PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, କଟକଣା ମଧ୍ୟରେ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ କରୋନା

ଭୁବନେଶ୍ବର ୧୭।୮ : ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ କରୋନା। ତାଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିଥିବା ନେଇ ସେ ନିଜେ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି। ଏହାସହ କହିଛନ୍ତି ମୁଁ ସୁସ୍ଥ ଅଛି , ନିକଟରେ ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି ମୁଁ ସେମାନଙ୍କୁ ଅନୁରୋଧ କରୁଛି ସେହି ବ୍ୟକ୍ତି ଆଇସୋଲେସନରେ ରୁହନ୍ତୁ ଏବଂ ନିଜର କରୋନା ପରୀକ୍ଷା କରାନ୍ତୁ।

ଏହାପୂର୍ବରୁ ମଧ୍ୟ ରାଜ୍ୟର ଅନେକ ବିଧାୟକଙ୍କର କରୋନା ରିପୋର୍ଟ ପଜିଟିଭ୍ ଆସିସାରିଛି। ଆଜି ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ କରୋନା ହୋଇଥିବା ଜଣାପଡ଼ିଛି। ଗତ ଅଗଷ୍ଟ ୧୫ ତାରିଖରେ ମନ୍ତ୍ରୀ ସୁଶାନ୍ତ ସିଂହ ବାଲେଶ୍ୱରରେ ଜିଲ୍ଲାସ୍ତରୀୟ ପତାକା ଉତ୍ତୋଳନ ଉତ୍ସବରେ ମଧ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।