PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

ଚିଦାମ୍ବରମଙ୍କ ନୂଆ ଠିକଣା ଏବେ ତିହାର ଜେଲ୍; ପ୍ରଥମ ରାତି କାହିଁକି ଅଭୁଲା ସ୍ମୃତି ହୋଇ ରହିବ ଜାଣନ୍ତୁ

ନୂଆଦିଲ୍ଲୀ ୬।୯: ଆଇଏନଏକ୍ସ ମିଡିଆ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି ଚିଦାମ୍ବରମଙ୍କ ନୂଆ ଠିକଣା ଏବେ ତିହାର ଜେଲ। ଗୁରୁବାର ସନ୍ଧ୍ୟାରେ ଦିଲ୍ଲୀର ସ୍ୱତନ୍ତ୍ର ସିବିଆଇ ଅଦାଲତ ଚିଦାମ୍ବରମଙ୍କୁ ସେପ୍ଟେମ୍ବର ୧୯ ଯାଏ ତିହାର ଜେଲକୁ ପଠାଇ ଦେଇଛନ୍ତି।

ତେବେ ଦେଶର ଏହି ପୂର୍ବତନ ଅର୍ଥ ଓ ଗୃହମନ୍ତ୍ରୀ ଚିଦାମ୍ବରମ ତିହାର ଜେଲର ୱାର୍ଡ ନଂ ୭ରେ ପ୍ରଥମ ରାତି କେମିତି କାଟିଲେ, ସେକଥା ଏବେ ସାମ୍ନାକୁ ଆସିଛି। ମିଳିଥିବା ସୂଚନା ଅନୁଯାୟୀ, ତିହାର ଜେଲକୁ ଯିବା କ୍ଷଣି ଚିଦାମ୍ବରମ ପୂରା ଅସ୍ତବ୍ୟସ୍ତ ହୋଇଯାଇଥିଲେ। ସେ ରାତି ତମାମ ନ ଶୋଇ କେବଳ ବସି ରହିଥିଲେ। ଜେଲ କର୍ତ୍ତୃପକ୍ଷ ତାଙ୍କୁ ଗୋଟିଏ ତକିଆ ଓ ଚାଦର ଦେଇଥିଲେ। ହେଲେ ସେ ଏହାକୁ ବ୍ୟବହାର କରି ନଥିଲେ। ସେହିପରି ସେଲ୍‌ରେ ଥିବା ପାଣି ପାତ୍ରରୁ ଚିଦାମ୍ବରମ ଆଦୌ ପାଣି ପାଇ ନଥିଲେ। ସେ ପ୍ୟାକେଟ୍ ପାଣି କିଣି ପିଇବାକୁ ଚାହିଁଥିଲେ। ଜେଲ କର୍ତ୍ତୃପକ୍ଷ ମଧ୍ୟ ତାଙ୍କୁ ଏହା ଯୋଗାଇ ଦେଇଥିବା ଜଣାପଡ଼ିଛି।

ନିୟମ ଅନୁଯାୟୀ, ଆଜି ସକାଳ ୬ଟାରୁ ହିଁ ଚିଦାମ୍ବରମଙ୍କୁ ଜଳଖିଆ ଦିଆଯାଇଥିଲା। ପ୍ରଥମେ ଚା’ ତା’ ପରେ ଜେଲ ମେନ୍ୟୁରେ ଥିବା ରୁଟି, ପୋହା ଓ ଚୁଡ଼ା ଗୁଣ୍ଡ ଦିଆଯାଇଥିଲା। ଜେଡ୍‌ ସୁରକ୍ଷା ପାଉଥିବା ଚିଦାମ୍ବରମଙ୍କୁ ତିହାର ଜେଲରେ କୌଣସି ସ୍ୱତନ୍ତ୍ର ସୁବିଧା ସୁଯୋଗ ଗତକାଲି ଦିଆଯାଇ ନାହିଁ। ତେବେ ସେ ଚାହିଁଲେ ନିଜ ସେଲ୍‌ ବାହାରେ ଚଲାବୁଲା କରିପାରିବେ ଓ ତାଙ୍କ ସେଲକୁ ଦିଆଯାଉଥିବା ଖବରକାଗଜ ପଢ଼ିପାରିବେ।

ଗତକାଲି ଚିଦାମ୍ବରମଙ୍କ ଓକିଲ କପିଲ ଶିବଲ କୋର୍ଟରେ ଏକାଧିକ ଦାବି ଉପସ୍ଥାପନ କରିଥିଲେ। ଚିଦାମ୍ବରଙ୍କୁ ଜେଲରେ ୱେଷ୍ଟର୍ଣ୍ଣ ଟଏଲେଟ, ସ୍ୱତନ୍ତ୍ର ଚଷମା ଓ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦେବାକୁ ସେ କୋର୍ଟଙ୍କୁ ନିବେଦନ କରିଥିଲେ। କୋର୍ଟ ମଧ୍ୟ ଏଥିରେ ସହମତି ପ୍ରକାଶ କରିଥିଲେ। ଚିଦାମ୍ବରମ ଚାହିଁଲେ ଅନ୍ୟ କଏଦୀଙ୍କ ଭଳି ଟିଭି ଦେଖି ପାରିବେ ଏବଂ ଜେଲ ଲାଇବ୍ରେରୀକୁ ବ୍ୟବହାର କରିପାରିବେ ବୋଲି ମଧ୍ୟ କୋର୍ଟ କହିଥିଲେ।

ସୂଚନାଯୋଗ୍ୟ ଯେ, ଆଇଏନଏକ୍ସ ମିଡିଆ ମାମଲାରେ ସିବିଆଇ ପି. ଚିଦାମ୍ବରମ୍‌ଙ୍କୁ ୨୨ ଅଗଷ୍ଟରେ ଗିରଫ କରିଥିଲା । ଏହାପରେ ସେ ୫ ସେପ୍ଟେମ୍ବର ପର୍ଯ୍ୟନ୍ତ ସିବିଆଇ ରିମାଣ୍ଡରେ ରହିଥିଲେ । ଏହାପରେ ତାଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇଦିଆଯାଇଛି ।

ସମ୍ବନ୍ଧିତ ଖବର