PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

୬ ଦିନ ହେବ ପାଣି ଘେରରେ ଲୋକେ, ଗାଁକୁ ପଡ଼ୁନି ପ୍ରଶାସନ ଅଧିକାରୀଙ୍କ ପାଦ

ବାସୁଦେବପୁର, ୦୧/୦୬ : ବାତ୍ୟା ଛାଡ଼ିବାକୁ ବିତିଲାଣି ୬ ଦିନ । ହେଲେ ସରିନି ଲୋକଙ୍କ ଦୁର୍ଦ୍ଦଶା। ଏବେବି ପାଣି ଘେରରେ ରହୁଛନ୍ତି ଲୋକେ। ବାସୁଦେବପୁର ବ୍ଲକର ବିଭିନ୍ନ ପଞ୍ଚାୟତ ଏବେ ପାଣି ଘେରରେ ରହିଛି। ଦୀର୍ଘ ୬ ଦିନ ଲୋକମାନେ ଅନ୍ଧାରରେ ରହିଛନ୍ତି। ଗାଁ ଲୋକଙ୍କ ନିକଟରେ କୌଣସି ପ୍ରଶାସନିକ ଅଧିକାରୀ ପହଞ୍ଚି ନାହାଁନ୍ତି।

ସୂଚନାନୁଯାୟୀ, ବାସୁଦେବପୁର ବ୍ଲକର ଜଗନ୍ନାଥପୁର ପଞ୍ଚାୟତର ରାଧାମହୋନପୁର ଗ୍ରାମରେ ଏବେ ମଧ୍ୟ ଲୋକମାନେ ପାଣିଘେରରେ ରହିଛନ୍ତି। ଏହି ପଞ୍ଚାୟତରେ ବିଭିନ୍ନ ସ୍ଥାନରେ ଘାଇ କଟାଯାଇଥିବା ବେଳେ ଏବେ ରାସ୍ତା ସମସ୍ୟା ଦେଖାଦେଇଛି। ଏଥି ସହିତ ୬ ଦିନ ହେବ ଅନ୍ଧାରରେ ଲୋକମାନେ ରହୁଛନ୍ତି। ଏଯାଏଁ ବିଦ୍ୟୁତ ମରାମତି ହୋଇନାହିଁ। ସେପଟେ ଏହି ଗାଁ ଗୁଡ଼ିକକୁ କୌଣସି ପ୍ରଶାସନିକ ଅଧିକାରୀଙ୍କ ପାଦ ପଡ଼ିନାହିଁ। ଫଳରେ ସ୍ଥାନୀୟ ଲୋକମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏତଦ୍ ବ୍ୟତୀତ ବନ୍ୟା ମାଣିରେ ଭାଷି ଆସିଥିବା ପୋଖରୀରୁ ବୁର ଗୁଡିକ ଚାଷ ଜମିରେ ଜମି ରହିଥିବାରୁ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି।