PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, କଟକଣା ମଧ୍ୟରେ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

ନୂଆଁଖାଇ ଲଗ୍ନ ନିରୂପଣ: ତୁଳା ଲଗ୍ନରେ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେବ ନବାନ୍ନ

ସମ୍ବଲପୁର,୧୩/୦୮: ଆସନ୍ତା ୨୩ ତାରିଖ ରବିବାର ଦିନ ହେବାକୁ ଥିବା ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ନିରୂପଣ କରାଯାଇଛି । ସ୍ଥାନୀୟ ଝାଡୁଆପଡାସ୍ଥିତ ବ୍ରହ୍ମପୁରା ମନ୍ଦିର ପ୍ରାଙ୍ଗଣରେ ବ୍ରହ୍ମମଣ୍ଡପ ପଣ୍ଡିତ ମହାସଭାର ବୈଠକରେ ଲଗ୍ନ ଧାର୍ଯ୍ୟ କରାଯାଇଛି ।

ବୈଠକରେ ଆସନ୍ତା ଭାଦ୍ରବ ଶୁକ୍ଲପକ୍ଷ ପଞ୍ଚମୀ ୨୩ ତାରିଖ ରବିବାର ଦିନ ସକାଳ ୯ଟା ୩୫ ମିନିଟ୍‌ରୁ ୯ଟା ୫୦ ମିନିଟ୍‌ ମଧ୍ୟରେ ତୁଳା ଲଗ୍ନରେ ଆରାଧ୍ୟ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ନବାନ୍ନ ଅର୍ପଣ କରିବାକୁ ସ୍ଥିର ହୋଇଛି । ଏହି ସମୟ ମଧ୍ୟରେ ମା’ଙ୍କ ନିକଟରେ ନବାନ୍ନ ଲାଗି ପରେ ପଶ୍ଚିମ ଓଡ଼ିଶାର ପୁରପଲ୍ଲୀରେ ଲୋକେ ନିଜ ନିଜ ଘରର ଇଷ୍ଟଦେବୀଙ୍କ ଠାରେ ନବାନ୍ନ ଅର୍ପଣ କରି ନିଜେ ଭକ୍ଷଣ କରିବେ ବୋଲି ମହାସଭା ପକ୍ଷରୁ କୁହାଯାଇଛି ।

ବୁଧବାର ଅପରାହ୍ନରେ ମହାସଭାର ସମସ୍ତ ପଣ୍ଡିତମାନେ ଏକାଠି ହେବା ପରେ ପ୍ରଥମେ ପରଂପରା ମୁତାବକ ବେଦପାଠ କରାଯାଇଥିଲା । ପରେ ଅନେକ ବିଚାର ବିମର୍ଷ କରାଯାଇ ତୁଳା ଲଗ୍ନରେ ନବାନ୍ନ ଲାଗି କରିବାକୁ ସ୍ଥିର ହୋଇଥିଲା । ଏଥିରେ ସଭାପତି ପଣ୍ଡିତ ଲକ୍ଷ୍ଣଣ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସଂପାଦକ ଚନ୍ଦ୍ରକାଣ୍ଡ ପାଣିଗ୍ରାହୀ, ପଣ୍ଡିତ ଅମରନାଥ ମିଶ୍ରଙ୍କ ସମେତ ବହୁ ପଣ୍ଡିତ ଉପସ୍ଥିତ ଥିଲେ ।