PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହୀରାକୁଦରେ ପର୍ଯ୍ୟଟନର ବିକାଶ ପାଇଁ ୧୩୦ କୋଟି ବ୍ୟୟ ହେବ
  • ||
  • ଗଞ୍ଜାମ ପୁରୁଷୋତ୍ତମପୁର- ପ୍ରେମିକାକୁ ଜୀଅନ୍ତା ଜାଳିଦେବା ଘଟଣାରେ ଅଭିଯୁକ୍ତ ଯୁବକ ଗିରଫ
  • ||
  • ଭୁବନେଶ୍ଵର : ଅଗଷ୍ଟ ପ୍ରଥମ ସପ୍ତାହରୁ +୨ ନାମଲେଖା ପ୍ରକ୍ରିୟା, ଜୁଲାଇ ଶେଷ ସୁଦ୍ଧା ବିସ୍ତୃତ ତଥ୍ୟ ଅପଡେଟ୍‌ ପାଇଁ ଜୁନିୟର୍‌ କଲେଜଗୁଡ଼ିକୁ ନିର୍ଦ୍ଦେଶ
  • ||
  • ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ଟି ଗେଟ୍, ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ଭିନ୍ନକ୍ଷମ ଓ ବରିଷ୍ଠ ନାଗରିକଙ୍କୁ ଘରେ ଟିକା ଦେବା ମାମଲା : ରାଜ୍ୟ ସରକାର ନେଇଥିବା ପଦକ୍ଷେପ ଓ କୌଣସି ପରିଚୟ ପତ୍ର ନଥିବା ଲୋକଙ୍କ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଜଣାଇବାକୁ ହାଇକୋର୍ଟଙ୍କ ନିର୍ଦେଶ
  • ||
  • ବଲାଙ୍ଗିର : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ୟୁଜିସି ମାନ୍ୟତା ନମିଳିବା ପ୍ରସଙ୍ଗ, ଭିସିଙ୍କୁ ଭେଟି ଆଲୋଚନା କଲା ଛାତ୍ର କଂଗ୍ରେସ
  • ||
  • ରାଜ୍ୟରେ ଅଗଷ୍ଟରୁ ଅକ୍ଟୋବର ଭିତରେ ଆସିବ ତୃତୀୟ ଲହରୀ : ବିଜୟ ମହାପାତ୍ର
  • ||
  • ନୀଳଗିରି : ନୀଳଗିରି ନିକଟ ଆମ୍ବଡିହା ଛକରେ ଦୁର୍ଘଟଣା, ମେଡ଼ିକାଲକୁ ବିଲେଇ କାମୁଡ଼ା ଇଞ୍ଜେକ୍ସନ୍ ନେବାକୁ ଆସୁଥିବା ବେଳେ ବାଇକ୍ ଦୁର୍ଘଟଣାରେ ମହିଳା ମୃତ, ମୃତ ମହିଳା ହେଲେ ଖନ୍ତାପଡା ଥାନା ବରୁଣସିଂ ଗ୍ରାମର ଭିକା ଦାସଙ୍କ ସ୍ତ୍ରୀ ତୁଳସୀ
  • ||
  • କଟକ : ଚୌଦ୍ଵାର କଲେଜ ପଛପଟ ସାହିରେ ଲୁଟ୍, ଘରେ କେହି ନଥିବାର ସୁଯୋଗ ନେଇ ଲୁଟି ନେଲେ ୧୦ ଲକ୍ଷରୁ ଅଧିକ ଟଙ୍କାର ସୁନାଗହଣା
  • ||
  • ରାଇରଙ୍ଗପୁର : ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ନୁରୁବାଦଡା ଗ୍ରାମରେ ଟ୍ରାକ୍ଟର ଧକ୍କାରେ ବାଇକ ଆରୋହୀ ମୃତ
  • ||
  • ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟାର ଚାଲିଛି ଅଡିଟ୍, ଶେଷ ହେବାକୁ ଆଉ ୧୦ ରୁ ୧୫ ଦିନ ସମୟ ଲାଗିବ : ଡିଏମଇଟି
  • ||
  • କେସିଙ୍ଗା : କେସିଙ୍ଗା ପରିଦର୍ଶନ ସହ ବିଭିନ୍ନ ପ୍ରକଳ୍ପ କାମର ସମୀକ୍ଷା କଲେ ପିଡି ଡିଆରଡିଏ
  • ||
  • ନୂଆଦିଲ୍ଲୀ : କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବାସବରାଜ ବୋମାଇ
