PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଲେଶ୍ୱର: ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ହାଇଦରର ପୋଷ୍ଟମର୍ଟମ, ମାଜିଷ୍ଟେ୍ରଟ୍‌ଙ୍କ ଉପସ୍ଥିତିରେ ​ପୋଷ୍ଟମର୍ଟମ କରିବେ​‌ ୩ ଜଣିଆ ଡାକ୍ତରୀ ଟିମ୍
  • ||
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜେଲ୍‌ ଗଲେ ଏସିଏଫ୍‌

ଭୁବନେଶ୍ୱର ୦୭/୦୮: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ଭିଜିଲାନ୍ସ ପଞ୍ଝାରେ ପଡ଼ିଥିଲେ ପୁରୀ ଜିଲ୍ଲା ୱାଇଲ୍ଡ୍‌ ଲାଇଫ୍‌ ଡିଭିଜନ୍‌ର ସହକାରୀ ସଂରକ୍ଷଣକାରୀ (ଏସିଏଫ୍‌) ପ୍ରଶାନ୍ତ କୁମାର ସ୍ୱାଇଁ । ତାଙ୍କୁ ଗତକାଲି କୋର୍ଟ ଚାଲାଣ କରା ଯାଇଥିଲା । ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି ।

ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଶ୍ରୀ ସ୍ୱାଇଁ ଜୁଡିସିଆଲ୍‌ କଷ୍ଟଡିରେ ରହିବେ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ୍‌ ଏସିଏଫ୍‌ ପ୍ରଶାନ୍ତଙ୍କ ପୁରୀ ଅଫିସ୍‌, ବାଲିଅନ୍ତା ପୈତୃକ ଘର, ଭୁବନେଶ୍ୱର ସରକାରୀ ବାସ ଭବନ, ଢେଙ୍କାନାଳ ସମ୍ପର୍କୀୟଙ୍କ ଘରକୁ ମିଶାଇ ମୋଟ ୫ ଟି ସ୍ଥାନରେ ଏକକାଳୀନ ଚଢ଼ଉ କରିଥିଲା । ଚଢ଼ଉ ସମୟରେ ତାଙ୍କ ଘରୁ ୧ କୋଟି ୧୬ ଲକ୍ଷ ୭୨ ହଜାର ୯୩୮ ଟଙ୍କା ମୂଲ୍ୟର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଜବତ କରିଥିଲା ଭିଜିଲାନ୍ସ । ଅଧିକ ତଦନ୍ତ ପରେ ଶ୍ରୀ ସ୍ୱାଇଁଙ୍କ ସ୍ଥାବର ଅସ୍ଥାବର ସମ୍ପତ୍ତି ମୂଲ୍ୟ ୭୬ ଲକ୍ଷ ୧ ହଜାର ୬୦୪ ଟଙ୍କା ବୋଲି ଭିଜିଲାନ୍ସ ବିଭାଗ କହିଛି ।