PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜୟପୁର: ଜୟପୁର ସବ୍ ଜେଲରେ ରେଡ୍, ଏସ୍‌ପି ଓ ଉପ ଜିଲ୍ଲାପାଳ ସାମିଲ
  • ||
  • ଆଇପିଏଲ-୧୪: ଆଜି ଖେଳାଯିବ ଦୁଇଟି ମ୍ୟାଚ୍, କୋହଲି-ମୋର୍ଗାନ ଓ ରାହୁଲ-ପନ୍ଥ ମଧ୍ୟରେ ଲଢେ଼ଇ
  • ||
  • ଭୁବନେଶ୍ୱର : ବଦଳିଲା ମୋ ବସ୍‌ ଚଳାଚଳ ସମୟ। ଏଣିକି ସକାଳ ୭ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଚଳାଚଳ କରିବ ମୋ ବସ୍
  • ||
  • ଭୁବନେଶ୍ୱର: ରମାଦେବୀ ଛାତ୍ରୀନିବାସରୁ ୪ ଛାତ୍ରୀ କରୋନା ପଜିଟିଭ୍, ୧୯ ତାରଖ ପୂର୍ବରୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ‌
  • ||
  • ରାଜ୍ୟକୁ ପୁଣି ଫେରିବ ତାତି, ସପ୍ତାହେ ପର୍ଯ୍ୟନ୍ତ ଛଟପଟ କରିବ ଗ୍ରୀଷ୍ମ ପ୍ରକୋପ
  • ||

କରୋନାରେ ଆଖିବୁଜିଲେ ଆଉ ଜଣେ ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୧୯୧୭କୁ ବୃଦ୍ଧି

ଭୁବନେଶ୍ବର ୦୨/୦୩ : ପୁଣି ଓଡ଼ିଶାରେ ମୁଣ୍ଡ ନେଲା କରୋନା।  ୨୪ ଘଣ୍ଟା ମଧ୍ୟରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୧୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ କରୋନା ଆକ୍ରାନ୍ତ ଜଣକ ଖୋର୍ଦ୍ଧା ଜିଲ୍ଲାର ହୋଇଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୭ ହଜାର ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୩୭ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୪ ହଜାର ୬୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୮୩ ଲକ୍ଷ ୬୦ ହଜାର ୧୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି।