PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମାଲକାନଗିରି ଜିଲ୍ଲାପାଳଙ୍କ ନାମରେ ଟେଣ୍ଡର ଫିକସିଙ୍ଗ ଓ ଗ୍ରାନାଇଟ ପଥର ଖଣିଲିଜରେ ଦୁର୍ନୀତିର ଅଭିଯୋଗ ଆଣିଲେ ପୁର୍ବତନ ସାଂସଦ ତଥା ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ
  • ||
  • କଟକ: ଦୁଷ୍କର୍ମ ମାମଲ, ୧୪ ବର୍ଷ ପରେ ଆଜୀବନ କାରାଦଣ୍ଡ ଆସାମୀ ନିର୍ଦୋଷରେ ଖଲାସ
  • ||
  • ବଲାଙ୍ଗୀର: ମୂଲ୍ୟବାନ ଖଇର ଗଣ୍ଡି ଓ ଗାଡି ଜବତ କଲା ବନ ବିଭାଗ, ଡ୍ରାଇଭର ଫେରାର
  • ||
  • କୋରାପୁଟ: ବାଇକ୍ ଚୋର ଗ୍ୟାଙ୍ଗକୁ ଧରିବା ସଫଳ ହେଲା କୋରାପୁଟ ଟାଉନ ଥାନା ପୋଲିସ, ୧୫ ବାଇକ୍‌ ଉଦ୍ଧାର, ୩ ଚୋର ଗିରଫ
  • ||
  • ଜଗତସିଂହପୁର: ଅଲିପିଙ୍ଗଳ ବାଲିଘାଟରେ ପୁଣି ଚଢ଼ଉ କଲେ ତହସିଲଦାର , ୭ରୁ ଅଧିକ ହାଇଓ୍ବା ଜବତ, ମାଲିକ ମହଲରୁ ତେଜୁଛି ଅସନ୍ତୋଷ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ଚିନ୍ତା ବଢ଼ାଉଛି ମୃତ୍ୟୁ ସଂଖ୍ୟା, ୨୪ ଘଣ୍ଟାରେ ଆଉ ୩୮ ଜଣଙ୍କ ଜୀବନ ନେଲା କରୋନା
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୯୫୭ କରୋନା ପଜିଟିଭ୍
  • ||
  • ପୁରୀ : ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ୧୪୪ ଧାରା, ୨୩ ତାରିଖ ରାତି ୧୦ଟାରୁ ୨୫ ତାରିଖ ଭୋର ୨ଟା ଯାଏଁ କଟକଣା
  • ||
  • ପୁରୀ : ଏବର୍ଷ ୩ ଦିନ ନବଯୌବନ ଦର୍ଶନ, ଆଜି ଶ୍ରୀମନ୍ଦିରରେ ଦଇତାପତି ସେବାୟତଙ୍କ ପ୍ରବେଶ, ୨୩ରେ ସେନାପଟା ଲାଗି ନୀତି
  • ||
  • ଭୁବନେଶ୍ୱର : ଓଡ଼ିଶାର ୭ ଜିଲ୍ଲାରେ ନିଅଣ୍ଟିଆ ବର୍ଷା, ଆଜି ୧୨ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି
  • ||

କରୋନା ରୋଗୀଙ୍କ ପାଇଁ ସଞ୍ଜୀବନୀ ସାଜିଛି ପ୍ଲାଜମା ଥେରାପି: ଆମେରିକାରେ ଚିକିତ୍ସା ପାଇଁ ମିଳିଲା ଅନୁମତି

https://www.nbcnews.com/

ୱାଶିଂଟନ,୨୫/୦୮: ଗୁରୁତର କରୋନା ରୋଗୀଙ୍କ ନିମନ୍ତେ ସଞ୍ଜୀବନୀ ସାବ୍ୟସ୍ତ ହୋଇଥିବା ପ୍ଲାଜମା ଥେରାପିକୁ ଶେଷରେ ଆମେରିକାରେ ଅନୁମତି ମିଳିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସାମ୍ବାଦିକ ସମ୍ମିଳନୀରେ ଏ ସମ୍ପର୍କରେ ଘୋଷଣା କରିଛନ୍ତି ।

ପ୍ଲାଜମା ଥେରାପି ଦ୍ୱାରା ଅନେକ ରୋଗୀଙ୍କ ଜୀବନ ବଞ୍ଚିପାରିବ ବୋଲି ଟ୍ରମ୍ପ ଆଶାବ୍ୟକ୍ତ କରିଛନ୍ତି। କିଛିଦିନ ତଳେ ହ୍ୱାଇଟ ହାଉସର ବରିଷ୍ଠ ଅଧିକାରୀମାନେ ଅଭିଯୋଗ କରିଥିଲେ ଯେ, ଆମେରିକା ପ୍ରଶାସନ ରାଜନୈତିକ ସ୍ୱାର୍ଥ କାରଣରୁ କରୋନା ନିମନ୍ତେ ଆବଶ୍ୟକୀୟ ବିଭିନ୍ନ ଚିକିତ୍ସାକୁ ଅନୁମତି ଦେଉନାହିଁ । ଅଧିକାରୀମାନଙ୍କ ଏଭଳି ଅଭିଯୋଗ ପରେ ଟ୍ରମ୍ପ ଆମେରିକାରେ ପ୍ଲାଜମା ଥେରାପି ଲାଗି ଅନୁମତି ଦେଇଥିବା ଅନୁମାନ କରାଯାଉଛି।

ଉଲ୍ଲେଖଯୋଗ୍ୟ, ଭାରତରେ ପ୍ଲାଜମା ଥେରାପି ଚିକିତ୍ସା ଦ୍ୱାରା ଅନେକ ସଂଖ୍ୟାରେ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। କିନ୍ତୁ ଏହି ଥେରାପିକୁ ଆମେରିକାରେ ଅନୁମତି ମିଳି ନ ଥିବାରୁ ସେଠାରେ ରୋଗୀମାନଙ୍କ ଉପରେ ଏହାର ପ୍ରୟୋଗ କରାଯାଇ ପାରୁନଥିଲା ।

ସମ୍ବନ୍ଧିତ ଖବର