ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୧୪୩କୁ ବୃଦ୍ଧି

ଭୁବନେଶ୍ବର ୦୧/୫: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଆକ୍ରାନ୍ତ ବାଲେଶ୍ବରର ଜିଲ୍ଲାର ବୋଲି ସୂଚନା ମିଳିଛି। ଫଳରେ ଓଡିଶାରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୩ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି।

ସୂଚନା ଯୋଗ୍ୟ ଯେ, ଆଜି ସକାଳୁ ସକାଳୁ ବାଲେଶ୍ବର ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବାଲେଶ୍ବରରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୨୦କୁ ବୃଦ୍ଧି ପାଇଛି। ଗତକାଲି ଯାଜପୁର ଜିଲ୍ଳାରୁ ୧୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେଥି ମଧ୍ୟରୁ ୧୦ଜଣ ପୁରୁ​‌ଷ ଆକ୍ରାନ୍ତ ଥିବା ବେଳେ ୭ଜଣ ମହିଳା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୧ଟି ଆକ୍ଟିଭ କେସ୍‌ ରହିଛି । ସେହିପରି କରୋନା ଭାଇରସରୁ ୪୧ଜଣ ସୁସ୍ଥ ହୋଇସାରିଥିବା ବେଳେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି ।

   ସମ୍ବନ୍ଧିତ ଖବର


ସେମିଳିଗୁଡ଼ା ପୋଲିସକୁ ବଡ଼ ସଫଳତା, ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ରାଉରକେଲା ସ୍କର୍ପିଓ ପୋଡି ଘଟଣା; ଗୋମାଂସ ଚାଲାଣ ସନ୍ଦେହରେ ଦୁର୍ବୃତ୍ତ ଜାଳିଥିଲେ ଗାଡି, ଡ୍ରାଇଭର ସମେତ ୪ ଗିରଫ

କଟକ ସହର ପାଇଁ ଆଉ ଏକ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା : ସ୍କିପ୍ସ ପ୍ରୋଜେକ୍ଟରେ ପ୍ରଥମ ଗ୍ରୀଡ୍ ଲୋକାର୍ପିତ

ଲଭ ଜିହାଦକାରୀଙ୍କୁ ଯୋଗୀ ରୋକଠୋକ୍‌ ଶୁଣାଇଲେ ରାମ ନାମ ସତ୍ୟ ହୈ…ସୁଧୁରି ନଗଲେ ହୋଇଯିବ ଶେଷ

ନୀଳଗିରିକୁ ଝାଡଖଣ୍ଡି ହାତୀପଲଙ୍କ ଆଗମନ ଆଶଙ୍କା, ଦନ୍ତା ହାତୀ ଆସିବୁଲି ଫେରିଯିବା ପରେ ବଢିଲା ଚିନ୍ତା…

ଯଦି ଭଗବାନ ବି ମୁଖ୍ୟମନ୍ତ୍ରୀ ହୋଇଯାଆନ୍ତି ତେବେ ୧୦୦ ପ୍ରତିଶତ ଚାକିରି ଦେବାରେ ବିଫଳ ହେବେ: ଗୋଆ ମୁଖ୍ୟମନ୍ତ୍ରୀ