PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ବହୁ ଚର୍ଚ୍ଚିତ ବୁଲିବାଇ ଆପ୍ ମାମଲା, ଭୁବନେଶ୍ଵରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ମାଲକାନଗିରି : ଦାନ୍ତେୱାଡାରେ ଏନକାଉଣ୍ଟର, ହାର୍ଡକୋର୍ ମାଓନେତା ମୁଇଆ ମାଡକାମ ନିହତ
  • ||
  • ବାଲିପାଟଣା : କଟନି ଛଟନୀକୁ ବିରୋଧ କରି ଚାଷୀଙ୍କ ରାସ୍ତାରୋକ
  • ||
  • ରାୟଗଡ଼ା : ବିଷାକ୍ତ ମଦ୍ୟପାନ କରି ଦୁଇ ଭାଇଙ୍କ ମୃତ୍ୟୁ ଅଭିଯୋଗ
  • ||
  • କାମାକ୍ଷାନଗର : ସାହି ଭିତରେ ପଶି ଆକ୍ରମଣ କଲା ଜଙ୍ଗଲୀ ବାରହା, ୬ ଆହତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର: ଆଇସିୟୁରେ ରୋଗୀ ନାହାଁନ୍ତି, ଅକ୍ସିଜେନ୍‌ର ଆବଶ୍ୟକତା ନାହିଁ, ସ୍ଥିତି ନିୟନ୍ତ୍ରଣାଧୀନ : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • କଟକ : ଲିଙ୍ଗ ନିରୂପଣ ମାମଲାରେ ଦୁଇ ଦଲାଲ୍‌ ଗିରଫ, ଦେଢ଼ ହଜାର କମିସନ୍‌ ରଖି ମହିଳାଙ୍କୁ ପଠାଉଥିଲେ
  • ||
  • ଚୌଦ୍ଵାର : ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼, ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟିନେଲେ ୩ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୦,୩୬୮ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର : ବଦଳିଲା ପାଗ, ଆସନ୍ତାକାଲିଠୁ ପୁଣି ବର୍ଷିବ
  • ||

ଓମିକ୍ରୋନ୍ ଭ୍ୟାରିଏଣ୍ଟକୁ ଗୁରୁତର ସହ ନେଇ ନିୟମ କଡ଼ାକଡ଼ି କରିବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ଦେଶରେ କରୋନା ଲହର ଥମିଥିବା ବେଳେ ଡରାଇଲାଣି ଓମିକ୍ରୋନ ଡର। ଯଦିଓ ଭାରତରେ ଓମିକ୍ରୋନ ଭ୍ୟାରିଏଣ୍ଟ ଚିହ୍ନଟ ହୋଇ ନାହିଁ ତେବେ କେନ୍ଦ୍ର ସରକାର ଏନେଇ ଆଗୁଆ ସତର୍କତା ଅବଲମ୍ବନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ନିକଟରେ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ   ପକ୍ଷରୁ ଚିଠି ଲେଖାଯାଛି।

କେନ୍ଦ୍ରର ସତର୍କତା ପରେ ରାଜ୍ୟରେ ସତର୍କବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କରୋନା ସତର୍କତା ସହିତ ନିୟମ ପାଳନ ଦିଗରେ ଜିଲ୍ଲାପାଳମାନେ ଧ୍ୟାନ ଦିଅନ୍ତୁ । ନୂଆ ଭ୍ୟାରିଏଣ୍ଟକୁ ସମସ୍ତେ ଗୁରୁତର ସହ ନେବା ସହିତ ଏହାର ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗ ଆଗୁଆ ପ୍ରସ୍ତୁତ ରହୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଦେଶ ଓ ରାଜ୍ୟରେ କୋଭିଡ୍‌ ସଂକ୍ରମଣ କମିଥିବାରୁ ଲୋକେ ବି କରୋନା କଟକଣା ପାଳନ କରିବାରେ ଅବହେଳା କରୁଥିବାରୁ ଦେଖାଯାଉଛି। ଛକ ବଜାର ଭିଡ଼ ଲାଗିବା ସହିତ ଲୋକେ ମାସ୍କ ପିନ୍ଧୁ ନଥିବାରୁ ମଧ୍ୟ ନଜରକୁ ଆସୁଛି। ତେଣୁ ନୂଆ ଭ୍ୟରିଏଣ୍ଟକୁ ନଜରରେ ରଖି କରୋନା ନିୟମ ପାଳନ କରିବା ସହିତ ମାସ୍କ ପିନ୍ଧିବାକୁ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।