PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ରାଜ୍ୟରେ ହାରୁଛି କରୋନା, ୨୪ ଘଣ୍ଟା ମଧ୍ୟରେ ୩ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୦ ଜିଲ୍ଲାରେ ପ୍ରବଳ ବର୍ଷିଲା, ଆଜିଠୁ ବଢ଼ିବ ତାପମାତ୍ରା
  • ||
  • ଭଞ୍ଜନଗର : ଭାରସାମ୍ୟ ହରାଇ ଓଲଟିଲା ଟୁରିଷ୍ଟ ବସ୍, ୬ ମୃତ ୩୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରାଇରଙ୍ଗପୁର : ସାପ୍ତାହିକ ହାଟରେ ଗୁଳିକାଣ୍ଡ, ଗୋରୁ ବେପାରୀଙ୍କୁ ଗୁଳି କରି ୨୦ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||

ଭୋଟ୍ ଦେବାକୁ ଆସିଥିବା ବୃଦ୍ଧଙ୍କ ମୃତ୍ୟୁ

ସାନଖେମୁଣ୍ଡି ୧୮|୪: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକି ମିଳିଛି । ଭୋଟ୍ ଦେବା ପାଇଁ ଆସିଥିବା ବେଳେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ମୃତ ବୃଦ୍ଧ ଜଣଙ୍କ ସକାଳ ୭ଟା ବେଳେ କଂସାହାଣ୍ଡି ୧୮୩ ନଂ ବୁଥ୍ କୁ ଯାଇଥିଲେ । ବୁଥ୍ ରେ ଭିଡ ଥିବା ତାଙ୍କ ପୁଅ କହିଛନ୍ତି । ସେଠାରେ ଭୋଟ୍ ଦେବା ପାଇଁ ସେ ଛିଡା ହୋଇଥିବାବେଳେ ଖରାରେ ତାଙ୍କ ମୁଣ୍ଡ ବୁଲାଇବାରୁ ସେ ତଳେ ପଡିଯାଇଥିଲେ । ତାଙ୍କୁ ତୁରନ୍ତ ଦିଗପହଣ୍ଡି ମେଡିକାଲକୁ ନେଇଯାଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।