PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କନ୍ଧମାଳ- ଗୋଚ୍ଛାପଡା ପୁଲିସ ଦ୍ବାରା ୧୦୭ କିଲୋ ଗଞ୍ଜେଇ ଜବତ । ଜାମସେଦପୁର ଅଞ୍ଚଳର ଦୁଇ ଗିରଫ ।
  • ||
  • ଗଞ୍ଜାମ- କୁକୁଡାଖଣ୍ଡି ବ୍ଲକ କାଳୁଆ ଛକରେ ୭ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କଲା ଅବକାରୀ।
  • ||
  • ଭୁବନେଶ୍ଵର : ବିଭିନ୍ନ ରାଜ୍ୟରେ ଡାକ୍ତରମାନଙ୍କୁ ଆକ୍ରମଣ, ଆସନ୍ତା ୧୮ ତାରିଖକୁ ଜାତୀୟ ପ୍ରତିବାଦ ଦିବସ ଭାବେ ପାଳିବ ଭାରତୀୟ ଚିକିତ୍ସକ ସଂଘ
  • ||
  • ବଲାଙ୍ଗୀର : ସଦର ଏସଡିପିଓଙ୍କ ପ୍ରେସମିଟ, ୨୨ ବାଇକ, ୨ ପିକଅପ ଜବତ, ୭ ଗିରଫ
  • ||
  • ମାଲକାନାଗିରି : ମାଲକାନଗିରି-ଆନ୍ଧ୍ର ସୀମାରେ ନକ୍ସଲ ଓ ପୋଲିସ ମୁହାଁମୁହିଁ, ଏନକାଣ୍ଟରରେ ୬ ହାଡକୋର ମାଓବାଦୀ ନିହତ
  • ||
  • ପାରାଦୀପ : ଜିଏସଟି ଫାଙ୍କୁଥିବା ଅଭିଯୋଗରେ ସ୍କାର୍ପ ବୋଝେଇ ଟ୍ରକ ଅଟକ, ବାଣିଜ୍ୟ କର ବିଭାଗ ଦ୍ଵାରା ଅଟକ
  • ||
  • ଅନୁଗୁଳ : ରେଙ୍ଗାଲି ବିରାଜ ଷ୍ଟିଲ ସାମ୍ନାରେ ଟ୍ରକ୍ ସହ ଧକ୍କା ହୋଇ କାର୍ ଚୂରମାର, ଘଟଣାସ୍ଥଳରେ ଜଣେ ମ୍ରୁତ, ଜଣେ ଗୁରୁତର
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ଉତ୍ତରାମୁଖୀ ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗଣ୍ଡଗୋଳ, ଛୁରୀ ମାଡ଼ରେ ଜଣେ ମୃତ ଓ ଦୁଇଜଣ ଆହତ, ସମସ୍ତେ ଏମକେସିଜିରେ ଭର୍ତ୍ତି
  • ||
  • ଭୁବନେଶ୍ଵର : ଆଉ ଅଳ୍ପ ଦିନ ମଧ୍ୟରେ ସଂକ୍ରମଣ ସମ୍ପୂର୍ଣ୍ଣ କମିଯିବ, ‘ଅନଲକ୍’ ହେଲେବି ଲୋକଙ୍କୁ ନିୟମ କଡାକଡି ପାଳନ କରିବାକୁ ପଡିବ- ଡିଏମଇଟି
  • ||
  • ବାଲିପାଟଣା : ଧାନ ବ୍ୟବସାୟୀଙ୍କୁ ବୋମା ମାଡ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଢେଙ୍କାନାଳ : ବିବାହ କରିବାକୁ ମନା କରିଦେଲେ ପ୍ରେମିକା, ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କଲା ବିଫଳ ପ୍ରେମିକ
  • ||
  • ମାଲକାନଗିରି : ମାଲକାନଗିରି ଜିଲ୍ଲା ମାଥିଲି ଥାନା କୁଲାବେଡା ଜଙ୍ଗଲରେ ମାଓବାଦୀ-ଯବାନଙ୍କ ମଧ୍ୟରେ ଗୁଳି ବିନିମୟ
  • ||
  • ଭୁବନେଶ୍ୱର : ଓଡ଼ିଶାରୁ ଆଉ ୪୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୪୩୨କୁ ବୃଦ୍ଧି
  • ||
  • ଚୌଦ୍ଵାର: ଟ୍ରଲରକୁ ପିଟିଲା ପିକଅପ୍ ଭ୍ୟାନ୍, ୨ ମୃତ ଜଣେ ଗୁରୁତର
  • ||
  • କରଞ୍ଜିଆ : ସୋଲାର ଚୋରଙ୍କୁ ଧରିଲା ପୋଲିସ, ଖତ ଗଡ଼ିଆରେ ପୋତି ଲୁଚାଇ ରଖିଥିଲେ ସୋଲାର ପ୍ୟାନେଲ ଓ ବ୍ୟାଟେରୀ
  • ||
  • ଭୁବନେଶ୍ୱର : ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ୩୫୩୫ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||

