ଦେଇଛନ୍ତି ଛାତ୍ରଛାତ୍ରୀ। ଏନେଇ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ନୀଳଗିରି ବିଧାୟକ, ଜିଲ୍ଲାପାଳ, ଏସପି, ଆଇଜି, ଏସଡିପିଓ, ଆଇଆସି, କଲେଜର ଅଧକ୍ଷ, ବିଶ୍ୱବିଦ୍ୟାଳୟର କୁଳପତି, ବିଭାଗର ନୋଡାଲ ଅଫିସରଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି ଛାତ୍ରଛାତ୍ରୀ।