PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

କରୋନାରେ ଆଖିବୁଜିଲେ ଫଟୋ ସାମ୍ବାଦିକ

ଯାଜପୁର,୧୭/୦୮: ଯାଜପୁରରେ କାର୍ଯ୍ୟରତ ଫଟୋ ସାମ୍ବାଦିକ ଅଶୋକ ସାହୁ(୫୫)ଙ୍କର କରୋନାରେ ମୃତ୍ୟୁ ହୋଇଛି। ସେ ଏକ ଦୈନିକ ଖବରକାଗଜର ଫଟୋ ସାମ୍ବାଦିକ ଭାବେ କାର୍ଯ୍ୟରତ ଥିଲେ । ଅଶୋକ ଗତ କିଛିମାସ ଧରି ଅସୁସ୍ଥ ହୋଇ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧୀନ ଅବସ୍ଥାରେ ସେ କରୋନା ଆକ୍ରାନ୍ତ ହୋଇଥିଲେ । ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱରର କିମସ୍‌ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ଦୁଇ ସପ୍ତାହ ଧରି ଚିକିତ୍ସିତ ହେବା ପରେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକଙ୍କ ସୂତ୍ରରୁ ଜଣାପଡ଼ିଛି ।

ଯାଜପୁର ବ୍ଲକ୍‌ ଖଇରାବାଦ ପଞ୍ଚାୟତ ଖଇରାବାଦ ଗ୍ରାମର ଜଗବନ୍ଧୁ ସାହୁଙ୍କ ଜ୍ୟେଷ୍ଠପୁତ୍ର ଅଶୋକ । ସେ ଦୀର୍ଘ ଦିନ ଧରି ଫଟୋ ସାମ୍ବାଦିକ ଭାବେ କାର୍ଯ୍ୟ କରୁଥିଲେ । ତାଙ୍କର ମୃତ୍ୟୁ ଖବର ପ୍ରଚାର ହେବାରେ ସାମ୍ବାଦିକ ମହଲରେ ଶୋକର ଛାୟା ଖେଳି ଯାଇଛି । ସେ କାର୍ଯ୍ୟ କରୁଥିବା ଖବରକାଗଜର ସମ୍ପାଦକ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହିତ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି । ସେହିପରି ଯାଜପୁର ଜିଲ୍ଲାରେ କାର୍ଯ୍ୟରତ ସାମ୍ବାଦିକ ଓ ସାମ୍ବାଦିକ ସଙ୍ଗଠନ ପକ୍ଷରୁ ଅଶୋକଙ୍କ ବିୟୋଗରେ ଶୋକବ୍ୟକ୍ତ କରାଯାଇଛି । ଅଶୋକଙ୍କ ମୃତ୍ୟୁ ଖବର ପାଇବା ପରେ ପରିବାର ଲୋକେ ଭୁବନେଶ୍ୱରରେ ପହଞ୍ଚି ସରକାରଙ୍କ କୋଭିଡ୍‌ ଗାଇଡ୍‌ ଲାଇନ ଅନୁଯାୟୀ ଶବ ସତ୍କାର କାର୍ଯ୍ୟରେ ସାମିଲ ହୋଇଥିଲେ ।