ପ୍ରମୁଖ ଖବର
  • ସୁନ୍ଦରଗଡ଼କୁ ନୂଆ ପରିଚୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ, ଆପଣଙ୍କ ଟିକେ ଭୁଲ୍ ରାଉରକେଲାକୁ ପଛକୁ ନେଇଯିବ : ୫-ଟି ଅଧ୍ୟକ୍ଷ
  • ||
  • ରାଉରକେଲାରେ ନବୀନଙ୍କ ଉଦବୋଧନ, ମାଗଣାରେ ବିଜୁଳି ଦେବେ ବିଜେଡି ସରକାର
  • ||
  • ଭୋଟରମାନଙ୍କ ପାଇଁ ଆରମ୍ଭ ହେଲା ‘ମୋ ବୁଥ୍‌ ଆପ୍‌’, ବୁଥ୍‌ର ନାମ ଏବଂ ଏହାର ଅବସ୍ଥିତି ସଂପର୍କରେ ସଠିକ୍‌ ତଥ୍ୟ ପାଇବେ ମତଦାତା
  • ||
  • ମହାକାଳପଡ଼ା : ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଅମିନ, ୨ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ରାୟଗଡ଼ା : ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ, ଦୀର୍ଘ ଦିନ ଧରି ଥିଲେ ଅସୁସ୍ଥ
  • ||
  • ଭୁବନେଶ୍ଵର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ବେଳେ ତତଲା ପାଗ, ୧୭ ଯାଏ ବର୍ଷା ସମ୍ଭାବନା
  • ||

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ଆଜିଠୁ ନାମାଙ୍କନ ଦାଖଲ

ଭୁବନେଶ୍ୱର,୨୯/୦୪: ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି । ଏନେଇ ନିର୍ବାଚନ କମିଶନ ପକ୍ଷରୁ ବିଧି ବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଆଜି ପ୍ରାର୍ଥୀମାନେ ନାମାଙ୍କନ ଭରିପାରିବେ। ମେ ୬ ତାରିଖ ପ୍ରାର୍ଥିପତ୍ର ଦାଖଲର ପ୍ରକିୟା ଜାରି ରହିବ। ୭ ତାରିଖ ପ୍ରାର୍ଥିପତ୍ର  ଯାଞ୍ଚ ଏବଂ ୯ରେ ପ୍ରତ୍ୟାହାର ପାଇଁ ତାରିଖ ଧାର୍ଯ୍ୟ ହୋଇଛି । ମେ ୨୫  ତାରିଖରେ ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ତାରିଖ ଧାର୍ଯ୍ୟ କରାଯାଇଛି।

ସୂଚନା ମୁତାବିକ, ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ  ଓ ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ଓ ଏହା ଅଧୀନରେ ଆସୁଥିବା ୪୨ଟି ବିଧାନସଭା ଆସନ ପାଇଁ ଭୋଟ ପକ୍ରିୟା ଆରମ୍ଭ ହେବ। ଆଜିଠୁ ପ୍ରାର୍ଥୀମାନେ ନାମଙ୍କନ ଭରିପାରିବେ।

ଓଡ଼ିଶାରେ ତୃତୀୟ ପର୍ଯ୍ୟାୟର ୫ ସଂସଦୀୟ କ୍ଷେତ୍ରରେ ସକାଳ ୭ରୁ ୬ଟା ଭୋଟିଂ ହେବ।କେନ୍ଦୁଝର, ଢେଙ୍କାନାଳ, କଟକରେ ସକାଳ ୭ରୁ ୬ଟା ପର୍ଯ୍ୟନ୍ତ ମତଦାନ ପ୍ରକିୟା ଚାଲିବ । ସେହିପରିପୁରୀ, ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ସକାଳ ୭ରୁ ୬ଟା ପର୍ଯ୍ୟନ୍ତ ଭୋଟିଂ ଅନୁଷ୍ଠିତ ହେବ।

  • PrameyaOdia
  • prameya
  • Odisha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.