PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : CHSE ଅଫିସରେ ସମ୍ମୁଖରେ ହାତ କାଟିଲେ ଛାତ୍ରୀ, ହସ୍ପିଟାଲରେ ଭର୍ତ୍ତି
  • ||
  • ସମ୍ବଲପୁର : ଭିଜିଲାନ୍ସ ପଞ୍ଝାରେ OCCL ସିନିୟର ମ୍ୟାନେଜର, ଆୟ ବର୍ହିଭୁକ୍ତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ଗଞ୍ଜାମ: ରାତି ଅଧରେ ବିଭତ୍ସ ହତ୍ୟା, ଶୋଇଥିବା ବେଳେ ଯୁବକଙ୍କୁ ହାଣିବା ପରେ ମୁହଁକୁ ପଥରରେ ଛେଚି ହତ୍ୟା
  • ||
  • ଖୋର୍ଦ୍ଧା: ସଦର ଥାନା ତାପଙ୍ଗ ଗ୍ରାମରେ ଖୁଦୁରୁକୁଣୀକୁ ନେଇ ଗଣ୍ଡଗୋଳ ଜଣକୁ ହତ୍ୟା
  • ||
  • ଭୁବନେଶ୍ୱର: ୨୪ ଘଣ୍ଟା ମଧ୍ୟରେ ଆଉ ୫୧୦ ଜଣ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ପାର୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୪୧କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ଖୋଲା ଡ୍ରେନ୍‌ରେ ଛାତ୍ର ଭାସିଯିବା ଘଟଣା, ୧୮ ଘଣ୍ଟା ପରେ ଠାବ ହେଲା ରାଜାଙ୍କ ମୃତଦେହ
  • ||
  • ବୁର୍ଲା : ଭିସୁଟ୍‌ରେ ପଶିଲା କରୋନା, କୁଳପତିଙ୍କ ସମେତ ୨ ଛାତ୍ର ଆକ୍ରାନ୍ତ ଚିହ୍ନଟ
  • ||
  • ଭୁବନେଶ୍ୱର : ଆଗାମୀ ୧୦ ଦିନ ମଧ୍ୟରେ ବଙ୍ଗୋପସାଗରରେ ଏକାଧିକ ଘୁର୍ଣ୍ଣିବଳୟର ସୃଷ୍ଟି, ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||
  • ଅନୁଗୁଳ : ବନ୍ଦ କ୍ୱାର୍ଟର୍ସରେ ଲୁଚାଇ ରଖିଥିଲେ, ଏକ୍ସପାରି ହେବା ପରେ ରାତାରାତି ଗାଡ଼ି ଗାଡ଼ି ଔଷଧ ଫିଙ୍ଗି ଦେଲେ…
  • ||
  • ପୁରୀ : ଆଜି ଶ୍ରୀମନ୍ଦିରରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା
  • ||
  • ପିପିଲି : ଆଜିଠୁ ଜମିବ ଉପନିର୍ବାଚନ ପ୍ରଚାର, ମଇଦାନକୁ ଓହ୍ଲାଇବେ ତିନି ଦଳର ଷ୍ଟାର ପ୍ରଚାରକ
  • ||

ପାକିସ୍ତାନ ବୈଦେଶିକ ମନ୍ତ୍ରୀଙ୍କ ମନଗଢା କାହାଣୀ, ୧୬ରୁ ୨୦ ମଧ୍ୟରେ ଭାରତ ପୁଣିଥରେ କରିପାରେ ଆକ୍ରମଣ

ଇସଲାମାବାଦ,୭।୪: ଭାରତ ବିରୋଧରେ ପୁଣିଥରେ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଶାହା ମେହମ୍ମୁଦ କ୍ୟୁରେସୀ ଆଣିଛନ୍ତି ମନଗଢା ଅଭିଯୋଗ। ସେ କହିଛନ୍ତି ଭାରତୀୟ ସେନା ପାକିସ୍ତାନ ଉପରେ ଆକ୍ରମଣ କରିବା ପାଇଁ ପ୍ରସ୍ତୁତି ଚଳାଇଛନ୍ତି, ଆଉ ଏହାର ସଠିକ୍ ଖବର ତାଙ୍କ ପାଖରେ ରହିଛି। କ୍ୟୁରେସିଙ୍କ କହିବା ଅନୁସାରେ ଭାରତରେ ଚାଲିଥିବା ନିର୍ବାଚନ ମଧ୍ୟରେ ଅପ୍ରେଲ ତୃତୀୟ ସପ୍ତାହରେ ଭାରତୀୟ ସେନା ପାକିସ୍ତାନ ବିରୋଧରେ ସାମରିକ କାର୍ଯ୍ୟାନୁଷ୍ଠାନ ନେବ। ଯାହାଫଳରେ ଚଳିତ ମାସ ୧୬ରୁ ୨୦ ମଧ୍ୟରେ ଭାରତ ପାକିସ୍ତାନ ଉପରେ ଆକ୍ରମଣ କରିବାକୁ ଯୋଜନା କରିଛି।

କେବଳ ସେତିକି ନୁହେଁ ମେହମ୍ମୁଦ ଏହି ଆକ୍ରମଣରୁ ରକ୍ଷା କରିବା ପାଇଁ  ଅନ୍ତର୍ଜାତୀୟ ସମୂହଙ୍କୁ ନିବେଦନ ମଧ୍ୟ କରିଛନ୍ତି।ଶାହା ମେହମ୍ମୁଦ କ୍ୟୁରେଶୀ ଏକ ସାମ୍ବାଦିକ ସମ୍ମିଳନୀରେ ଭାରତ ବିରୋଧରେ ଏଭଳି ଭିତ୍ତିହୀନ ଅଭିଯୋଗ ଆଣିଛନ୍ତି।  ସେ କହିଛନ୍ତି ଯେ ପାକିସ୍ତାନ ଉପରେ ଆକ୍ରମଣ କରିବା ପାଇଁ ଭାରତ ଏକ ନୂଆ ଯୋଜନା ପ୍ରସ୍ତୁତ କରିଛି। ଏ ସମ୍ପର୍କରେ ଆମ ପାଖରେ  ଉପଯୁକ୍ତ ପ୍ରମାଣ ରହିଛି। ପାକିସ୍ତାନ ଏହି ସୂଚନା ମିଳିତ ଜାତିସଂଘ ସୁରକ୍ଷା ପରିଷଦର ପାଞ୍ଚ ସ୍ଥାୟୀ ସଦସ୍ୟଙ୍କୁ ଦେଇଛି।ଉଲ୍ଲେଖଯୋଗ୍ୟ ଯେ ପୁଲୱାମା ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଥିଲା।  ଏହି ଘଟଣା ପରେ ଭାରତ ପାକିସ୍ତାନ ମଧ୍ୟରେ ଏବେବି ଉତ୍ତେଜନାପୂର୍ଣ୍ଣ ସ୍ଥିତି ଜାରି ରହିଛି

ସମ୍ବନ୍ଧିତ ଖବର