PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ବହୁ ଚର୍ଚ୍ଚିତ ବୁଲିବାଇ ଆପ୍ ମାମଲା, ଭୁବନେଶ୍ଵରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ମାଲକାନଗିରି : ଦାନ୍ତେୱାଡାରେ ଏନକାଉଣ୍ଟର, ହାର୍ଡକୋର୍ ମାଓନେତା ମୁଇଆ ମାଡକାମ ନିହତ
  • ||
  • ବାଲିପାଟଣା : କଟନି ଛଟନୀକୁ ବିରୋଧ କରି ଚାଷୀଙ୍କ ରାସ୍ତାରୋକ
  • ||
  • ରାୟଗଡ଼ା : ବିଷାକ୍ତ ମଦ୍ୟପାନ କରି ଦୁଇ ଭାଇଙ୍କ ମୃତ୍ୟୁ ଅଭିଯୋଗ
  • ||
  • କାମାକ୍ଷାନଗର : ସାହି ଭିତରେ ପଶି ଆକ୍ରମଣ କଲା ଜଙ୍ଗଲୀ ବାରହା, ୬ ଆହତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର: ଆଇସିୟୁରେ ରୋଗୀ ନାହାଁନ୍ତି, ଅକ୍ସିଜେନ୍‌ର ଆବଶ୍ୟକତା ନାହିଁ, ସ୍ଥିତି ନିୟନ୍ତ୍ରଣାଧୀନ : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • କଟକ : ଲିଙ୍ଗ ନିରୂପଣ ମାମଲାରେ ଦୁଇ ଦଲାଲ୍‌ ଗିରଫ, ଦେଢ଼ ହଜାର କମିସନ୍‌ ରଖି ମହିଳାଙ୍କୁ ପଠାଉଥିଲେ
  • ||
  • ଚୌଦ୍ଵାର : ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼, ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟିନେଲେ ୩ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୦,୩୬୮ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର : ବଦଳିଲା ପାଗ, ଆସନ୍ତାକାଲିଠୁ ପୁଣି ବର୍ଷିବ
  • ||

ପଦ୍ମଶ୍ରୀ ନନ୍ଦ ସାର୍ ଅସୁସ୍ଥ, ସହି ପାରିଲେନି ପୁଅ ଉପରେ ଆକ୍ରମଣ ହୋଇଥିବା ଖବର

ସୁକିନ୍ଦା, ୨୯/୧୧ : ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ଅସୁସ୍ଥ। ସେ ଗତ ରବିବାର ଠାରୁ ଅସୁସ୍ଥ ଥିବା ବେଳେ ଆଜି ତାଙ୍କୁ ସୁକିନ୍ଦା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଜମିବାଡି କଳହକୁ କେନ୍ଦ୍ରକରି ରବିବାର ଅପରାହ୍ଣରେ ପଡୋଶୀ ଲକ୍ଷ୍ମଣ ମଲ୍ଲିକଙ୍କ ପରିବାର ଲୋକେ ନନ୍ଦ ସାରଙ୍କ ବଡ଼ ପୁଅଙ୍କ ଉପରକୁ ଆକ୍ରମଣ କରିଥିଲେ। ଏଥିରେ ତାଙ୍କର ଡାହାଣ ହାତଟି ଭାଙ୍ଗି ଯାଇଛି। ସେ ଏବେ ଢେଙ୍କାନାଳ ଜିଲ୍ଲା ସ୍ଵାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି।

ଏହି ଖବର ସୋମବାର ସକାଳେ ନନ୍ଦ ସାର ଜାଣିବାକୁ ପାଇଥିଲେ। ରବିବାର ଠାରୁ ନନ୍ଦସାରଙ୍କ ସ୍ଵାସ୍ଥ୍ୟାବସ୍ଥା ଭଲ ନଥିବାରୁ ବଡ଼ ପୁଅ ଉପରେ ଆକ୍ରମଣ ଖବର ଶୁଣିବା ପରେ ସେ ଆହୁରି ଅସୁସ୍ଥ ହୋଇପଡିଛନ୍ତି। ଫଳରେ ନନ୍ଦ ସାରଙ୍କୁ ସୁକିନ୍ଦା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଗୋଷ୍ଠୀ ସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ଜୟଦେବ ନନ୍ଦ ଓ ଡାକ୍ତର ସତ୍ୟନାରାୟଣ ନନ୍ଦ ସାରଙ୍କୁ ତୁରନ୍ତ ଚିକିତ୍ସା କରିଥିଲେ। ଏବେ ସାରଙ୍କ ଅବସ୍ଥା ସ୍ଥିର ଥିବା ଡାକ୍ତର ସୂଚନା ଦେଇଛନ୍ତି।