PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କନ୍ଧମାଳ- ଗୋଚ୍ଛାପଡା ପୁଲିସ ଦ୍ବାରା ୧୦୭ କିଲୋ ଗଞ୍ଜେଇ ଜବତ । ଜାମସେଦପୁର ଅଞ୍ଚଳର ଦୁଇ ଗିରଫ ।
  • ||
  • ଗଞ୍ଜାମ- କୁକୁଡାଖଣ୍ଡି ବ୍ଲକ କାଳୁଆ ଛକରେ ୭ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କଲା ଅବକାରୀ।
  • ||
  • ଭୁବନେଶ୍ଵର : ବିଭିନ୍ନ ରାଜ୍ୟରେ ଡାକ୍ତରମାନଙ୍କୁ ଆକ୍ରମଣ, ଆସନ୍ତା ୧୮ ତାରିଖକୁ ଜାତୀୟ ପ୍ରତିବାଦ ଦିବସ ଭାବେ ପାଳିବ ଭାରତୀୟ ଚିକିତ୍ସକ ସଂଘ
  • ||
  • ବଲାଙ୍ଗୀର : ସଦର ଏସଡିପିଓଙ୍କ ପ୍ରେସମିଟ, ୨୨ ବାଇକ, ୨ ପିକଅପ ଜବତ, ୭ ଗିରଫ
  • ||
  • ମାଲକାନାଗିରି : ମାଲକାନଗିରି-ଆନ୍ଧ୍ର ସୀମାରେ ନକ୍ସଲ ଓ ପୋଲିସ ମୁହାଁମୁହିଁ, ଏନକାଣ୍ଟରରେ ୬ ହାଡକୋର ମାଓବାଦୀ ନିହତ
  • ||
  • ପାରାଦୀପ : ଜିଏସଟି ଫାଙ୍କୁଥିବା ଅଭିଯୋଗରେ ସ୍କାର୍ପ ବୋଝେଇ ଟ୍ରକ ଅଟକ, ବାଣିଜ୍ୟ କର ବିଭାଗ ଦ୍ଵାରା ଅଟକ
  • ||
  • ଅନୁଗୁଳ : ରେଙ୍ଗାଲି ବିରାଜ ଷ୍ଟିଲ ସାମ୍ନାରେ ଟ୍ରକ୍ ସହ ଧକ୍କା ହୋଇ କାର୍ ଚୂରମାର, ଘଟଣାସ୍ଥଳରେ ଜଣେ ମ୍ରୁତ, ଜଣେ ଗୁରୁତର
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ଉତ୍ତରାମୁଖୀ ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗଣ୍ଡଗୋଳ, ଛୁରୀ ମାଡ଼ରେ ଜଣେ ମୃତ ଓ ଦୁଇଜଣ ଆହତ, ସମସ୍ତେ ଏମକେସିଜିରେ ଭର୍ତ୍ତି
  • ||
  • ଭୁବନେଶ୍ଵର : ଆଉ ଅଳ୍ପ ଦିନ ମଧ୍ୟରେ ସଂକ୍ରମଣ ସମ୍ପୂର୍ଣ୍ଣ କମିଯିବ, ‘ଅନଲକ୍’ ହେଲେବି ଲୋକଙ୍କୁ ନିୟମ କଡାକଡି ପାଳନ କରିବାକୁ ପଡିବ- ଡିଏମଇଟି
  • ||
  • ବାଲିପାଟଣା : ଧାନ ବ୍ୟବସାୟୀଙ୍କୁ ବୋମା ମାଡ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଢେଙ୍କାନାଳ : ବିବାହ କରିବାକୁ ମନା କରିଦେଲେ ପ୍ରେମିକା, ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କଲା ବିଫଳ ପ୍ରେମିକ
  • ||
  • ମାଲକାନଗିରି : ମାଲକାନଗିରି ଜିଲ୍ଲା ମାଥିଲି ଥାନା କୁଲାବେଡା ଜଙ୍ଗଲରେ ମାଓବାଦୀ-ଯବାନଙ୍କ ମଧ୍ୟରେ ଗୁଳି ବିନିମୟ
  • ||
  • ଭୁବନେଶ୍ୱର : ଓଡ଼ିଶାରୁ ଆଉ ୪୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୪୩୨କୁ ବୃଦ୍ଧି
  • ||
  • ଚୌଦ୍ଵାର: ଟ୍ରଲରକୁ ପିଟିଲା ପିକଅପ୍ ଭ୍ୟାନ୍, ୨ ମୃତ ଜଣେ ଗୁରୁତର
  • ||
  • କରଞ୍ଜିଆ : ସୋଲାର ଚୋରଙ୍କୁ ଧରିଲା ପୋଲିସ, ଖତ ଗଡ଼ିଆରେ ପୋତି ଲୁଚାଇ ରଖିଥିଲେ ସୋଲାର ପ୍ୟାନେଲ ଓ ବ୍ୟାଟେରୀ
  • ||
  • ଭୁବନେଶ୍ୱର : ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ୩୫୩୫ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||