  • ||
  • ଭୁବନେଶ୍ଵର : ଦିଲ୍ଲୀରୁ ଚୋରି ଭୁବନେଶ୍ଵରରେ ଗିରଫ, କୋଟିଏ ଟଙ୍କାର ଅଳଙ୍କାର ଚୋରି କରି ଚମ୍ପଟ ମାରିଥିଲା ଚୂନଲଗା ଚାକରାଣୀ, ସାଲିହାସାହିରୁ ଧରିଲା ପୋଲିସ
  • ||
  • ଜଗତସିଂହପୁର : ରାତି ଅଧରେ ଧାରଣାରତ ମହିଳାଙ୍କ ଉପରେ ଆକ୍ରମଣ, ମାଡ଼ ମାରି ଗାଳିଗୁଲଜ କଲେ ୫ରୁ ଉର୍ଦ୍ଧ୍ଵ ଦୁର୍ବୃତ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୫୭୦୩କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୭୦୩ ଜଣ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ଵର : ରାଜଧାନୀରେ ଅଣାୟତ୍ତ ଡେଙ୍ଗୁ, ଜୀବନ ସହ ଖେଳୁଛି ବିଏମ୍‌ସି, ମାଡ଼ିଚାଲିଛି ଏଡିସ୍‌ ମଶା ବଂଶ
  • ||

ସହିଦ କୋଭିଡ୍‌ ଯୋଦ୍ଧାଙ୍କ ପାଇଁ ରାଜ୍ୟବାସୀଙ୍କୁ ବୁଧବାର ସନ୍ଧ୍ୟା ୬ଟାରେ ୧ ମିନିଟ୍‌ ନୀରବ ପ୍ରାର୍ଥନା କରିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – କୋଭିଡ୍‌ ଯୋଦ୍ଧାଙ୍କ ପାଇଁ ରାଜ୍ୟବାସୀଙ୍କୁ ବୁଧବାର ସନ୍ଧ୍ୟା ୬ଟାରେ ୧ ମିନିଟ୍‌ ନୀରବ ପ୍ରାର୍ଥନା କରିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ନିମ୍ନରେ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍‌ର ସବିଶେଷ ବର୍ଣ୍ଣନା ଦିଆଯାଇଛି ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ନିବେଦନ
ମାନବ ଜାତି ତାର ଇତିହାସର ସବୁଠାରୁ କଷ୍ଟକର ପରିସ୍ଥିତି ମଧ୍ୟ ଦେଇ ବର୍ତ୍ତମାନ ଗତି କରୁଛି। କୋଭିଡ ମହାମାରୀ ଆଜି ସାରା ମାନବ ଜାତି ପାଇଁ ଏକ ଅଭୁତପୂର୍ବ ଆହ୍ବାନ ସୃଷ୍ଟି କରିଛି ଏବଂ ପ୍ରତ୍ୟେକ ଦେଶ ଅତ୍ୟନ୍ତ ଗମ୍ଭୀର ପରିସ୍ଥିତି ଦେଇ ଗତି କରୁଛି ।
ଭାରତ ମଧ୍ୟ କୋଭିଡ ମହାମାରୀର ଭୟାବହତାର ଶିକାର ହୋଇଛି। ଭାରତରେ ପ୍ରତି ଦିନ ପଚାଶ ହଜାରରୁ ଅଧିକ ନୂଆ ସଂକ୍ରମଣ ଦେଖା ଦେଇଛି।
ବର୍ତ୍ତମାନ ଭାରତରେ ଦୈନିକ ସଂକ୍ରମଣ ସାରା ବିଶ୍ବରେ ସର୍ବାଧିକ। ଆମ ଦେଶରେ ପରିସ୍ଥିତିର ଗମ୍ଭୀରତା ଏଥିରୁ ସ୍ପଷ୍ଟ ଅନୁମେୟ। ତେଣୁ ଆମେ ଏହାକୁ ଆଦୌ ହାଲକା ଭାବରେ ନେବା ଉଚିତ ନୁହେଁ।
ଗତ ୫ ମାସ ହେଲା ଆମେ କରୋନା ବିରୁଦ୍ଧରେ ଆମର ସଂଗ୍ରାମ ଜାରି ରଖିଛୁ ଏବଂ ଓଡିଶାର ଜନସାଧାରଣ ମଧ୍ୟ ଏହି ମହାମାରୀ ବିରୁଦ୍ଧରେ ଲଢେଇରେ ସାମିଲ ହୋଇଛନ୍ତି।
