PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ୨୪ ଘଣ୍ଟା ପ୍ରଚାର ବ୍ୟାନ୍ କଲେ ନିର୍ବାଚନ କମିଶନର , ନିର୍ବାଚନ ପ୍ରଚାରରେ ବିବାଦୀୟ ଭାଷଣ ପାଇଁ ଲାଗିଲା କଟକଣା
  • ||
  • ସୁଶିଲ ଚନ୍ଦ୍ରା ନୂଆ ମୁଖ୍ୟ ନିର୍ବାଚନ କମିଶନର ନିଯୁକ୍ତ
  • ||
  • ଆଜି ଭୁବନେଶ୍ୱରରୁ ୧୯୦ କରୋନା ପଜିଟିଭ ଟିହ୍ନଟ, କ୍ୱାରେଣ୍ଟାଇନ୍‌ରୁ ୩୮ ଓ ଲୋକାଲ କଣ୍ଟାକ୍ଟରୁ ୧୫୨ସଂକ୍ରମିତ
  • ||
  • ପିପିଲି ଉପନିର୍ବାଚନ ପାଇଁ ଭର୍ଚୁଆଲ ରାଲିରେ ନବୀନ ପଟ୍ଟନାୟକ କରୁଛନ୍ତି ପ୍ରଚାର , ୬ଟି ଜିଲ୍ଲା ପରିଷଦ ଜୋନ୍‌ ପାଇଁ ସିଧା ପ୍ରସାରଣ ବ୍ୟବସ୍ଥା
  • ||
  • କଟକ ଏସ୍‌ସିବିରୁ ହାଇଦର ଫେରାର ଘଟଣା – ହାଇଦର ଫେରାର ପଛରେ ତାର ପରିବାର ଲୋକଙ୍କ ହାତ ଅଛି, ମଙ୍ଗଳାବାଗ ଥାନାରେ ଏତଲା ଦେଲେ ଗ୍ୟାଙ୍ଗଷ୍ଟରକୁ ଜଗୁଥିବା ନିଲମ୍ୱିତ କନଷ୍ଟେବଲ ମହମ୍ମଦ ମୌସିମ୍,‌
  • ||
  • ଭାରତରେ ରୁଷ୍ ଟିକା ସ୍ପୁଟ୍‌ନିକ୍ –V କୁ ମଞ୍ଜୁରୀ , ବିଶେଷଜ୍ଞ କମିଟି ବୈଠକରେ ନିଆଗଲା ନିଷ୍ପତ୍ତି, ମାନବ ଦେହରେ ବ୍ୟବହାର ପାଇଁ ଅନୁମତି
  • ||
  • ବଲାଙ୍ଗୀର ଓ କଳାହାଣ୍ଡି ବିଶ୍ବବିଦ୍ୟାଳୟ ପାଇଁ ୨ ଜଣ ନୂଆ କୁଳପତିଙ୍କୁ ମିଳିଲା ନିଯୁକ୍ତି
  • ||
  • ଭୁବନେଶ୍ୱର: କ୍ୟାବିନେଟ୍ ବୈଠକରେ ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭଞ୍ଜନଗର: ଭାଲୁ ଆକ୍ରମଣରେ ବାଘୁଆପଲ୍ଲୀ ଗ୍ରାମର ୪ ଜଣ ଗୁରୁତର ଆହତ
  • ||
  • ଢେଙ୍କାନାଳ: ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଖୋଜାଖୋଜି ପରେ ଉଦ୍ଧାର ହେଲା ମୃତହେଦ
  • ||
  • କଟକ: ନିଆଳିର ଏକ ବିଲରୁ ଏକ ମୃତଦେହ ଉଦ୍ଧାର
  • ||
  • ଗଜପତି ଜିଲ୍ଲାର ସମସ୍ତ ସୀମା ସିଲ, ବାହାରୁ ଆସୁଥିବା ଲୋକଙ୍କ ଉପରେ କଡା ନଜର
  • ||
  • ଭୁବନେଶ୍ୱର: ଆଜି ପହଞ୍ଚିବ ୨ ଲକ୍ଷ ୭୧ ହଜାର ଟିକା
  • ||
  • ଜଗନ୍ନାଥପୁର ଛକ ପୁକୁଡ଼ିବନ୍ଧ ଜଙ୍ଗସନ୍ରୁ ୯୨୦ କିଲୋ ଗଞ୍ଜେଇ ଧରିଲା ଅବକାରୀ ବିଭାଗର ସ୍ଵତନ୍ତ୍ର ୱିଙ୍ଗ, ୮ ଗିରଫ, ଟ୍ରକ୍ ଓ ମ୍ୟାକ୍ସପିକ୍ପ ଜବତ
  • ||
  • ବୀରମହାରାଜପୁର: ଚନ୍ଦଲି ରାସ୍ତା କଡ଼ରୁ ନବଜାତ ଶିଶୁ ପୁତ୍ର ଉଦ୍ଧାର, ଡାକ୍ତରଖାନାରେ ଭର୍ତ୍ତି
  • ||
  • ନୀଳଗିରି: ଅଭୟାରଣ୍ୟ ଭିତରୁ ଜଣେ ଶିକାରୀ ଗିରଫ,ମାରଣାସ୍ତ୍ର ଜବତ, ଖସିଗଲେ ୩ଜଣ ଶିକାରୀ…
  • ||
  • କଟକ: ଚାଉଳିଆଗଞ୍ଜ ଥାନାରେଆତ୍ମସମର୍ପଣ କଲା ହାଇଦର ସହଯୋଗୀ ୟାକୁବର
  • ||
  • ନୀଳଗିରି: କୂଳଡିହା ଅଭୟାରଣ୍ୟ ସୀମାନ୍ତରୁ ବିରାଟକାୟ ହରିଣ କ୍ଷତବିକ୍ଷତ ଉଦ୍ଧାର କଲେ ଗ୍ରାମବାସୀ
  • ||
  • କଟକ: ହଷ୍ଟେଲ ଭିତରେ ପଶି ନର୍ସିଂ ଛାତ୍ରୀଙ୍କୁ ତଡୁଛି ପୁଲିସ, ଏସସିବି ବିଏସି ନର୍ସିଂ କଲେଜରେ ଉତ୍ତେଜନା
  • ||
  • ନୀଳଗିରି: ଅସନବଣି ଅଞ୍ଚଳରୁ ଉଦ୍ଧାର ହେଲା ୧୫ ଫୁଟ୍ ଲମ୍ବର ଅହିରାଜ ସାପ
  • ||

