PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କ୍ରୁଜ୍ ଡ୍ରଗ୍ସ ପାର୍ଟି ମାମଲା –ଅକ୍ଟୋବର ୩୦ ତାରିଖ ଯାଏ ଜେଲରେ ରହିବେ ଆର୍ୟନ ଖାନ୍ , ଆର୍ୟନଙ୍କ ହାଜତ ମିଆଦ ବୃଦ୍ଧ କଲେ ସ୍ୱତନ୍ତ୍ର ଏନ୍ସିବି କୋର୍ଟ
  • ||
  • ନଵମ ଓ ଦଶମ ଶ୍ରେଣୀ ପରୀକ୍ଷା ପଦ୍ଧତିରେ ପରିଵର୍ତ୍ତନ : ଵର୍ଷକୁ ୪ଟି ଫରମେଟିଭ୍ ଆସେସମେଣ୍ଟ ହେଵ
  • ||
  • କଳାହାଣ୍ଡି ମମିତା ମେହେର ହତ୍ୟା ମାମଲା – କେ ଗାଁ ଥାନା ଆଇଆଇସି ଡମୁ ପରଜା ନିଲମ୍ୱିତ , କର୍ତ୍ତବ୍ୟରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ ନେଲେ କଳାହାଣ୍ଡି ଏସ୍‌ପି
  • ||
  • ୩ ପ୍ରତିଶତ ବଢ଼ିଲା କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା, ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟର ମଞ୍ଜୁରୀ
  • ||
  • ପାଡ଼ୁଆ: ଜଙ୍ଗଲରୁ ପାଡ଼ୁଆ: ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ଥାନା ପୋଲିସ, ଗଞ୍ଜେଇ ମାଫିଆଙ୍କୁ ଧରିବା ପାଇଁ ତଦନ୍ତ ଜାରି
  • ||
  • ବଲାଙ୍ଗୀର: ମମିତା ମେହେର ମର୍ଡର ମିଷ୍ଟ୍ରି, ଅଟକ ଜେସିବି ଡ୍ରାଇଭର ଗିରଫ କରିପାରେ ପୋଲିସ
  • ||
  • ରାୟଗଡ଼​‌: ଗୁଣି ଗାରେଡି ସନ୍ଦେହରେ ଟ୍ରିପଲ ମର୍ଡର ଘଟଣା, ୯ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କଲେ ଜିଲ୍ଲା ଓ ଦୌରା ଜଜ ଅଦାଲତ
  • ||
  • ଭବାନୀପାଟଣା: ମମିତା ମେହର ହତ୍ୟା ଘଟଣାରେ ସିବିଆଇ ତଦନ୍ତ କରାଯାଉ : ସ୍ମୃତିରାଣୀ ପଟ୍ଟନାୟକ
  • ||
  • ଭୁବନେଶ୍ୱର: ଆଜିଠୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସରୁମ ପାଠପଢ଼ା, ନଭେମ୍ୱର ପହିଲାରୁ ୟୁନିଫର୍ମ ବାଧ୍ୟତାମୂଳକ
  • ||
  • ପୁରୀ: ଆଜିଠୁ ସେବାୟତଙ୍କ ଡ୍ରେସ୍‌କୋଡ୍, ଶ୍ରୀମନ୍ଦିରରେ ପାରମ୍ପରିକ ବସ୍ତ୍ର ପରିଧାନ କରି ପ୍ରବେଶ କରିବେ ସେବକ
  • ||
  • ବଲାଙ୍ଗୀର: ଆଜି ବିଜେପି ପକ୍ଷରୁ ବଲାଙ୍ଗୀର ବନ୍ଦ ପାଳନ, ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଯାତାୟତ ଠପ୍
  • ||
  • ଭୁବନେଶ୍ୱର: ଆଜି ଯୁକ୍ତ ୩ ସ୍ପଟ୍‌ ନାମଲେଖା ଆବେଦନ କପି ଦାଖଲ ଶେଷ, ୨୭ରୁ ନାମଲେଖା
  • ||
  • ଭୁବନେଶ୍ୱର: ଆଜିଠୁ ଶୁଖିଲା ପାଗ, ୨୩ ସୁଦ୍ଧା ସମ୍ପୂର୍ଣ୍ଣ ରୂପେ ଫେରିଯିବ ମୌସୁମୀ ବାୟୁ
  • ||

