PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ସୁନ୍ଦରଗଡ଼ ଓ ଅନୁଗୁଳରେ ପ୍ରତିଷ୍ଠା ହେବ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ, ଏମସିଏଲ୍‌ ବୋର୍ଡର ଅନୁମୋଦନ ପାଇଁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର
  • ||
  • ଭୁବନେଶ୍ଵର : ସପ୍ତାହାନ୍ତ ସଟଡାଉନର ଦ୍ଵିତୀୟ ଦିନ, ଆଉ ଚଳିବନି ‘ଆଇ- କାର୍ଡ’, ବେସରକାରୀ ସଂସ୍ଥାର କର୍ମଚାରୀଙ୍କ ତାଲିକା ମାଗିଲା ପୁଲିସ୍‌
  • ||
  • ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ତଥା ‘ପ୍ରମେୟ’ର ଖଣ୍ଡପଡ଼ା ପ୍ରତିନିଧି ସୋମନାଥ ମହାନ୍ତିଙ୍କ ପରଲୋକ
  • ||
  • ଘଟଗାଁ : ମାଲବାହୀ ଟ୍ରେନ ଧକ୍କାରେ ହାତୀ ଗୁରୁତର
  • ||
  • କୋଲକାତା : ପଶ୍ଚିମବଙ୍ଗରେ ଥମୁନି ହିଂସା, ପୁଣି ଥରେ ଟିଏମସି ଓ ବିଜେପି କର୍ମୀ ହାତାହାତି, ଜଣେ ମୃତ ୬ ଆହତ
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୯ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଓଡ଼ିଶାରେ କରୋନା ବିସ୍ଫୋରଣ, ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୬୩୫ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୩୪ ହଜାର ପାର୍
  • ||
  • ନୂଆଦିଲ୍ଲୀ : ଭାରତକୁ ଡବ୍ଲ୍ୟୁଏଚଓର ସତର୍କ ବାଣୀ, ଘାତକ ହେଉଛି କରୋନାର ନୂଆ ମ୍ୟୁଟାଣ୍ଟ, ଭାରତକୁ ତୀବ୍ର କରିବାକୁ ପଡିବ ଟିକାକରଣ
  • ||
  • ଭୁବନେଶ୍ୱର : ଏବେ ମିଳିଛି ସାମାନ୍ୟ ଆଶ୍ୱସ୍ତି, ଦୁଇଦିନ ପରେ ରାଜ୍ୟରେ ପୁଣି ବଢ଼ିବ ତାତି, ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ଧୂଳିଝଡ଼ ବର୍ଷା ଆଶଙ୍କା
  • ||

ତପ୍ତପାଣି ଘାଟିରେ ଓଲଟିଲା ପିକନିକ୍ ବସ, ୩୦ ଛାତ୍ରଛାତ୍ରୀ ଆହତ

ଗଞ୍ଜାମ, ୨୩|୧୨:   ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ନିକଟବର୍ତ୍ତୀ ତପ୍ତପାଣି ଘାଟିରେ ଏକ ପିକନିକ୍ ବସ୍ ଓଲଟି ପଡିଛି। ଫଳରେ ୩୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି।

ସୂଚନାନୁସାରେ, ଆଜି କଟକ ରେଭେନ୍ସା କଲେଜର କିଛି ଛାତ୍ରଛାତ୍ରୀ ଏକ ବସ ଯୋଗେ ପିକନିକ୍ ପାଇଁ ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନକୁ ଯାଇଥିଲେ। ସେଠାରୁ ଫେରିବା ବେଳେ ବସଟି ଭାରସାମ୍ୟ ହରାଇ ତପ୍ତପାଣି ଘାଟିରେ ଓଲଟି ପଡିଥିଲା। ଫଳରେ ୩୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଲୋକ ଓ ପୋଲିସ ଉଦ୍ଧାର କରି ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି କରିଛନ୍ତି। ଏବେବି ଉଦ୍ଧାର କାର୍ଯ୍ୟ ଜାରି ରହିଛି।ତେବେ ଦୁର୍ଘଟଣା ଫଳରେ ଗଞ୍ଜାମ ଓ ଗଜପତି ମଧ୍ୟରେ ଯାତାୟତ ବନ୍ଦ ରହିଛି।

ସୂଚନାଯୋଗ୍ୟ, ଗତ କିଛିଦିନ ତଳେ ତପ୍ତପାଣି ଘାଟିରେ ଏକ ପିକନିକ୍ ବସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହା ଭାରସାମ୍ୟ ହରାଇ ଏକ ବାଇକକୁ ଧକ୍କା ଦେବାରୁ ଜଣେ ବ୍ୟକ୍ତି ମୃତ୍ୟୁବରଣ କରିଥିଲେ। ଏହାସହ ଏକାଧିକ ଯାତ୍ରୀ ଆହତ ହୋଇଥିଲେ।