PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ସୁନ୍ଦରଗଡ଼ ଓ ଅନୁଗୁଳରେ ପ୍ରତିଷ୍ଠା ହେବ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ, ଏମସିଏଲ୍‌ ବୋର୍ଡର ଅନୁମୋଦନ ପାଇଁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର
  • ||
  • ଭୁବନେଶ୍ଵର : ସପ୍ତାହାନ୍ତ ସଟଡାଉନର ଦ୍ଵିତୀୟ ଦିନ, ଆଉ ଚଳିବନି ‘ଆଇ- କାର୍ଡ’, ବେସରକାରୀ ସଂସ୍ଥାର କର୍ମଚାରୀଙ୍କ ତାଲିକା ମାଗିଲା ପୁଲିସ୍‌
  • ||
  • ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ତଥା ‘ପ୍ରମେୟ’ର ଖଣ୍ଡପଡ଼ା ପ୍ରତିନିଧି ସୋମନାଥ ମହାନ୍ତିଙ୍କ ପରଲୋକ
  • ||
  • ଘଟଗାଁ : ମାଲବାହୀ ଟ୍ରେନ ଧକ୍କାରେ ହାତୀ ଗୁରୁତର
  • ||
  • କୋଲକାତା : ପଶ୍ଚିମବଙ୍ଗରେ ଥମୁନି ହିଂସା, ପୁଣି ଥରେ ଟିଏମସି ଓ ବିଜେପି କର୍ମୀ ହାତାହାତି, ଜଣେ ମୃତ ୬ ଆହତ
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୯ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଓଡ଼ିଶାରେ କରୋନା ବିସ୍ଫୋରଣ, ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୬୩୫ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୩୪ ହଜାର ପାର୍
  • ||
  • ନୂଆଦିଲ୍ଲୀ : ଭାରତକୁ ଡବ୍ଲ୍ୟୁଏଚଓର ସତର୍କ ବାଣୀ, ଘାତକ ହେଉଛି କରୋନାର ନୂଆ ମ୍ୟୁଟାଣ୍ଟ, ଭାରତକୁ ତୀବ୍ର କରିବାକୁ ପଡିବ ଟିକାକରଣ
  • ||
  • ଭୁବନେଶ୍ୱର : ଏବେ ମିଳିଛି ସାମାନ୍ୟ ଆଶ୍ୱସ୍ତି, ଦୁଇଦିନ ପରେ ରାଜ୍ୟରେ ପୁଣି ବଢ଼ିବ ତାତି, ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ଧୂଳିଝଡ଼ ବର୍ଷା ଆଶଙ୍କା
  • ||

ଆସନ୍ତା ମାର୍ଚ୍ଚ ୨୯ରୁ ଆରମ୍ଭ ହେବ ଆଇପିଏଲ୍ 20-20

ନୂଆଦିଲ୍ଲୀ ୩୧/୧୨: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଟି-ଟ୍ୱେଣ୍ଟି କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟର ୧୩ତମ ସଂସ୍କରଣ ଆସନ୍ତା ବର୍ଷ ମାର୍ଚ୍ଚ ୨୯ତାରିଖରୁ ଆରମ୍ଭ ହେବ ବୋଲି ଜଣାପଡ଼ିଛି । ଡିଫେଣ୍ଡିଂ ଚାମ୍ପିଅନ୍‌ ମୁମ୍ବାଇ ଇଣ୍ଡିଆନ୍ସ ୱାଙ୍ଖଡ଼େରେ ଉଦ୍‌ଘାଟନୀ ମ୍ୟାଚ୍‌ ଖେଳିବ । ଦିଲ୍ଲୀ କ୍ୟାପିଟାଲ୍ସର ଜଣେ ଅଫିସିଆଲ୍‌ ଆଇଏଏନ୍‌ଏସ୍‌କୁ ଦେଇଥିବା ସୂଚନା ଅନୁଯାୟୀ, ମାର୍ଚ୍ଚ ମାସ ୨୯ତାରିଖ ଆଇପିଏଲ୍‌-୧୩ ଆରମ୍ଭ କରିବାକୁ ସ୍ଥିର ହୋଇଛି । କିନ୍ତୁ ଆମେ ପୂର୍ବ ସଂସ୍କରଣ ଭଳି ଏପ୍ରିଲ ୧ତାରିଖରୁ ଟୁର୍ଣ୍ଣାମେଣ୍ଟ ଆରମ୍ଭ କରିବାକୁ ଆଇପିଏଲ୍‌ ଗଭର୍ଣ୍ଣିଂ କାଉନସିଲ୍‌କୁ ପ୍ରସ୍ତାବ ଦେଇଛୁ ।

କାରଣ ମାର୍ଚ୍ଚ ୨୯ରେ ଆରମ୍ଭ ହେଲେ ଅଷ୍ଟ୍ରେଲିଆ, ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ଖେଳାଳିମାନେ ପ୍ରଥମ କେତୋଟି ମ୍ୟାଚ୍‌ ଖେଳି ପାରିବେନି । ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୨୯ତାରିଖ ଶେଷ ଟି-ଟ୍ୱେଣ୍ଟି ମ୍ୟାଚ୍‌ ଖେଳାଯିବାର କାର୍ଯ୍ୟକ୍ରମ ରହିଛି । ସେହିପରି ଇଂଲଣ୍ଡ-ଶ୍ରୀଲଙ୍କା ଟେଷ୍ଟ ସିରିଜ୍‌ (ଦ୍ୱିତୀୟ ମ୍ୟାଚ୍‌) ମାର୍ଚ୍ଚ ୩୧ ତାରିଖ ଶେଷ ହେବ । ତେଣୁ ଅନ୍ୟ ଫ୍ରାଞ୍ଚାଇଜ୍‌ ଦଳମାନେ ମଧ୍ୟ ଏପ୍ରିଲ-୧ରୁ ଆଇପିଏଲ୍‌ ଆରମ୍ଭ ସପକ୍ଷରେ ରହିଛନ୍ତି ।’

ସମ୍ବନ୍ଧିତ ଖବର