ଘୁଞ୍ଚିଲା ପାଟକୁରା ନିର୍ବାଚନ

ଭୁବନେଶ୍ବର,୬।୫: ବାତ୍ୟା ଫୋନି ଯୋଗୁଁ ପାଟକୁରା ନିର୍ବାଚନକୁ ଘୁଞ୍ଚାଇ ଦିଆଯାଇଛି। ମେ ୧୯ ତାରିଖରେ ନିର୍ବାଚନ ହେବ ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ ଘୋଷଣା କରାଯାଇଥିଲା। ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡା ଲୋକସଭା ଅନ୍ତର୍ଗତ ପାଟକୁରା ବିଧାନସଭା ପାଇଁ ଚତୁର୍ଥ ପର୍ଯ୍ୟାୟରେ ଏପ୍ରିଲ ୨୯ ତାରିଖରେ ମତଗ୍ରହଣ ନିର୍ଦ୍ଧାରିତ ହୋଇଥିଲା। ତେବେ ଏପ୍ରିଲ ୨୦ ତାରିଖରେ ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକ ଯୋଗୁଁ ପାଟକୁରା ବିଧାନସଭା ନିର୍ବାଚନ କାଉଣ୍ଟରମାଣ୍ଡ ହୋଇଯାଇଥିଲା। ଏହାପରେ ପୁଣି ନିର୍ବାଚନ କମିଶନ ଶେଷ ପର୍ଯ୍ୟାୟରେ ଅର୍ଥାତ ମେ ୧୯ ତାରିଖରେ ନିର୍ବାଚନ ତାରିଖ ଘୋଷଣା କରିଥିଲେ। କିନ୍ତୁ ଫୋନି ବାତ୍ୟାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନ ପୁଣି ଘୁଞ୍ଚାଇବା ପାଇଁ ନିର୍ବାଚନ କମିଶନଙ୍କ ନିକଟରେ ଦାବି କରିଥିଲେ।

   ସମ୍ବନ୍ଧିତ ଖବର


ସଫଳତାର ଶୀର୍ଷରେ ସ୍ବାତୀ

ଆଳୁ ଅସମ୍ଭାଳ: କେଜି ୫୨ ଛୁଇଁଲା, ପଶ୍ଚିମବଙ୍ଗରେ ବି ଅଣାୟତ୍ତ

ଭିଜିଲାନ୍ସ ଜାଲରେ ଦାରିଙ୍ଗବାଡ଼ି ବିଇଓ ଅଫିସ୍‌ ମୁଖ୍ୟ କିରାଣି, ୫ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବିରଳ ବିସ୍ମୟ: ଏସ୍‌ସିବିରେ ଦ୍ବୈତ ଯୌନଙ୍ଗଧାରୀ ଶିଶୁ

ଅହମ୍ମଦ ପଟେଲଙ୍କ ପରଲୋକରେ ଗାନ୍ଧି ପରିବାରରେ ଶୋକ: ଟୁଇଟ୍ କରି ଦୁଃଖ ପ୍ରକାଶ କଲେ ସୋନିଆ, ରାହୁଲ ଓ ପ୍ରିୟଙ୍କା

ଅର୍ଥ ସାଜିଛି ବାଧକ, ବାପାର ଚିକିତ୍ସା ପାଇଁ ବିକ୍ରି ହେବ ପୁଅ!