PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର: ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ନେଇ ସନ୍ଦେହ
  • ||
  • ବଲାଙ୍ଗୀର: କପଡ଼ା ବ୍ୟବସାୟୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର, ପରିବାର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ଲମତାପୁଟରେ ଅଟୋ ସହ ୨ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ରାଜ୍ୟରେ ସାମନ୍ୟ ହ୍ରାସ ପାଇଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୭୫୭ ଜଣ ପଜିଟିଭ, ୨୨ ଜୀବନ ନେଲା କରୋନା
  • ||
  • ଚୌଦ୍ଵାର : ଟ୍ରକକୁ ପଛ ପଟୁ ପିଟିଲା ସ୍କୁଟି, ମହିଳା ଗୁରୁତର
  • ||
  • ରେଙ୍ଗାଲି : ହାଇୱାରେ ପିଟିହେଲା କାର୍‌ : ମା’ ଝିଅ ମୃତ, ପୁଅ ଗୁରୁତର
  • ||
  • ଭୁବନେଶ୍ୱର : ଆଜି ବସିବ ସର୍ବଦଳୀୟ ବୈଠକ, କୋଭିଡ୍‌ ମୁକାବିଲା ପାଇଁ ସହଯୋଗ ଲୋଡ଼ିବେ ସରକାର
  • ||
  • ଭୁବନେଶ୍ୱର : ଆସନ୍ତା ୪ରୁ ୫ଦିନ ପାଗ ଶୁଖିଲା, ବଢ଼ିବ ତାତି, ଆଜି କାଁ ଭାଁ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ସମ୍ଭାବନା
  • ||
  • ପୁରୀ : ଜୁନ ୧୫ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ, ପ୍ରଭାବିତ ହେବ ତିନିପର୍ବ
  • ||

ଭାରତକୁ ଯୁଦ୍ଧର ଧମକ ଦେଲେ ପାକିସ୍ତାନୀ ମନ୍ତ୍ରୀ

ଇସଲାମାବାଦ, ୧୪|୧୨:  ବିବାଦିତ ବୟାନକୁ ନେଇ ସଦାବେଳେ ଚର୍ଚ୍ଚାରେ ରହୁଥିବା ପାକିସ୍ତାନୀ ମନ୍ତ୍ରୀ ଶେଖ୍ ରସିଦ ଅହମ୍ମଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟ ଦେଇଛନ୍ତି। ଏପରିକି ସେ ଭାରତକୁ ଯୁଦ୍ଧ ଧମକ ମଧ୍ୟ ଦେଇଛନ୍ତି।

ଶେଖ୍ ରସିଦ କହିଛନ୍ତି ଯେ, ମୋଦୀ ଓ ହିଟଲର-ମୁସୋଲିନୀଙ୍କ ମଧ୍ୟରେ କୌଣସି ଫରକ ନାହିଁ। ଭାରତୀୟ ମୁସଲିମଙ୍କ ପାଇଁ ସୃଷ୍ଟି ହେଉଥିବା ସମସ୍ୟା ପାକିସ୍ତାନ ଓ ଭାରତ ମଧ୍ୟରେ ଯୁଦ୍ଧର ରୂପ ନେବ। ପାକିସ୍ତାନ ସର୍ବଦା କାଶ୍ମୀର ଓ ଭାରତୀୟ ମୁସଲମାନଙ୍କ ସହ ରହିଛି।

ପୂର୍ବରୁ ମଧ୍ୟ ଭାରତ ଓ ପାକିସ୍ତାନ ଯୁଦ୍ଧ ହେଲେ ଉପ ମହାଦ୍ୱୀପ ଏଥିରେ ସାମିଲ ହେବ ବୋଲି ରସିଦ କହିଥିଲେ। ଏପରିକି କରତାରପୁର କରିଡର ଇମରାନ ଖାନଙ୍କର ନୁହେଁ ବରଂ ସେନା ମୁଖ୍ୟ ବାଜଓ୍ୱାଙ୍କ ପ୍ରକଳ୍ପ ବୋଲି ମଧ୍ୟ ସେ ସୂଚନା ଦେଇଥିଲେ।

ସମ୍ବନ୍ଧିତ ଖବର