ଭିଜିଲାନ୍ସ ଜାଲରେ ଫ୍ୟାକ୍ଟ୍ରି ଆଣ୍ଡ ବଏଲର୍ସ ନିର୍ଦ୍ଦେଶକ: ୫୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଗିରଫ

ଭୁବନେଶ୍ୱର ୨୮/୮ : ୫୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଫ୍ୟାକ୍ଟ୍ରି ଆଣ୍ଡ ବଏଲର୍ସ ବିଭାଗ ନିର୍ଦ୍ଦେଶକ (ଇନଚାର୍ଜ) ସତ୍ୟନାରାୟଣ ସେଠୀ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଗିରଫ କରି ପଚରାଉଚରା ଚଳାଇଛନ୍ତି । ଆସନ୍ତାକାଲି ତାଙ୍କୁ କୋର୍ଟଚାଲାଣ କରାଯିବ । ତାଙ୍କର ସ୍ଥାବର ଅସ୍ଥାବର ସମ୍ପତ୍ତିର ଆକଳନ ମଧ୍ୟ ଚାଲିଛି ।

ଭିଜିଲାନ୍ସ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ମୁତାବକ, ବ୍ରହ୍ମପୁର ଗୋପାଳପୁରରେ ତିଆରି ହେଉଛି ପାନା ସିମେଣ୍ଟ କାରଖାନା । ଏଥିପାଇଁ କମ୍ପାନୀ ପକ୍ଷରୁ ଫ୍ୟାକ୍ଟ୍ରି ଆଣ୍ଡ ବଏଲର୍ସ ବିଭାଗର ଲାଇସେନ୍ସ ନିହାତି ଆବଶ୍ୟକ । କମ୍ପାନୀ ପକ୍ଷରୁ ଏନେଇ ଆବେଦନ କରା ଯାଇଥିଲା । ହେଲେ ବିଭାଗୀୟ ନିର୍ଦ୍ଦେଶକ ସତ୍ୟନାରାୟଣ ସେଠୀ ବିଭିନ୍ନ ଆଳ ଦେଖାଇ ସାର୍ଟିଫିକେଟ ଦେଉ ନଥିଲେ । କମ୍ପାନୀର ବରିଷ୍ଠ ଅଧିକାରୀ ସୁଶାନ୍ତ କୁମାର ବିହାରୀ ବାରମ୍ବାର ଦୌଡ଼ିବା ପରେ ମଧ୍ୟ ସେ କିଛି ଶୁଣି ନଥିଲେ ।

ଲାଇସେନ୍ସ ମଞ୍ଜୁର ପାଇଁ ୫୦ ହଜାର ଟଙ୍କା ଦାବି କରିଥିଲେ । ଟଙ୍କା କମ୍‌ କରିବାକୁ କହିଥିଲେ ସୁଶାନ୍ତ । ହେଲେ ଶ୍ରୀ ସେଠୀ ୫୦ ହଜାର ପାଇଁ ଅଡ଼ି ବସିଥିଲେ । ଟଙ୍କା ଆଣି ଆସିବାକୁ ସେ ସୁଶାନ୍ତଙ୍କୁ କହିଥିଲେ । ତେବେ ଏନେଇ ସୁଶାନ୍ତ ଭିଜିଲାନ୍ସ ଅଧିକାରୀଙ୍କୁ ଜଣାଇଥିଲେ । ମଙ୍ଗଳବାର ଶ୍ରୀ ସେଠୀ ତାଙ୍କ ଅଫିସ୍‌କୁ ଟଙ୍କା ନେଇ ଆସିଥିଲେ । ଯୋଜନା ମୁତାବକ ସେ ଅଫିସରେ ଲାଞ୍ଚ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ଚଢଉ କରି ତାଙ୍କୁ ଧରିଥିଲେ । ଶ୍ରୀ ସେଠୀଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିବା ପରେ ତାଙ୍କୁ ଗିରଫ କରା ଯାଇଥିଲା । ଅପରାହ୍ଣରେ ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ସରାକାରୀ ବାସଭବନ ସହ ଏକାଧିକ ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରିଥିଲା । ଚଢ଼ଉ ବେଳେ ଭିଜିଲାନ୍ସକୁ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଥିବା ଜଣାପଡ଼ିଛି ।