ଫୁଲବାଣୀ: ପିଲା ବିକ୍ରି ଅଭିଯୋଗ

ଫୁଲବାଣୀ ୪ ୮ କନ୍ଧମାଳ ଜିଲ୍ଲା ଖଜୁରିପଡା ଥାନା ବଲସକୁମ୍ପା ପଂଚାୟତର ବୁଡୁପଡାରେ ପିଲା ବିକ୍ରି ଅଭିଯୋଗ ହେଇଛି । ମିଳିଥିବା ସୂଚନା ଅନୁଯାୟୀ ଗ୍ରାମର ଜଗଦୀଶ ଦିଗାଲ ପ୍ରମୋଦିନୀ ଦିଗାଲଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ପ୍ରମୋଦିନୀଙ୍କ ଟିକେ ମସ୍ତିଷ୍କ ବିକୃତ ଥିଲା। ତାଙ୍କର ଗୋଟେ ୯ ବର୍ଷର ପୁଅ ଥିବାବେଳେ ଆଠ ଦିନ ତଳେ ସେ ଆଉ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ । ତେବେ ୨ ତାରିଖ ରାତିରେ ପ୍ରମୋଦିନୀ ଛୁଆକୁ ଛାଡି କେଉଁ ଆଡେ ଚାଲି ଯାଇଥିଲେ । ସକାଳେ ପରିବାର ଲୋକେ ପିଲା କାନ୍ଦ ଶୁଣି ପ୍ରମୋଦିନୀ ନଥିବା ଦେଖିଥିଲେ । ତାଙ୍କୁ ଖୋଜାଖୋଜି କରି ପାଇନଥିଲେ। ଏହି କଥା ଜାଣିବା ପରେ ଜଗଦୀଶଙ୍କ ସମ୍ପର୍କୀୟ ଭୀମ ଦିଗାଲ ଛୁଆକୁ ନିସନ୍ତାନ ଥିବା ଫୁଲବାଣୀ ଚିତ୍ରକୁଟ ସାହିର ଆନନ୍ଦ କହଁରଙ୍କୁ ଦେଇଦେବାକୁ କହିଥିଲେ ।

ଜଗଦୀଶ ଦିନ ଗୋଟାଏ ବେଳେ ଛୁଆକୁ ନେଇ ଆନନ୍ଦଙ୍କୁ ଦେଇଥିଲେ । ଦୁଇ ହଜାର ଟଙ୍କାରେ ସେହି  ଛୁଆକୁ ଜଗଦୀଶ ବିକ୍ରି କରିଦେଇଥିବା ଗାଁ ଲୋକେ ଅଭିଯୋଗ କରିଛନ୍ତି । ଏନେଇ ସୂଚନା ପାଇବା ପରେ ଚାଇଲ୍ଡଲାଇନର ସଦସ୍ୟମାନେ ଡିସିପିଓ ଓ ଖଜୁରିପଡା ଥାନାରେ ଅଭିଯୋଗ କରିଥିଲେ। ପୁଲିସ୍ ଉପସ୍ଥିତିରେ ଚାଇଲ୍ଡଲାଇନ ଛୁଆକୁ ଉଦ୍ଧାର କରି ଫୁଲବାଣୀ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିବା ଚାଇଲ୍ଡଲାଇନର ଇନଚାର୍ଜ ପ୍ରଭାସ ନାୟକ ସୂଚନା ଦେଇଛନ୍ତି। ଖଜୁରିପଡା ଥାନାରେ ଏନେଇ ଅଭିଯୋଗ ହୋଇଥିବା ବେଳେ ତଦନ୍ତ ଚାଲିଥିବା ଥାନାଧିକାରୀ ରମାକାନ୍ତ ପାତ୍ର ସୂଚନା ଦେଇଛନ୍ତି ।