PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର: ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ନେଇ ସନ୍ଦେହ
  • ||
  • ବଲାଙ୍ଗୀର: କପଡ଼ା ବ୍ୟବସାୟୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର, ପରିବାର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ଲମତାପୁଟରେ ଅଟୋ ସହ ୨ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ରାଜ୍ୟରେ ସାମନ୍ୟ ହ୍ରାସ ପାଇଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୭୫୭ ଜଣ ପଜିଟିଭ, ୨୨ ଜୀବନ ନେଲା କରୋନା
  • ||
  • ଚୌଦ୍ଵାର : ଟ୍ରକକୁ ପଛ ପଟୁ ପିଟିଲା ସ୍କୁଟି, ମହିଳା ଗୁରୁତର
  • ||
  • ରେଙ୍ଗାଲି : ହାଇୱାରେ ପିଟିହେଲା କାର୍‌ : ମା’ ଝିଅ ମୃତ, ପୁଅ ଗୁରୁତର
  • ||
  • ଭୁବନେଶ୍ୱର : ଆଜି ବସିବ ସର୍ବଦଳୀୟ ବୈଠକ, କୋଭିଡ୍‌ ମୁକାବିଲା ପାଇଁ ସହଯୋଗ ଲୋଡ଼ିବେ ସରକାର
  • ||
  • ଭୁବନେଶ୍ୱର : ଆସନ୍ତା ୪ରୁ ୫ଦିନ ପାଗ ଶୁଖିଲା, ବଢ଼ିବ ତାତି, ଆଜି କାଁ ଭାଁ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ସମ୍ଭାବନା
  • ||
  • ପୁରୀ : ଜୁନ ୧୫ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ, ପ୍ରଭାବିତ ହେବ ତିନିପର୍ବ
  • ||

ବଲିଉଡ ଅଭିନେତ୍ରୀ ପାୟଲ ରୋହତଗୀଙ୍କୁ ଜାମିନ ମିଳିଲା

କୋଟା ୧୮/୧୨: ବଲିଉଡ ଅଭିନେତ୍ରୀ ପାୟଲ ରୋହତଗୀଙ୍କୁ ମଙ୍ଗଳବାର ଜାମିନ ମିଳିଛି । ସେ ନିଜର ଫେସବୁକ୍‌ ଆକାଉଣ୍ଟରେ ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହରୁ ଓ ତାଙ୍କ ପିତା ମୋତିଲାଲ ନେହେରୁଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇ ଜେଲ୍‌ ଯାଇଥିଲେ । ରାଜସ୍ଥାନର ବୁନ୍ଦି କୋର୍ଟ ପାୟଲଙ୍କୁ ଜାମିନ ପ୍ରଦାନ କରିଛନ୍ତି । ୨୫ ହଜାର ଟଙ୍କାର ବ୍ୟକ୍ତିଗତ ମୁଚାଲିକା ବଦଳରେ ତାଙ୍କୁ ଜାମିନ ମିଳିଛି ।

ରବିବାର ତାଙ୍କୁ ଅହମ୍ମଦାବାଦରୁ ଗିରଫ କରାଯିବା ପରେ ସୋମବାର ତାଙ୍କୁ ରାଜସ୍ଥାନର ବୁନ୍ଦି ଅତିରିକ୍ତ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କ କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ତାଙ୍କର ଜାମିନ ଆବେଦନ ଖାରଜ କରିଦେବା ସହିତ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିଲେ । ଗିରଫ ପରେ ପାୟଲ ଓ ତାଙ୍କ ପାର୍ଟନର ସଂଗ୍ରାମ ସିଂହ ଟୁଇଟ୍‌ କରି ଏହି ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ସହାୟତା ମାଗିଥିଲେ। କିନ୍ତୁ ତାଙ୍କୁ କିଛି ସହାୟତା ମିଳି ନଥିଲା।