PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁନ୍ଦରଗଡ଼: ପୁଲିସ ପଞ୍ଝାରେ ଆନ୍ତରାଜ୍ୟ ଡକାୟତି ଗ୍ୟାଙ୍ଗ, ଧରିଲା ବୀରମିତ୍ରପୁର ପୋଲିସ
  • ||
  • ବୌଦ୍ଧ: ବିଦ୍ୟୁତ ଆଘାତରେ ଟଳିପଡିଲେ ଯୁବକ, କଣ୍ଟାମାଳ ବ୍ଲକ ତେନ୍ତୁଳୀଖୁଣ୍ତି ଗ୍ରାମରୁ ଆସିଲା ଦୁଃଖଦ ଖବର
  • ||
  • ବୁର୍ଲା: ରୋଗୀ ସମ୍ପର୍କୀୟଙ୍କୁ ବାରମ୍ବାର ଲୁଟ କରୁଥିବା ୪ ଜଣିଆଁ ଡ଼କାୟତ ଗ୍ୟାଙ୍ଗକୁ ଗିରଫ କଲା ବୁର୍ଲା ପୁଲିସ…
  • ||
  • ରାଜନଗର: ଅଗଷ୍ଟ ୫ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା, ରାତ୍ରୀଯାପନ ପାଇଁ ମିଳିବନି ଅନୁମତି…
  • ||
  • ସହିଦ ସପ୍ତାହରେ ମାଲକାନଗିରି ଜିଲ୍ଲା ସୀମାନ୍ତରେ ଗୁଳିବିନିମୟ ଜଣେ ହାର୍ଡକୋର ମାଓବାଦୀ ମୃତ
  • ||
  • ମାଲକାନଗିରି: ସହିଦ ସପ୍ତାହରେ ମାଲକାନଗିରି ଜିଲ୍ଲା ସୀମାନ୍ତରେ ମାଓ ଓ ଯବାନଙ୍କ ମଧ୍ୟରେ ଗୁଳିବିନିମୟ, ଜଣେ ହାର୍ଡକୋର ମାଓବାଦୀ ନିହତ
  • ||
  • ବଲାଙ୍ଗୀର: ଆତ୍ମସମର୍ପଣ କଲା କେକେବିଏନ ଡିଭିଜନର କ୍ୟାଡରର ମାଓବାଦୀ
  • ||
  • ବ୍ରହ୍ମପୁର: ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟ ଉଦଘାଟିତ, ଦାୟିତ୍ୱ ନେଲେ ଭାରପ୍ରାପ୍ତ କୁଳପତି
  • ||
  • ଭୁବନେଶ୍ୱର: କେନ୍ଦ୍ରାପଡ଼ାର ରସାବଳିକୁ ଜିଆଇ ଟ୍ୟାଗ ମାନ୍ୟତା ଦାବି, କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ଭେଟି ଦାବି କଲେ ମୁନ୍ନା ଖାଁ, ସୁବାସ ସିଂ, ମମତା ମହନ୍ତ
  • ||
  • ଭୁବନେଶ୍ୱର: ଥମୁନି କରୋନ ମୃତ୍ୟୁ, ଆଉ ୬୪ ଜଣଙ୍କ ଜୀବନ ନେଲା ମହାମାରୀ
  • ||
  • ଯଶିପୁର ନିକଟସ୍ଥ ବଡ଼ବିଲ କୁଆବଣି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗାଡି ଚକତଳେ ଚାପିହୋଇ ଯୁବକଙ୍କ ମୃତ୍ୟୁ…
  • ||
  • ପୁରୀ: ହଟିବ ଜଗା ଦର୍ଶନ କଟକଣା ! ଅଗଷ୍ଟ ୪ରେ ଶ୍ରୀମନ୍ଦିର ସମନ୍ୱୟ କମିଟି ବୈଠକ
  • ||
  • ଭୁବନେଶ୍ୱର: ଓଡ଼ିଶା ସହ ୧୦ ରାଜ୍ୟ ବଢ଼ାଉଛି ଚିନ୍ତା, ୪୬ ଜିଲ୍ଲାରେ ୧୦%ରୁ ଅଧିକ ଟିପିଆର
  • ||
  • ଭୁବନେଶ୍ୱର: ଓଡ଼ିଶାରେ କୁମିଛି ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୩୭ କୋଭିଡ୍ ପଜିଟିଭ
  • ||

କଂଗ୍ରେସ ପାଇଁ ଓଆରଓପି ଅର୍ଥ ‘ଓନ୍‌ଲି ରାହୁଲ, ଓନ୍‌ଲି ପ୍ରିୟଙ୍କା’: ଶାହ

ଶିମଲା,୨୮ ।୧(ଏଜେନ୍ସି): କଂଗ୍ରେସ ପାଇଁ ଓଆରଓପି ଅର୍ଥ ହେଉଛି ‘ଓନ୍‌ଲି ରାହୁଲ, ଓନ୍‌ଲି ପ୍ରିୟଙ୍କା । ସେନାରେ ଲାଗୁ ହୋଇଥିବା ଓଆରଓପି (ୱାନ ର‌୍ୟାଙ୍କ ୱାନ ପେନ୍‌ସନ)ର ଏଭଳି ଅର୍ଥ ଅର୍ଥ ବାହାର କରି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ କରିଛନ୍ତି । ନିକଟରେ କଂଗ୍ରେସ ଅଧ୍ୟକ୍ଷ ରାହୁଲଙ୍କ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ସକ୍ରିୟ ରାଜନୀତିରେ ପ୍ରବେଶ କରିବା ଓ ତାଙ୍କୁ ଦଳର ସାଧାରଣ ସମ୍ପାଦକ ନିଯୁକ୍ତ କରାଯିବା ସହ ଉତ୍ତରପ୍ରଦେଶର ପୂର୍ବାଞ୍ଚଳ ଦାୟିତ୍ୱ ଦେବା ପରିପ୍ରେକ୍ଷୀରେ ଶାହା ଏକଥା କହିଛନ୍ତି । ସହିଦ ଭୂମି ଭାବେ ପରିଚିତ ହିମାଚଳ ପ୍ରଦେଶର ହମିରପୁରଠାରେ ଆୟୋଜିତ ବିଜେପି କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଉଦ୍‌ବୋଧନ ଦେଇ ଶାହ କହିଲେ ଯେ ଓଆରଓପି ଲାଗୁ କରିବା ଲାଗି ପୂର୍ବତନ ସୈନିକମାନେ ବହୁଦିନ ହେଲା ଦାବି କରିଆସୁଥିଲେ । ଗତ ୭୦ ବର୍ଷ ହେଲା ସେମାନଙ୍କ ଦାବି ପ୍ରତି କେହି କର୍ଣ୍ଣପାତ କରୁନଥିଲେ । ବାସ୍ତବରେ କେନ୍ଦ୍ରରେ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ସରକାର କ୍ଷମତାକୁ ଆସିବା ପରେ ଓଆରଓପି ଲାଗୁ କରିଛନ୍ତି ।