ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ: ଦୁଇ ଦିନ ପ୍ରବଳ ବର୍ଷା, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର ୧୬/୮: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ୧୯ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏପଟେ ଏବେ ବି ସକ୍ରିୟ ରହିଛି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଅନେକ ସ୍ଥାନରେ ବନ୍ୟା ସ୍ଥିତି । ବର୍ଷା ଅହୁରି ୨ ଦିନ ହେବ ।

ଆସନ୍ତା ୨୪ ଘଣ୍ଟା ପାଇଁ ଏଥି ସହ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବଲାଙ୍ଗୀର, ଝାରସୁଗୁଡା, ନୂଆପଡା, କେନ୍ଦୁଝର, ସୁନ୍ଦରଗଡ, ଯାଜପୁର, ମାଲକାନଗିରିରେ ସତର୍କ ସୂଚନା ଜାରି କରାଯାଇଛି

ସେହି ସମୟରେ ତଳିଆ ଅଞ୍ଚଳରେ ପାଣି ଜମିବାର ସମ୍ଭାବନା ରହିଛି । ଏହା ସହିତ ମାଟିଘରଗୁଡ଼ିକ କ୍ଷତି ହେବାର ଆଶଙ୍କା ଥିବାରୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି କେନ୍ଦ୍ରାପଡ଼ା, କଟକ, ଯାଜପୁର, ଭଦ୍ରକ, ଢେଙ୍କାନାଳ, ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗୀର ଜିଲ୍ଲାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼,ମାଲକାନଗିରି ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି କେନ୍ଦ୍ର ପୂର୍ବାନୁମାନ କରିବା ସହିତ ଉପରୋକ୍ତ ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ଆର୍‌ ବିଶ୍ୱାସ ସୂଚନା ଦେଇଛନ୍ତି ।

ଅପରପକ୍ଷେ ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି, ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । କାଁ ଭାଁ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୦ ଓ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ ବୋଲି ଡ. ସାହୁ ଆକଳନ କରିଛନ୍ତି ।

   ସମ୍ବନ୍ଧିତ ଖବର


୨୦ ବର୍ଷିୟା ଯୁବତୀ ନାଭିରୁ ଅସ୍ୱାଭାବିକ ଭାବେ ଝରୁଛି ପରିସ୍ରା – ଚିକିତ୍ସାରେ ଅର୍ଥ ସାଜିଛି ବାଧକ

ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ- ଜଗାର ସ୍ୱାସ୍ଥ୍ୟବସ୍ଥା ଭଲ ଅଛି

ସମ୍‌ରେ ଅତ୍ୟାଧୁନିକ ସେଂଟ୍ରାଲ୍ ସ୍କିଲ୍ ଲାବ୍ ଉଦ୍‌ଘାଟିତ

କ୍ୟୁଏସ୍ ଏସିଆ ୟୁନିଭର୍ସିଟି ରାଙ୍କିଙ୍ଗ୍‌ରେ ପୁଣି ଥରେ ଆଗରେ ସୋଆ

୪୩ ମୋବାଇଲ ଆପ୍‌କୁ ଭାରତ ‌ବ୍ୟାନ କରିବା ପରେ ଚୀନ ରାଗରେ ପାଚି ଲାଲ୍, କହିଲା ମିଳିବ କଡା ଜବାବ…

ଦିଲ୍ଲୀ ଦଙ୍ଗାରେ ଥିଲେ ବାଂଲାଦେଶୀ, ରୋହିଙ୍ଗ୍ୟା, ଆଇନ ଶୃଙ୍ଖଳାକୁ ଭାଙ୍ଗିବା ପାଇଁ କରୁଥିଲେ ଷଡଯନ୍ତ୍ର…