PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ: କଟକରୁ ଧରାପଡ଼ିଥିବା ନକଲି କରୋନା ଔଷଧ ଝାରସୁଗୁଡ଼ାର ଏକ ମେଡିକାଲ ଷ୍ଟୋରରୁ ଠାବ, ଜବତ କଲେ ଝାରସୁଗୁଡ଼ା ଡ୍ରଗ୍ ଇନ୍ସପେକ୍ଟର
  • ||
  • କୋକସରା: ଶୌଚ ପାଇଁ ଯାଇ ଘରକୁ ଫେରିନଥିଲେ, ପୋଖରୀରୁ ଉଦ୍ଧାର ହେଲା ମୃତଦେହ
  • ||
  • କଳାହାଣ୍ଡି : ହିମାଚଳ ପ୍ରଦେଶରୁ କରୋନା ସଂପର୍କିତ ନକଲି ଔଷଧ ଆଣି ବିତରଣ ଅଭିଯୋଗରେ କେସିଙ୍ଗା ସ୍ଥିତ ବିଜୟ ଫାର୍ମାସିଟିକାଲ ଓ ଧର୍ମଗଡ ସ୍ଥିତ ଜୟହୀନ୍ଦ ଟ୍ରେଡର୍ସ ଉପରେ ଚଢ଼ାଉ
  • ||
  • ନବରଙ୍ଗପୁର: ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର, ତଳେ ଚାପି ହୋଇଚାଲିଗଲା ଡ୍ରାଇଭରଙ୍କ ଜୀବନ
  • ||
  • ଭୁବନେଶ୍ୱର: ଜୁନ୍ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ : ଗଣଶିକ୍ଷା ମନ୍ତ୍ରୀ
  • ||
  • ସମ୍ବଲପୁର: ପୁଣି ଚର୍ଚ୍ଚାରେ ସମ୍ବଲପୁର ଜେଲ, କଏଦୀକୁ ଗଞ୍ଜେଇ ବିକି ଧରାପଡିଲେ ଜେଲ୍ ଓ୍ବାର୍ଡର୍, ବଣେଇଗଡ ଜେଲକୁ ହେଲେ ବଦଳି
  • ||
  • ରାଜସୁନାଖଳା: ଜାଗା ବାଡ଼ି ମଧ୍ୟସ୍ଥତାକୁ ନେଇ ରକ୍ତାକ୍ତ ସଂଘର୍ଷ, ଜଣେ ଗୁରୁତର
  • ||
  • କଣ୍ଟାବାଞ୍ଜି : ବର୍ଷା ଦାଉରୁ ଆଶ୍ରୟ ପାଇଁ ଦୋକାନ ପିଣ୍ଡାକୁ ଯାଇ ଷଣ୍ଢକୁ ଲାଗିଲା ବିଜୁଳି ଝଟକା, ଘଟଣାସ୍ଥଳରେ ଟଳିପଡିଲା…
  • ||
  • ନୀଳଗିରି: ଯୁବକର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ସନ୍ଦେହ, ପୁଲିସ ତଦନ୍ତ ଆରମ୍ଭ
  • ||
  • ପୁରୀ : ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା ପ୍ରସ୍ତୁତି, ଭୋର ୪ଟା ସୁଦ୍ଧା ପହଣ୍ଡ ବିଜେ ନୀତି, ସାମାଜିକ ଦୂରତାକୁ ଗୁରୁତ୍ୱ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ମଧ୍ୟରେ ୪୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୩ଶହ ଟପିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୪ ହଜାର ୪୬୯ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୫୧ ହଜାର ପାର୍
  • ||
  • ପୁରୀ : ରଥଖଳା ହାଲ୍‌ଚାଲ, ୨୧ ଅଖରେ ଲାଗିଲା ୪୨ ଚକ, ପ୍ରଭା ଅପସରା କାମ ଆରମ୍ଭ
  • ||
  • ଭୁବନେଶ୍ୱର : ବର୍ଷାରେ ଧୋଇଯିବ ରଜ ମଉଜ, ୪୮ ଘଣ୍ଟା ଭିତରେ ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ, ଉପକୂଳରେ ବର୍ଷା ଜାରି-ଆଭ୍ୟନ୍ତରୀଣରେ ବଢ଼ିବ
  • ||
  • ବାମରା : ପରିବାରର ୬ ଜଣଙ୍କୁ ହାଣି ଆତ୍ମହତ୍ୟା କଲା ସଂକ୍ରମିତ ବାପା, ଝିଅ ମୃତ, ପୁଅ- ୩ ଝିଅ ଓ ମା’ ଆହତ
  • ||
  • କଟକ : ଲକ୍‌ଡାଉନ୍‌ ବେଳେ କଟକରେ ବେଧଡ଼କ ଚାଲିଛି ଦେହ ବ୍ୟବସାୟ, ଦୁଇଟି ସ୍ଥାନରେ ଚଢ଼ଉ ବେଳେ ୫ ଯୁବତୀ ଉଦ୍ଧାର, ର‌୍ୟାକେଟ୍‌ର ମୁଖ୍ୟ ଓ ଜଣେ ଗ୍ରାହକ ଗିରଫ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସୁଧୁରୁଛି ସ୍ଥିତି, ୨୬ ଜିଲ୍ଲାରେ ହୋଇପାରେ ଅନଲକ, ୪ ଜିଲ୍ଲା ପାଇଁ ସ୍ୱତନ୍ତ୍ର ଷ୍ଟ୍ରାଟେଜି
  • ||

ଏଣିକି ସରକାରୀ ଚାକିରିଆଙ୍କ ବିଦେଶ ଗସ୍ତ କଟକଣା କୋହଳ: ବ୍ୟକ୍ତିଗତ ବିଦେଶ ଗସ୍ତ ପାଇଁ ଅନୁମତି ନେବା ଦରକାର ନାହିଁ

ଭୁବନେଶ୍ୱର ୩୧/୮ : ସରକାରୀ ଚାକିରିଆଙ୍କ ବିଦେଶ ଗସ୍ତ କଟକଣାକୁ ସାମାନ୍ୟ କୋହଳ କରିଛନ୍ତି ରାଜ୍ୟ ସରକାର । ଏଣିକି ବ୍ୟକ୍ତିଗତ କାରଣରୁ ବିଦେଶ ଗସ୍ତ ପାଇଁ ସରକାରୀ ଅନୁମତି ନେବା ଦରକାର ନାହିଁ । ସବୁ ବର୍ଗର କର୍ମଚାରୀଙ୍କ ପାଇଁ ଏହି ନିୟମ ଲାଗୁ ହୋଇଛି । ସାଧାରଣ ପ୍ରଶାସନ ବିଭାଗ ଏନେଇ ବିଜ୍ଞପ୍ତି ଜାରି କରିଛି । ଆଗକୁ ପାର୍ବଣ ଋତୁ ଆସୁଥିବାରୁ ସରକାରଙ୍କ ନିଷ୍ପତ୍ତି ସରକାରି ଚାକିରିଆଙ୍କ ପାଇଁ ସୋନେ ପେ ସୁହାଗା ହେବ ବୋଲି କୁହାଯାଉଛି ।

ସାଧାରଣ ପ୍ରଶାସନ ବିଭାଗ କହିଛି, ପୂର୍ବରୁ ବ୍ୟକ୍ତିଗତ କାରଣ ହେଉ ବା ସରକାରୀ କାମ ଅଥବା କୌଣସି ବିଦେଶୀ ସଂସ୍ଥାର ନିମନ୍ତ୍ରଣ, ସରକାରୀ ଚାକିରିଆଙ୍କୁ ବିଦେଶ ଯିବା ପାଇଁ ସରକାରଙ୍କ ଅନୁମତି ନେବାକୁ ପଡ଼ୁଥିଲା । କିନ୍ତୁ ବର୍ତ୍ତମାନ ବେସାମରିକ ବିମାନ ଚଳାଚଳ ସ୍ଥିତିରେ ବ୍ୟାପକ ସୁଧାର ଆସିଛି । ୨୦୦୭ରୁ କେନ୍ଦ୍ର ସରକାର ମଧ୍ୟ ବ୍ୟକ୍ତିଗତ କାରଣରୁ ବିଦେଶ ଗସ୍ତ ଉପରେ କଟକଣା ହଟାଇ ଦେଇଛନ୍ତି ।

ଏ ସବୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗ୍ରୁପ୍‌-ଏ, ଗ୍ରୁପ୍‌-ବି, ଗ୍ରୁପ୍‌-ସି ଓ ଗ୍ରୁପ୍‌-ଡି ଅଫିସର ସ୍ୱାସ୍ଥ୍ୟଗତ ସମସ୍ୟା ଅଥବା ଅନ୍ୟ କୌଣସି ପ୍ରକାର ବ୍ୟକ୍ତିଗତ କାରଣରୁ ବିଦେଶ ଗସ୍ତରେ ଯିବାକୁ ଚାହିଁବେ, ବିନା ଅନୁମତିରେ ଯାଇପାରିବେ । କିନ୍ତୁ ସରକାରୀ କାମ କିମ୍ବା ବିଦେଶୀ ସଂସ୍ଥାର ନିମନ୍ତ୍ରଣରେ ବିଦେଶ ଗସ୍ତ ପାଇଁ ସେମାନଙ୍କୁ ପୂର୍ବପରି ସରକାରଙ୍କ ଅନୁମତି ନେବାକୁ ପଡ଼ିବ ବୋଲି ଏଥିରେ ସ୍ପଷ୍ଟ କରାଯାଇଛି ।

ସମ୍ବନ୍ଧିତ ଖବର