ଆସନ୍ତାକାଲି ଓଡିଶାରେ ଆରୋଗ୍ୟଙ୍କ ସଂଖ୍ୟା ପଚିଶ ହଜାର ଅତିକ୍ରମ କରିବ। * କୋଭିଡ ଯୁଦ୍ଧରେ ଆମର ସଂଗ୍ରାମରେ ଏହା ହେଉଛି ମହତ୍ବପୂର୍ଣ୍ଣ ଘଟଣା। ସମସ୍ତଙ୍କ ସହଯୋଗରେ ଆମେ ଅନ୍ୟ ରାଜ୍ୟମାନଙ୍କ ତୁଳନାରେ ଅଧିକ ଜୀବନ ରକ୍ଷା କରିପାରିଛୁ। *ଆମର ମୃତ୍ୟୁ ହାର ୦.୫୭ ପ୍ରତିଶତ ଅଟେ, ଯାହାକି ସାରା ଦେଶରେ ସବୁଠାରୁ କମ୍।
ପ୍ରତ୍ୟେକଟି ଜୀବନ ଆମ ପାଇଁ ମୂଲ୍ୟବାନ ଏବଂ ପ୍ରତି ଲୋକର ଜୀବନ ରକ୍ଷା କରିବା ହେଉଛି ଆମର ମିଶନ।
ଆମର ଆରୋଗ୍ୟଙ୍କ ସଂଖ୍ୟାରେ ବୃଦ୍ଧି ଓ ମୃତ୍ୟୁହାର କମ୍ ରହିଛି। ଆମର ହଜାର ହଜାର କୋଭିଡ ଯୋଦ୍ଧା ମାନଙ୍କର ପ୍ରତିବଦ୍ଧତା,ନିଷ୍ଠା ଓ ଅହର୍ନିଶି ସେବା ଯୋଗୁ ଆଜି ଏହା ସମ୍ଭବ ହୋଇପାରିଛି। ଆମ ସମସ୍ତଙ୍କୁ ନିରାପଦ ରଖିବା ପାଇଁ ସେମାନେ ବିରାଟ ତ୍ୟାଗ ସ୍ବୀକାର କରୁଛନ୍ତି। ଏହି ଭୟାନକ ଯୁଦ୍ଧରେ ମଧ୍ୟ ସେମାନଙ୍କ ମଧ୍ୟରୁ ଅନେକ ସେମାନଙ୍କର ଜୀବନ ବଳିଦାନ ଦେଇଛନ୍ତି।
କୋଭିଡ ଯୋଦ୍ଧା ମାନଙ୍କର ମାନବ ଜାତି ପାଇଁ ଏହି ସର୍ବୋଚ୍ଚ ତ୍ୟାଗକୁ ପୁନଃ ସ୍ମରଣ କରିବା ଓ ସମ୍ମାନ ଜଣାଇବା ପାଇଁ ସେମାନଙ୍କ ସ୍ମୃତିରେ ମୁଁ ଏକ ନୀରବ ପ୍ରାର୍ଥନାର ନେତୃତ୍ବ ନେବି।
ଆସନ୍ତାକାଲି ସଂଧ୍ୟା ୬ଟା ସମୟରେ ଏହି ପ୍ରାର୍ଥନା ସଭାରେ ଯୋଗ ଦେବା ପାଇଁ ଓଡିଶାର ମୋର ସାଢେ ଚାରି କୋଟି ଭାଇଭଉଣୀ ମାନଙ୍କୁ ଅନୁରୋଧ କରୁଛି।
ଏହି ପ୍ରାର୍ଥନା ସଭା ପରେ ପରେ ଆମେ ସମସ୍ତେ ଏକ ଶପଥ ନେବା। କୋଭିଡ ଯୁଦ୍ଧରେ ଆମ ପରିବାର ଓ ଆମର ସୁରକ୍ଷା ପାଇଁ କୋଭିଡ ନିୟମାବଳୀର କଡାକଡି ପାଳନ ସଂପର୍କରେ ଏହା ଆମକୁ ଦାୟିତ୍ବବାନ ଭାବରେ କାର୍ଯ୍ୟ କରିବାପାଇଁ ପ୍ରେରଣା ଦେବ।
ଆମର କୋଭିଡ ଯୋଦ୍ଧା ମାନଙ୍କୁ ସହଯୋଗ କରିବା, ସେମାନଙ୍କ କାର୍ଯ୍ୟକୁ ସମର୍ଥନ ଦେବା ଏବଂ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇ କୋଭିଡ ଯୁଦ୍ଧରେ ଆମର ଦାୟିତ୍ବ ପାଳନ କରିବା ପାଇଁ ଏହା ହେବ ଶ୍ରେଷ୍ଠ ମାର୍ଗ।
• ମୋର ଅନୁରୋଧ ଆସନ୍ତାକାଲି ସଂଧ୍ୟା ୬ଟାରେ ଆପଣମାନେ ନିଜ ଘରେ ବା ଯେଉଁଠାରେ ଥାଆନ୍ତୁ, ସେଠାରେ ଠିଆ ହୋଇ କୋଭିଡ ଯୋଦ୍ଧାଙ୍କ ସମ୍ମାନାର୍ଥେ ଏକ ମିନିଟ ନୀରବ ପ୍ରାର୍ଥନା କରନ୍ତୁ ଏବଂ ଏ ଲଢେଇ ଜାରି ରଖିଥିବା କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କରିବାପାଇଁ ଶପଥ କାର୍ଯ୍ୟକ୍ରମରେ ଭାଗ ନିଅନ୍ତୁ । ମୁଁ ନିଜେ ଆପଣମାନଙ୍କୁ ଟିଭି ଓ ସୋସିଆଲ ମିଡିଆ ଜରିଆରେ ଶପଥ ପାଠ କରାଇବି।