PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ବହୁ ଚର୍ଚ୍ଚିତ ବୁଲିବାଇ ଆପ୍ ମାମଲା, ଭୁବନେଶ୍ଵରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ମାଲକାନଗିରି : ଦାନ୍ତେୱାଡାରେ ଏନକାଉଣ୍ଟର, ହାର୍ଡକୋର୍ ମାଓନେତା ମୁଇଆ ମାଡକାମ ନିହତ
  • ||
  • ବାଲିପାଟଣା : କଟନି ଛଟନୀକୁ ବିରୋଧ କରି ଚାଷୀଙ୍କ ରାସ୍ତାରୋକ
  • ||
  • ରାୟଗଡ଼ା : ବିଷାକ୍ତ ମଦ୍ୟପାନ କରି ଦୁଇ ଭାଇଙ୍କ ମୃତ୍ୟୁ ଅଭିଯୋଗ
  • ||
  • କାମାକ୍ଷାନଗର : ସାହି ଭିତରେ ପଶି ଆକ୍ରମଣ କଲା ଜଙ୍ଗଲୀ ବାରହା, ୬ ଆହତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର: ଆଇସିୟୁରେ ରୋଗୀ ନାହାଁନ୍ତି, ଅକ୍ସିଜେନ୍‌ର ଆବଶ୍ୟକତା ନାହିଁ, ସ୍ଥିତି ନିୟନ୍ତ୍ରଣାଧୀନ : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • କଟକ : ଲିଙ୍ଗ ନିରୂପଣ ମାମଲାରେ ଦୁଇ ଦଲାଲ୍‌ ଗିରଫ, ଦେଢ଼ ହଜାର କମିସନ୍‌ ରଖି ମହିଳାଙ୍କୁ ପଠାଉଥିଲେ
  • ||
  • ଚୌଦ୍ଵାର : ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼, ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟିନେଲେ ୩ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୦,୩୬୮ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର : ବଦଳିଲା ପାଗ, ଆସନ୍ତାକାଲିଠୁ ପୁଣି ବର୍ଷିବ
  • ||

ଆସୁଛି ଝଡ଼ ! ରାଜ୍ୟରେ ପ୍ରବଳ ବର୍ଷା ନେଇ ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା

pic- internet

ଭୁବନେଶ୍ୱର, ୧/୧୨ : ଦକ୍ଷିଣ ଆଣ୍ଡାମାନ ସାଗର ସୃଷ୍ଟି ହୋଇଥିବା ଲଘୁଚାପ ସମୁଦ୍ର ଭିତରେ ବଳ ଗୋଟାଇ ସ୍ଥଳଭାଗ ଆଡ଼କୁ ମାଡ଼ିଆସୁଛି। ବୁଧବାର ଏହା ଘନୀଭୂତ ହେବା ସହ ଏକ ଘୁର୍ଣ୍ଣିଝଡ଼ରେ ପରିଣତ ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆ ଯାଇଛି। ଡିସେମ୍ବର ୩ ତାରିଖ ଅପରାହ୍ନ ସୁଦ୍ଧା ଏହା ଅବପାତର ରୂପ ନେବାର ସମ୍ଭାବନା ଥିବା ବେଳେ ପାଣିପାଗ ଅନୁକୂଳ ରହିଲେ ଡିସେମ୍ବର ୪ ତାରିଖ ସକାଳ ସୁଦ୍ଧା ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳରେ ଘୁର୍ଣ୍ଣିଝଡ଼ର ରୂପ ନେଇପାରେ ବୋଲି ସିଇସି ପକ୍ଷରୁ କୁହାଯାଇଛି।

ଉଭୟ ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ମୁହାଁ ହୋଇଥିବା ଏହି ଲଘୁଚାପ ଡିସେମ୍ବର ୪ ତାରିଖରେ ଗଞ୍ଜାମ ଉପକୂଳ ଅତିକ୍ରମ କରିବା ପରେ ଏହାର ପ୍ରଭାବ କମିବ। ଏହା ଦୁର୍ବଳ ହୋଇ ସମାନ୍ତରାଳ ଭାବେ ଏହା ଓଡିଶା ଉପକୂଳ ଦେଇ ବାଲେଶ୍ୱର ଜିଲ୍ଲା ପର୍ଯ୍ୟନ୍ତ ଆସି ପଶ୍ଚିମବଙ୍ଗରେ ପ୍ରବେଶ କରିବ। ଏହାର ପ୍ରଭାବରେ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ପବନର ବେଗ ଘଣ୍ଟା ପ୍ରତି ୭୫ ରୁ ୮୫ କିଲୋମିଟର ରହିବ। ଏହାପରେ ଧୀରେ ଧୀରେ ବେଗ କମି ବାଲେଶ୍ୱର ଉପକୂଳରେ ପହଂଚିବା ବେଳକୁ ଘଣ୍ଟା ପ୍ରତି ପବନର ବେଗ ୪୫ ରୁ ୫୫ ଭିତରେ ହୋଇଯାଇଥିବା ବୋଲି ସିଇସ ସୂଚନା ଦେଇଛି।

ତେବେ ଝଡ଼ ଓଡ଼ିଶାରେ ସେତେଟା କ୍ଷତି ପହଞ୍ଚାଇବା ନେଇ ଆଶଙ୍କା ନଥିଲେ ବି ଏହାର ପ୍ରଭାବରେ ଡିସେମ୍ବର ୩ ତାରିଖ ପୂର୍ବାହ୍ନରୁ ଓଡ଼ିଶା ଉପକୂଳରେ ବର୍ଷା ହେବାର ସମ୍ଭାବନା ରହିଛି। ଅନେକ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଡିସେମ୍ବର ତିନି ରୁ ପାଞ୍ଚ ତାରିଖ ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଦେଇଛି ସିଇସି।

ମିଳିଥିବା ସୂଚନା ଅନୁସାରେ, ପୁରୀ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଓ ଢ଼େଙ୍କାନାଳ ଜିଲ୍ଲାର ଅନେକ ସ୍ଥାନରେ ବର୍ଷlର ପରିମାଣ ୨୫୦ ମିଲିମିଟର ବା ଅଧିକ ହେବାର ସମ୍ଭାବନା ଅଛି ବୋଲି ସିଇସି ପୂର୍ବାନୁମାନ କରିଛି।