ଆସନ୍ତା ୬ରେ ଦିଲ୍ଲୀ ଏମ୍ସରୁ ଏସସିବି ମେଡିକାଲ ସ୍ଥାନାନ୍ତର ହେବେ ଜଗା ବଳିଆ, ସାଙ୍ଗରେ ଆସିବେ ୪ ଜଣିଆ ଡାକ୍ତରୀ ଟିମ

ନୂଆଦିଲ୍ଲୀ ୨୯।୮: ଫେରୁଛନ୍ତି ଜଗା ବଳିଆ । ଆସନ୍ତା ୬ ତାରିଖରେ ଦିଲ୍ଲୀ ଏମ୍ସରୁ କଟକ ବଡ ମେଡିକାଲକୁ ଆସିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ।

ଏକ୍ସପ୍ରେସ ଯୋଗେ ଦିଲ୍ଲୀରୁ ବାହାରି ୭ ତାରିଖରେ କଟକରେ ପହଂଚିବେ । ତାଙ୍କ ସହ ଏକ ୪ ଜଣିଆ ଡାକ୍ତରୀ ଟିମ୍ ମଧ୍ୟ ଆସିବେ ବୋଲି ସୂଚନା ମିଳିଛି । ଏହାପରେ ଜଗା ବଳିଆଙ୍କୁ କଟକ ଏସସିବି ମେଡିକାଲରେ ରଖାଯାଇ ଚିକିତ୍ସା କରାଯିବ ।

ଜଗା ବଳିଆଙ୍କ ଚିକିତ୍ସା ପାଇଁ ଏସସିବି ମେଡିକାଲର ବିଶେଷଜ୍ଞ ଡାକ୍ତରଙ୍କୁ ନେଇ ଗଠିତ ସ୍ୱତନ୍ତ୍ର ଟିମ୍ ପ୍ରସ୍ତୁତ ହୋଇ ରହିଛନ୍ତି । ପୂର୍ବରୁ ଭୁବନେଶ୍ୱର ଏମ୍ସକୁ ନେଇ ଜଗାବଳିଆଙ୍କୁ ଚିକିତ୍ସା କରିବା ପାଇଁ ଦିଲ୍ଲୀ ଏମ୍ସ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଇଥିଲା । 

ଏନେଇ ଭୁବନେଶ୍ୱର ଏମ୍ସ ସହ ଯୋଗାଯୋଗ କରିଥିଲେ ରାଜ୍ୟ ସରକାର । ହେଲେ ଜଗା ବଳିଆଙ୍କୁ ଚିକିତ୍ସା କରିବା ପାଇଁ ରୋକଠୋକ ମନା କରିଦେଇଥିଲେ ଭୁବନେଶ୍ୱର ଏମ୍ସ କର୍ତୃପକ୍ଷ । ଏହାପରେ କଟକ ଏସସିବି ମେଡିକାଲରେ ଜଗା ବଳିଆଙ୍କ ଚିକିତ୍ସା କରିବାକୁ ନିଷ୍ପତି ନେଇଛନ୍ତି ରାଜ୍ୟ ସରକାର।