ଏକତରଫା ପ୍ରେମରୁ ଯୁବକଙ୍କ ପାଗଳାମୀ: ଯୁବତୀଙ୍କ ମୁଣ୍ଡକୁ କାଠ ଫାଳିଆରେ ପିଟି ଫଟାଇ ଦେଲା ପ୍ରେମିକ, ବାନ୍ଧିଲା ପୁଲିସ

ଭୁବନେଶ୍ୱର,୨୬/୦୨: ଯୁବତୀଙ୍କୁ ଏକତରଫା ପ୍ରେମ କରୁଥିଲା । ଅନ୍ୟ ଜଣେ ଯୁବକଙ୍କ ସହ ସଂପୃକ୍ତ ଯୁବତୀ ସଂପର୍କ ରଖିବାରୁ ରାଗି ଗଲା । କାଠ ଫାଳିଆରେ ପିଟି ମୁଣ୍ଡ ଫଟାଇ ଦେଲା । ଏଭଳି ଜଣେ ପ୍ରେମିକକୁ ନୂଆପଲ୍ଲୀ ଥାନା ପୁଲିସ ଗିରଫ କରିଛି । ତାଙ୍କ ନାମ ଦଣ୍ଡୁ ହେମ୍ବ୍ରମ (୨୦) । ଘର ମୟୂରଭଞ୍ଜ । ସେ ସାଲିଆସାହି ନୀଳଚକ୍ରନଗର ବସ୍ତିରେ ରହୁଥିଲା ।

ପୁଲିସ ସୂଚନା ଅନୁଯାୟୀ, ସାଲିଆସାହି ଦିଶା ନଗରର ପ୍ରିୟଙ୍କା (ଛଦ୍ମନାମ) ନାମ୍ନୀ ଜଣେ ଯୁବତୀଙ୍କୁ ଦଣ୍ଡୁ ଏକତରଫା ପ୍ରେମ କରୁଥିଲା । ପ୍ରିୟଙ୍କା ଅନ୍ୟ କେଉଁ ଯୁବକଙ୍କ ସହ କଥା ହେଲେ ତା ଦେହରେ ଯାଉ ନଥିଲା। ଗତ ୨୩ ତାରିଖ ରାତି ୧୦ଟା ବେଳେ ପ୍ରିୟଙ୍କା ନିକଟସ୍ଥ ଜଣେ ଯୁବକଙ୍କ ଘରକୁ ଯାଉଥିବା ଦେଖି ଦଣ୍ଡୁ ତାଙ୍କୁ ବାଟରେ ଅଟକାଇ ଗାଳିଗୁଲଜ କରିଥିଲା । ସେ ପ୍ରତିବାଦ କରିବାରୁ ପାଖରେ ପଡ଼ିଥିବା ଏକ କାଠ ଫାଳିଆ ଆଣି ପ୍ରିୟଙ୍କାଙ୍କ ମୁଣ୍ଡକୁ ପିଟି ଦେଇଥିଲା । ପ୍ରିୟଙ୍କାଙ୍କ ମୁଣ୍ଡରୁ ପ୍ରଚୁର ରକ୍ତଶ୍ରାବ ହୋଇ ସେ ସେହିଠାରେ ପଡ଼ି ଯାଇଥିଲେ । ଏହାଦେଖି ଦଣ୍ଡୁ ସେଠାରୁ ଫେରାର୍‌ ହୋଇ ଯାଇଥିଲା । ପାଖ ପଡ଼ୋଶୀମାନେ ପ୍ରିୟଙ୍କାଙ୍କ ଚିତ୍କାର ଶୁଣି ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ହସ୍ପିଟାଲ୍‌ ନେଇଥିଲେ । ଗତକାଲି ଏନେଇ ପ୍ରିୟଙ୍କା ନୂଆପଲ୍ଲୀ ଥାନାରେ ଅଭିଯୋଗ କରିବା ପରେ ପୁଲିସ ଏକ ମାମଲା ରୁଜୁକରି ତଦନ୍ତ ଚଳାଇ ଥିଲା । ଆଜି ସକାଳେ ପୁଲିସ ଦଣ୍ଡୁକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଜାମିନ ନାମଞ୍ଜୁର ହେବାରୁ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି ।

ସମ୍ବନ୍ଧିତ ଖବର